ସରକାର 'ବ୍ରିଜ୍-କମ୍- ୱେୟାର' ଯୋଜନା: ୫ ବର୍ଷ ଅବଧି ପାଇଁ ୬୦୦ କୋଟି ଟଙ୍କା ଅନୁମୋଦନ
ଭୁବନେଶ୍ୱର: ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ହୋଇଯାଇଛି ରାଜ୍ୟ କ୍ୟାବିନେଟର ଗୁରୁତ୍ୱପୂର୍ଣ୍ଣ ବୈଠକ । ଲୋକସେବା ଭବନରେ ଅନୁଷ୍ଠିତ ବୈଠକରେ ୭ଟି ବିଭାଗର ୧୩ଟି ପ୍ରସ୍ତାବ ଅନୁମୋଦନ ହୋଇଛି । ସେହିପରି ଜଳ ସମ୍ପଦ ବିଭାଗର ୧ଟି, ମତ୍ସ୍ୟ ଓ ପ୍ରାଣୀ ସମ୍ପଦ ବିଭାଗର ୧ଟି, ସମବାୟ ୧ଟି, କୃଷି ଓ କୃଷକ ସଶକ୍ତି କରଣ ୧, ଖାଦ୍ୟ ଯୋଗାଣ ଓ ଖାଉଟି କଲ୍ୟାଣ ୧, ରାଜସ୍ବ ୧ ପ୍ରସ୍ତାବ କ୍ୟାବିନେଟରେ ଅନୁମୋଦିତ ହୋଇଛି ।
ନଦୀଗର୍ଭ ଓ ସେତୁର ଉପର ମୁଣ୍ଡରେ ମୌସୁମୀ ଜଳକୁ ସଂରକ୍ଷିତ କରି କ୍ଷୁଦ୍ର ଜଳସେଚନ, ପାନୀୟ ଜଳ ଏବଂ ଗୃହପାଳିତ ପଶୁଙ୍କ ବ୍ୟବହାର ପାଇଁ ଜଳ ଯୋଗାଇବା ଉଦ୍ଦେଶ୍ୟରେ ରାଜ୍ୟ ସରକାର 'ବ୍ରିଜ୍-କମ୍- ୱେୟାର' ଯୋଜନା ଚଳାଇଛନ୍ତି । ଏହି ଯୋଜନାକୁ ୨୦୨୬-୨୭ ରୁ ୨୦୩୦-୩୧ ପର୍ଯ୍ୟନ୍ତ ୫ ବର୍ଷ ଅବଧି ପାଇଁ ୬୦୦ କୋଟି ଟଙ୍କା ଅନୁମୋଦନ ହୋଇଛି । ଏହା ସହିତ ୫୦୮ଟି ନୂତନ ପ୍ରକଳ୍ପର ନିର୍ମାଣ ଓ ପୂର୍ବରୁ ଚାଲୁ ରହିଥିବା ସମସ୍ତ ୧୬୨ଟି ଅଧୁରା ପ୍ରକଳ୍ପକୁ ସମ୍ପୂର୍ଣ୍ଣ କରିବା ପାଇଁ ନିଷ୍ପତ୍ତି ହୋଇଛି ।
Powered by Froala Editor