ଓଲଟି ପଡ଼ିଲା OSRTCର ‘ଜଗନ୍ନାଥ ଏକ୍ସପ୍ରେସ’
ଅନୁଗୋଳ : ଅନୁଗୋଳରେ ଘଟିଛି ସଡ଼କ ଦୁର୍ଘଟଣା। ଯାତ୍ରୀଙ୍କୁ ନେଇ ଯାଉଥିବା OSRTCର ‘ଜଗନ୍ନାଥ ଏକ୍ସପ୍ରେସ’ ବସ୍ ଓଲଟି ପଡ଼ିଛି। ଏହି ଦୁର୍ଘଟଣାରେ ୬ ଜଣ ଗୁରୁତର ଆହତ ହୋଇଥିବା ବେଳେ ୧୮ରୁ ଅଧିକ ଯାତ୍ରୀ ଆହତ ହୋଇଛନ୍ତି। ସୂଚନା ମୁତାବକ, ‘ଜଗନ୍ନାଥ ଏକ୍ସପ୍ରେସ’ ବସ୍ଟି ୫୦ରୁ ଊର୍ଦ୍ଧ୍ବ୍ୱ ଯାତ୍ରୀଙ୍କୁ ନେଇ ପୁରୀରୁ ରାଉରକେଲା ଅଭିମୁଖେ ଯାଉଥିଲା। ତେବେ ୧୪୯ ନମ୍ବର ଜାତୀୟ ରାଜପଥରେ, ଅନୁଗୋଳ ଜିଲ୍ଲା ସମଲ ଥାନା ଅନ୍ତର୍ଗତ ବୁରୁକୁନା ଛକ ନିକଟରେ ବସ୍ଟି ହଠାତ୍ ଭାରସାମ୍ୟ ହରାଇ ରାସ୍ତା କଡ଼କୁ ଓଲଟି ପଡ଼ିଥିଲା। ଘଟଣା ସମ୍ପର୍କରେ ଖବର ପାଇ ସ୍ଥାନୀୟ ଅଗ୍ନିଶମ ବିଭାଗ ଓ ୧୦୮ ଆମ୍ବୁଲାନ୍ସ ତୁରନ୍ତ ପହଁଞ୍ଚି ଘଟଣାସ୍ଥଳରେ ଉଦ୍ଧାର କାର୍ଯ୍ୟ ଆରମ୍ଭ କରିଥିଲେ। ଆହତ ଯାତ୍ରୀମାନଙ୍କୁ ପ୍ରଥମେ ଖମାର ଗୋଷ୍ଠୀ ସ୍ୱାସ୍ଥ୍ୟ କେନ୍ଦ୍ରକୁ ନିଆଯାଇଥିଲା। ଘଟଣା ସ୍ଥଳରେ ପୁଲିସ ପହଞ୍ଚି ତଦନ୍ତ ଆରମ୍ଭ କରିଛି।
Powered by Froala Editor