ରଥଯାତ୍ରା ଅବସରରେ ମୁଖ୍ୟମନ୍ତ୍ରୀଙ୍କ ଶୁଭେଚ୍ଛା
ଭୁବନେଶ୍ବର: ମହାପ୍ରଭୁଙ୍କ ବିଶ୍ବପ୍ରସିଦ୍ଧ ରଥଯାତ୍ରା ଅବସରରେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଶୁଭେଚ୍ଛା ଜଣାଇଛନ୍ତି ।
ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଶୁଭେଚ୍ଛା ଜଣାଇ କହିଛନ୍ତି, "କୋଟି ଓଡ଼ିଆଙ୍କ ମଉଡ଼ମଣି ମହାପ୍ରଭୁ ଶ୍ରୀଜଗନ୍ନାଥଙ୍କ ପବିତ୍ର ରଥଯାତ୍ରା ଉପଲକ୍ଷେ ସମସ୍ତଙ୍କୁ ହାର୍ଦ୍ଦିକ ଶୁଭେଚ୍ଛା ଓ ଶୁଭକାମନା । ମହାପ୍ରଭୁ ଶ୍ରୀଜଗନ୍ନାଥ, ପ୍ରଭୁ ବଳଭଦ୍ର ଓ ମା' ସୁଭଦ୍ରାଙ୍କ ଅସୀମ କୃପା ଓ ଆଶୀର୍ବାଦରେ ରାଜ୍ୟରେ ସୁଖ, ଶାନ୍ତି, ସମୃଦ୍ଧି ଓ ପ୍ରଗତିର ଧାରା ଅବ୍ୟାହତ ରହୁ, ପ୍ରତ୍ୟେକ ଓଡ଼ିଆଙ୍କ ଜୀବନ ମଙ୍ଗଳମୟ ହେଉ ଏବଂ ରାଜ୍ୟର ସର୍ବାଙ୍ଗୀନ ବିକାଶ ସହ ସମସ୍ତଙ୍କ କଲ୍ୟାଣ ସୁନିଶ୍ଚିତ ହେଉ ବୋଲି ଚତୁର୍ଦ୍ଧାମୂର୍ତ୍ତିଙ୍କ ପବିତ୍ର ଚରଣକମଳରେ ପ୍ରାର୍ଥନା କରୁଛି । ଜୟ ଜଗନ୍ନାଥ ।"
Powered by Froala Editor