ଆସନ୍ତା ୪ ଦିନ ରାଜ୍ୟର ଅଧିକାଂଶ ସ୍ଥାନରେ ବର୍ଷା
ଭୁବନେଶ୍ୱର: ମୌସୁମୀ ଟ୍ରପଲାଇନ୍ ପ୍ରଭାବରେ ଆସନ୍ତା ୪ ଦିନ ପର୍ୟ୍ୟନ୍ତ ରାଜ୍ୟର ଅଧିକାଂଶ ସ୍ଥାନରେ ହାଲୁକାରୁ ମଧ୍ୟମ ଧରଣର ବର୍ଷା ହେବ। ସୃଷ୍ଟି ହୋଇଥିବା ଟ୍ରପ୍ଲାଇନ୍ ଉତ୍ତର ବଙ୍ଗୋପସାଗର ପର୍ୟ୍ୟନ୍ତ ଲମ୍ବିକି ରହିଛି। ଏନେଇ ପୂର୍ବାନୁମାନ କରିଛି ଆଞ୍ଚଳିକ ପାଣିପାଗ କେନ୍ଦ୍ର। ଆସନ୍ତା ୨୪ ଘଣ୍ଟା ପର୍ୟ୍ୟନ୍ତ ଓଡ଼ିଶାର ଆଭ୍ୟନ୍ତରୀଣ ଜିଲ୍ଲା ଗୁଡ଼ିକରେ ଆକାଶ ମେଘାଛନ୍ନ ରହିବା ସହ କିଛି କିଛି ସ୍ଥାନରେ ମଧ୍ୟମ ଧରଣର ବର୍ଷା ହେବ। ଉପକୂଳ ଓଡ଼ିଶାର ବାଲେଶ୍ୱର, ଭଦ୍ରକ, ଯାଜପୁର, କେନ୍ଦ୍ରାପଡା, ଜଗତସିଂହପୁର, କଟକ, ଖୋର୍ଦ୍ଧାରେ ପାଗ ମେଘୁଆ ରହିବା ସହ କିଛି ସ୍ଥାନରେ ବର୍ଷା ହେବାର ସମ୍ଭାବନା ରହିଛି। ଆସନ୍ତା ୪ ଓ ୫ ତାରିଖ ବେଳକୁ ସୁନ୍ଦରଗଡ, କେନ୍ଦୁଝର, ମୟୁରଭଞ୍ଜ, ଝାରସୁଗୁଡା, ଦେବଗଡ ଏବଂ ସମ୍ବଲପୁରରେ ପ୍ରବଳ ବର୍ଷାର ସମ୍ଭାବନା ରହିଥିବାରୁ ୟଲୋ ଆଲର୍ଟ ଜାରି କରାଯାଇଛି। ବର୍ତ୍ତମାନ ସୁଦ୍ଧା ରାଜ୍ୟରେ ୨୦ ପ୍ରତିଶନ ନିଅଣ୍ଟିଆ ବର୍ଷା ହୋଇଛି। ବର୍ତ୍ତମାନ ସୁଦ୍ଧା ରାଜ୍ୟରେ ୪୫୯.୬ ମିଲିମିଟିର ବର୍ଷା ରେକର୍ଡ କରାଯାଇଥିବା ବେଳେ ୧୧ଟି ଜିଲ୍ଲାରେ ୨୦ ରୁ ୫୯ ପ୍ରତିଶତ କମ୍ ବର୍ଷା ହୋଇଥିବା ଆଞ୍ଚଳିକ ପାଣିପାଗ କେନ୍ଦ୍ର ପକ୍ଷରୁ କୁହାଯାଇଛି।
Powered by Froala Editor