Odisha News Lens 4.1

Top Menu

  • About
  • Contact

Main Menu

  • Home
  • ରାଜ୍ୟ
  • ରାଜନୀତି
  • ଦେଶ-ଦେଶାନ୍ତର
  • ଜିଲ୍ଲା ପରିକ୍ରମା
  • ଅପରାଧ
  • ମନୋରଞ୍ଜନ
  • ଖେଳ ଖବର
  • ବାଣିଜ୍ୟ
  • ବିଶେଷ
  • ପରିବେଶ
  • ତର୍ଜମା
  • ସଂସ୍କୃତି
READ NEWS IN ENGLISH ( ver.4.2) Sunday, September 13, 2026, Login
  • About
  • Contact

logo

Header Banner

Odisha News Lens 4.1

  • ରାଜ୍ୟ
  • ରାଜନୀତି
  • ଦେଶ-ଦେଶାନ୍ତର
  • ଜିଲ୍ଲା ପରିକ୍ରମା
  • ଅପରାଧ
  • ମନୋରଞ୍ଜନ
  • ଖେଳ ଖବର
  • ବାଣିଜ୍ୟ
  • ଅନ୍ୟାନ୍ୟ
    • ବିଶେଷ
    • ପରିବେଶ
    • ତର୍ଜମା
    • ସଂସ୍କୃତି
  • ମେଦିନୀପୁରରେ ଡିଆରଡିଓର ନୂଆ ମିସାଇଲ ...

  • ୯ ଅକ୍ଟୋବରରୁ ଫ୍ଲିପକାର୍ଟର Big Billion Days Sale !

  • ୨୫ ଲକ୍ଷ ନୁହେଁ, କୋଟିଏ ଟଙ୍କାରେ ବିକ୍ରି ...

  • ଇଣ୍ଡିଆ ବୁକ୍ ଅଫ୍ ରେକର୍ଡସରେ କୁନି ପୁଅ

  • ଆଜିଠୁ ୨ ଦିନ ଚାଲିବ ୧୮ତମ ବ୍ରିକ୍ସ ...

  • ବ୍ରିକ୍ସ ସମ୍ମିଳନୀ: ସାମ୍ବାଦିକଙ୍କ ...

  • ନୂଆଦିଲ୍ଲୀରେ ପହଁଞ୍ଚିଲେ ଚୀନ୍ ...

  • ଭାରତ ଗସ୍ତରେ ଆସିବେ ଜିନପିଙ୍ଗ

  • ଭାରତରେ ହେବାକୁ ଥିବା ବ୍ରିକ୍ସ ...

  • ବ୍ୟାଙ୍କ କର୍ମଚାରୀଙ୍କ ଧର୍ମଘଟ: ଏତିକି ...

ରାଜ୍ୟ
Home ›› ରାଜ୍ୟ ››ଯାଜପୁର ଜିଲାର ଅର୍ଦ୍ଧାଧିକ ଅଞ୍ଚଳକୁ ଜଳମଗ୍ନ କରିଦେଇଛି ବ୍ରାହ୍ମଣୀ ଓ ଖରସ୍ରୋତା ନଦୀର ଉଛୁଳା ପାଣି

ଯାଜପୁର ଜିଲାର ଅର୍ଦ୍ଧାଧିକ ଅଞ୍ଚଳକୁ ଜଳମଗ୍ନ କରିଦେଇଛି ବ୍ରାହ୍ମଣୀ ଓ ଖରସ୍ରୋତା ନଦୀର ଉଛୁଳା ପାଣି

2026-07-31 08:00:15
15383
Share:
Facebook
Twitter
E-Mail
WhatsApp
Telegram
ଯାଜପୁର ଜିଲାର ଅର୍ଦ୍ଧାଧିକ ଅଞ୍ଚଳକୁ ଜଳମଗ୍ନ କରିଦେଇଛି ବ୍ରାହ୍ମଣୀ ଓ ଖରସ୍ରୋତା ନଦୀର ଉଛୁଳା ପାଣି

