ଆଜି ୭ ଜିଲ୍ଲାରେ ଭାରି ବର୍ଷା
ଭୁବନେଶ୍ୱର: ଆଜି ୭ ଜିଲ୍ଲାର ବିକ୍ଷିପ୍ତ ସ୍ଥାନରେ ଭାରି ବର୍ଷା ହୋଇପାରେ । ସୁନ୍ଦରଗଡ଼, ଝାରସୁଗୁଡ଼ା, ବରଗଡ଼, ସମ୍ବଲପୁର, କେନ୍ଦୁଝର, ମୟୂରଭଞ୍ଜ ଓ ନୂଆପଡ଼ାର କିଛି ସ୍ଥାନରେ ଅଧିକ ବର୍ଷା ହୋଇପାରେ । କିନ୍ତୁ ଉପକୂଳ ଓଡ଼ିଶା, ଦକ୍ଷିଣ ଓଡ଼ିଶାରେ ପାଗ ପ୍ରାୟତଃ ଶୁଖିଲା ରହିପାରେ । ପାଣିପାଗ ବିଭାଗ ଏଭଳି ପୂର୍ବାନୁମାନ କରିଛି ।
୨୦ ତାରିଖରେ ଉତ୍ତର ଓଡ଼ିଶାର ଅଳ୍ପ କିଛି ସ୍ଥାନରେ ଭାରି ବର୍ଷା ହୋଇପାରେ । ଅନ୍ୟ ସ୍ଥାନରେ ଅଧିକ ବର୍ଷା ସମ୍ଭାବନା ନାହିଁ । ଉପକୂଳ ଓ ଆଭ୍ୟନ୍ତରୀଣ ଓଡ଼ିଶାର ସ୍ଥାନେ ସ୍ଥାନେ ସ୍ୱଳ୍ପରୁ ମଧ୍ୟମ ପରିମାଣର ବର୍ଷା ହୋଇପାରେ । ୨୧ ଓ ୨୨ ତାରିଖରେ ଆଭ୍ୟନ୍ତରୀଣ ଓ ଉପକୂଳ ଓଡ଼ିଶାର ଗୋଟିଏ ବା ଦୁଇଟି ସ୍ଥାନରେ ବର୍ଷା ସମ୍ଭାବନା ଅଛି ।
Powered by Froala Editor