ବରମୁଣ୍ଡା ବସ୍ଷ୍ଟାଣ୍ଡ ରାସ୍ତାରୁ ମିଳିଲା ମୁଣ୍ଡବିହୀନ ମୃତଦେହ
ଭୁବନେଶ୍ୱର: ରାଜଧାନୀ ଭୁବନେଶ୍ୱରର ବରମୁଣ୍ଡା ବସ୍ଷ୍ଟାଣ୍ଡ ସମ୍ମୁଖ ରାସ୍ତାରୁ ରବିବାର ଭୋର ସମୟରେ ଏକ ମୁଣ୍ଡବିହୀନ ଅଜଣା ବ୍ୟକ୍ତିଙ୍କ ମୃତଦେହ ଉଦ୍ଧାର ହୋଇଛି। ଘଟଣାଟି ଅଞ୍ଚଳରେ ଚାଞ୍ଚଲ୍ୟ ସୃଷ୍ଟି କରିଛି।
ସୂଚନା ଅନୁଯାୟୀ, ଭୋର ପ୍ରାୟ ୪ଟା ସମୟରେ ସ୍ଥାନୀୟ ଲୋକମାନେ ରାସ୍ତା ଉପରେ ମୃତଦେହଟି ପଡ଼ିଥିବା ଦେଖି ତୁରନ୍ତ ପୋଲିସକୁ ଖବର ଦେଇଥିଲେ। ଖବର ପାଇ ସମ୍ପୃକ୍ତ ଥାନା ପୋଲିସ ଘଟଣାସ୍ଥଳରେ ପହଞ୍ଚି ମୃତଦେହକୁ ଜବତ କରିବା ସହ ତଦନ୍ତ ଆରମ୍ଭ କରିଛି। ମୃତକଙ୍କ ପରିଚୟ ଏପର୍ଯ୍ୟନ୍ତ ମିଳି ନ ଥିବା ବେଳେ ଘଟଣାର ପ୍ରକୃତ କାରଣ ଜାଣିବା ପାଇଁ ବିଭିନ୍ନ ଦିଗରୁ ତଦନ୍ତ ଚାଲିଛି। ଘଟଣାସ୍ଥଳ ଏବଂ ଏହାର ଆଖପାଖ ଅଞ୍ଚଳରେ ଲାଗିଥିବା ସିସିଟିଭି କ୍ୟାମେରାର ଫୁଟେଜ ସଂଗ୍ରହ କରି ପୋଲିସ ଯାଞ୍ଚ କରୁଛି।
Powered by Froala Editor