ଯାଜପୁର : ବୈତରଣୀ ଓ ଏହାର ଶାଖା ନଦୀ କାଣୀର ବନ୍ୟାଜଳ ଦାଉ ସାଧିଥିବା ବେଳେ ଗୁରୁବାରଠାରୁ ବ୍ରାହ୍ମଣୀ ଓ ଖରସ୍ରୋତା ନଦୀର ଉଛୁଳା ପାଣି ଯାଜପୁର ଜିଲାର ଅର୍ଦ୍ଧାଧିକ ଅଞ୍ଚଳକୁ ଜଳମଗ୍ନ କରିଦେଇଛି। ଜିଲାର ସୁକିନ୍ଦା ଓ ଦାନଗଦି ବ୍ଲକକୁ ଛାଡ଼ି ଦଶରଥପୁର, ବିଞ୍ଝାରପୁର, ଯାଜପୁର, ବରୀ, ରସୁଲପୁର, କୋରେଇ, ଧର୍ମଶାଳା ଓ ବଡ଼ଚଣା ଭଳି ୮ଟି ବ୍ଲକ ଏବଂ ଯାଜପୁର ପୌରାଞ୍ଚଳର ଜନସାଧାରଣ ବନ୍ୟା ଯୋଗୁଁ ଚରମ ଦୁର୍ଦ୍ଦଶା ଭୋଗୁଛନ୍ତି। ଅପରପକ୍ଷରେ ବନ୍ୟା ଯୋଗୁଁ ବିଦ୍ୟାଳୟ ଛାତ୍ରଛାତ୍ରୀଙ୍କ ସୁରକ୍ଷାକୁ ଦୃଷ୍ଟିରେ ରଖି, ଯାଜପୁର ଜିଲାର ସମସ୍ତ ସରକାରୀ, ସରକାରୀ ଅନୁଦାନପ୍ରାପ୍ତ, ବେସରକାରୀ ବିଦ୍ୟାଳୟ, ଓଡ଼ିଶା ଆଦର୍ଶ ବିଦ୍ୟାଳୟ ଓ ଉଚ୍ଚମାଧ୍ୟମିକ ବିଦ୍ୟାଳୟଗୁଡ଼ିକ ୩୧ ତାରିଖ ଶୁକ୍ରବାର ଓ ଅଗଷ୍ଟ ୧ ତାରିଖ ଶନିବାର ଦିନ ବନ୍ଦ ରଖାଯାଇଛି। ଜିଲାପାଳ ଗୁରୁବାର ସନ୍ଧ୍ୟାରେ ଏନେଇ ଘୋଷଣା କରିଛନ୍ତି।
ସରକାରୀ ଆକଳନ ଅନୁଯାୟୀ, ଜିଲାର ୯୭ଟି ଗ୍ରାମପଞ୍ଚାୟତର ୨୭୫ଟି ଗ୍ରାମ ଓ ଯାଜପୁର ମ୍ୟୁନିସିପାଲିଟିର ଗୋଟିଏ ୱାର୍ଡର ମୋଟ ୧ ଲକ୍ଷ ୩୭ ହଜାର ୧୦ ଜଣ ଲୋକ ବନ୍ୟାରେ ସିଧାସଳଖ ପ୍ରଭାବିତ ହୋଇଛନ୍ତି। ବରୀ ବ୍ଲକ ବାଙ୍କସାହିଠାରେ ବ୍ରାହ୍ମଣୀ ନଦୀବନ୍ଧରେ ୧୦୦ ଫୁଟର ଘାଇ ସୃଷ୍ଟି ହୋଇଥିବା ବେଳେ ଚନ୍ଦନପୁର ଓ ଅରୁଆଳଠାରେ ୩ଟି ଘାଇ ହୋଇଛି। ସେହିପରି ବ୍ରାହ୍ମଣୀର ବନ୍ୟାଜଳ ବଡ଼ଚଣା ବ୍ଲକର ଚାରିନଙ୍ଗଳ, ଗୋପାଳପୁର, ମଝିପଡ଼ା, ପତରାଜପୁର, ବାଲିଚନ୍ଦ୍ରପୁର ଓ ମାଣ୍ଡୁକା ପଞ୍ଚାୟତକୁ ଜଳମଗ୍ନ କରିଛି। କୋରେଇ ବ୍ଲକର ଗୋଳେଇପୁର, ବଡ଼ବିରୁହାଁ, ତଣ୍ଡରା, ଯାଜପୁର ବ୍ଲକର ଝାଲପଡ଼ା, ବୈତରଣୀ ବନ୍ୟାରେ କସପା, ବଙ୍ଗାଳିସାହି, ତରପଦା, ମଲ୍ଲିକାପୁର, କୟାଁ, କମାରଡିହ, କଟିକଟା ଏବଂ ରସୁଲପୁର ବ୍ଲକର କୁଜିବର ଅଞ୍ଚଳରେ ହଜାର ହଜାର ଲୋକ ଜଳବନ୍ଦୀ ହୋଇ ରହିଛନ୍ତି।
ଏହି ବନ୍ୟାରେ ଜିଲାର ପ୍ରାୟ ୨୦, ୨୦୬.୩ ହେକ୍ଟର ଚାଷଜମି ବୁଡ଼ି ରହିଥିବାରୁ ବ୍ୟାପକ ଫସଲ ନଷ୍ଟ ହୋଇଛି। ସେହିପରି ୫୨, ୮୩୫ଟି ଗୃହପାଳିତ ପଶୁ ପ୍ରତ୍ୟକ୍ଷ ଭାବେ ପ୍ରଭାବିତ ହୋଇଛନ୍ତି।

