ଅଗଷ୍ଟ ପହିଲାରେ ରାଜ୍ୟ କ୍ୟାବିନେଟ୍ ବୈଠକ
ଭୁବନେଶ୍ୱର: ରାଜ୍ୟର ବିକାଶକୁ ଦୃଷ୍ଟିରେ ରଖି ସରକାରଙ୍କ ପକ୍ଷରୁ ଅଗଷ୍ଟ ପହିଲାରେ ରାଜ୍ୟ କ୍ୟାବିନେଟ୍ ବୈଠକ ଅନୁଷ୍ଠିତ ହେବ। ଲୋକସେବା ଭବନର ତୃତୀୟ ମହଲାରେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀଙ୍କ ଅଧ୍ୟକ୍ଷତାରେ ଅପରାହ୍ନ ୪ଟାରେ କ୍ୟାବିନେଟ୍ ବୈଠକ ଅନୁଷ୍ଠିତ ହେବ। ଏ ସଂକ୍ରାନ୍ତରେ ସଂସଦୀୟ ବ୍ୟାପାର ବିଭାଗ ପକ୍ଷରୁ ମଙ୍ଗଳବାର ମନ୍ତ୍ରିମଣ୍ଡଳର ସଦସ୍ୟମାନଙ୍କୁ ଅବଗତ କରାଯାଇଥିବା ବିଶ୍ୱସ୍ତ ସୂତ୍ରରୁ ଜଣାପଡ଼ିଛି। ସୂଚନା ଅନୁଯାୟୀ, ରାଜ୍ୟ କ୍ୟାବିନେଟ୍ରେ ୯ଟି ଗୁରୁତ୍ୱପୂର୍ଣ୍ଣ ପ୍ରସ୍ତାବକୁ ଅନୁମୋଦନ ମିଳିବାର ସମ୍ଭାବନା ରହିଛି। ସେଥିମଧ୍ୟରେ ପୂର୍ତ୍ତ, ରାଜସ୍ବ, କୃଷି, ଉଚ୍ଚଶିକ୍ଷା, ମହିଳା ଓ ଶିଶୁ କଲ୍ୟାଣ, ଜଙ୍ଗଲ ଓ ପରିବେଶ ଭଳି ଅନ୍ୟାନ୍ୟ ବିଭାଗର ପ୍ରସ୍ତାବମାନ ରହିଛି।
Powered by Froala Editor