ରଥଯାତ୍ରା ଅବସରରେ ରାଷ୍ଟ୍ରପତି ଜଣାଇଲେ ଶୁଭେଚ୍ଛା
ଭୁବନେଶ୍ବର: ମହାପ୍ରଭୁଙ୍କ ବିଶ୍ବପ୍ରସିଦ୍ଧ ରଥଯାତ୍ରା ଅବସରରେ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ ଶୁଭେଚ୍ଛା ଜଣାଇଛନ୍ତି ।
ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ କହିଛନ୍ତି, "ବିଶ୍ଵପ୍ରସିଦ୍ଧ ରଥଯାତ୍ରା ଉପଲକ୍ଷେ ଦେଶବିଦେଶରେ ରହୁଥିବା ଶ୍ରୀଜଗନ୍ନାଥଙ୍କ ଭକ୍ତଗଣଙ୍କୁ ମୁଁ ହାର୍ଦ୍ଦିକ ଶୁଭେଚ୍ଛା ଜ୍ଞାପନ କରୁଅଛି । ଏହି ମହାପର୍ବରେ ମହାପ୍ରଭୁ ଶ୍ରୀଜଗନ୍ନାଥ ବଡ଼ଭାଇ ବଳଭଦ୍ର, ଭଗିନୀ ସୁଭଦ୍ରା ଓ ଚକ୍ରରାଜ ସୁଦର୍ଶନଙ୍କ ସହିତ ରଥାରୂଢ଼ ହୋଇ ଭକ୍ତମାନଙ୍କ ସହିତ ମିଳିତ ହୁଅନ୍ତି । ଭକ୍ତ ଓ ଭଗବାନଙ୍କ ମିଳନର ଏହି ପର୍ବ ବିଶ୍ଵରେ ବିରଳ । ଏହି ଶୁଭ ଅବସରରେ ଦେଶ ଓ ଦେଶବାସୀଙ୍କ ସୁଖ ସମୃଦ୍ଧି ନିମନ୍ତେ ମୁଁ ମହାପ୍ରଭୁଙ୍କ ନିକଟରେ ପ୍ରାର୍ଥନା କରୁଅଛି । ଜୟ ଜଗନ୍ନାଥ ।"
Powered by Froala Editor