ହସ୍ପିଟାଲରେ ଚିକିତ୍ସାଧୀନ ଅଛନ୍ତି ପୂର୍ବତନ ମନ୍ତ୍ରୀ ପ୍ରଫୁଲ୍ଲ ସାମଲ
ଭୁବନେଶ୍ୱର: ପୂର୍ବତନ ମନ୍ତ୍ରୀ ତଥା ବିଜୁ ଶ୍ରମିକ ସାମ୍ମୁଖ୍ୟର ସଭାପତି ଥିବା ପ୍ରଫୁଲ୍ଲ ସାମଲ ଅସୁସ୍ଥ ହୋଇ ରାଜଧାନୀର ଏକ ଘରୋଇ ହସ୍ପିଟାଲରେ ଚିକିତ୍ସାଧୀନ ଅଛନ୍ତି। ବିରୋଧୀ ଦଳ ନେତା ନବୀନ ପଟ୍ଟନାୟକଙ୍କ ନିର୍ଦ୍ଦେଶକ୍ରମେ ବିଜେଡିର ଏକ ପ୍ରତିନିଧି ଦଳ ହସ୍ପିଟାଲ ଯାଇ ପ୍ରଫୁଲ୍ଲଙ୍କ ସ୍ବାସ୍ଥ୍ୟାବସ୍ଥା ବିଷୟରେ ଡାକ୍ତରଙ୍କ ସହିତ କଥା ହୋଇଛନ୍ତି। ସାମଲଙ୍କ ଅବସ୍ଥା ଗୁରୁତର ଥିବାରୁ ସେ ବର୍ତ୍ତମାନ ଆଇସିୟୁରେ ଚିକିତ୍ସିତ ହେଉଛନ୍ତି।
Powered by Froala Editor