ପ୍ରଶାସନ ପକ୍ଷରୁ ବନ୍ୟାଞ୍ଚଳରୁ ୩୫, ୫୭୨ ଜଣଙ୍କୁ ଉଦ୍ଧାର କରାଯାଇ ୧୦୮ଟି ଆଶ୍ରୟସ୍ଥଳକୁ ସ୍ଥାନାନ୍ତର କରାଯାଇଛି। ୯୧ଟି ରିଲିଫ୍ ସେଣ୍ଟର ମାଧ୍ୟମରେ ରନ୍ଧା ଓ ଶୁଖିଲା ଖାଦ୍ୟ ବଣ୍ଟନ କରାଯାଉଛି। ଏଥିମଧ୍ୟରେ ୨୯୮.୮୩ କ୍ୱିଣ୍ଟାଲ୍ ଚୁଡ଼ା, ୪୪.୧୩ କ୍ୱିଣ୍ଟାଲ୍ ଗୁଡ଼, ୭୫ କେଜି ମୁଢ଼ି, ୩୦୦ ପ୍ୟାକେଟ୍ ବିସ୍କୁଟ, ମହମବତି ଓ ଦିଆସିଲି ସହ ୧୬ଟି ପଲିଥିନ୍ ରୋଲ୍ ବଣ୍ଟନ କରାଯାଇଥିବା ପ୍ରଶାସନ ସୂତ୍ରରୁ ପ୍ରକାଶ। ସେହିପରି ସ୍ୱାସ୍ଥ୍ୟ ସେବା ପାଇଁ ୮ଟି ମେଡିକାଲ ଦଳ, ୪ଟି ପ୍ରାଣୀ ଚିକିତ୍ସା ଦଳ ଏବଂ ଉଦ୍ଧାର କାର୍ଯ୍ୟ ପାଇଁ ଗୋଟିଏ ଏନଡିଆରଏଫ, ୪ଟି ଓଡ୍ରାଫ ଓ ୧୨ଟି ଅଗ୍ନିଶମ ସେବା ଦଳ ନିୟୋଜିତ ଅଛନ୍ତି।

ଅତିରିକ୍ତ ଜିଲାପାଳ ଯୁଧିଷ୍ଠିର ନାଏକଙ୍କୁ ଦଶରଥପୁର ବ୍ଲକ, ଅତିରିକ୍ତ ଜିଲାପାଳ (ରାଜସ୍ବ) ଶିବାନନ୍ଦ ସ୍ବାଇଁଙ୍କୁ ବରୀ ବ୍ଲକ, ଅତିରିକ୍ତ ଉନ୍ନୟନ ଅଧିକାରୀ ତଥା କାର୍ଯ୍ୟ ନିର୍ବାହୀ ଅଧିକାରୀ, ଜିଲା ପରିଷଦ ଲମ୍ବୋଦର ଖୁଣ୍ଟିଆଙ୍କୁ ବିଞ୍ଝାରପୁର ବ୍ଲକ, ଉପ ଜିଲାପାଳ ତାପସ ରଞ୍ଜନ ଦେହୁରୀଙ୍କୁ ରସୁଲପୁର ଓ ଧର୍ମଶାଳା ବ୍ଲକ, କଳିଙ୍ଗନଗର ଅତିରିକ୍ତ ଜିଲାପାଳ ସପନ କୁମାର ନନ୍ଦଙ୍କୁ କୋରେଇ, ଦାନଗଦି ଓ ସୁକିନ୍ଦା ବ୍ଲକ ସହିତ ବ୍ୟାସନଗର ମ୍ୟୁନିସିପାଲିଟି ଦାୟିତ୍ୱ ଦିଆଯାଇଛି। ସେହିପରି ଅତିରିକ୍ତ ଉପ ଜିଲାପାଳ, ପଲ୍ଲବୀ ରାଣୀ ରାଜଙ୍କୁ ବଡ଼ଚଣା ବ୍ଲକ ଓ ମୁଖ୍ୟ ଉନ୍ନୟନ ଅଧିକାରୀ ତଥା ନିର୍ବାହୀ ଅଧିକାରୀ, ଜିଲା ପରିଷଦ ଦେବୀ ପ୍ରସାଦ ମହାନ୍ତିଙ୍କୁ ଯାଜପୁର ମ୍ୟୁନିସିପାଲିଟିର ବନ୍ୟା ପରିସ୍ଥିତି ଅନୁଧ୍ୟାନ କରି ଉଦ୍ଧାର କାର୍ଯ୍ୟର ତଦାରଖ କରିବା ନିମନ୍ତେ ନିୟୋଜିତ କରାଯାଇଛି।

Powered by Froala Editor

Tags Flood

Related articles Odisha News Lens 4.1

  • ମେଦିନୀପୁରରେ ଡିଆରଡିଓର ନୂଆ ମିସାଇଲ ଟେଷ୍ଟିଂ ସେଣ୍ଟର
    ଦେଶ-ଦେଶାନ୍ତର

    ମେଦିନୀପୁରରେ ଡିଆରଡିଓର ନୂଆ ମିସାଇଲ ଟେଷ୍ଟିଂ ସେଣ୍ଟର

    14041
    Sep 12, 2026
  • ଭାରତ ଗସ୍ତରେ ଆସିବେ ଜିନପିଙ୍ଗ
    ଦେଶ-ଦେଶାନ୍ତର

    ଭାରତ ଗସ୍ତରେ ଆସିବେ ଜିନପିଙ୍ଗ

    13949
    Sep 11, 2026
  • ଆଜିଠୁ ୨ ଦିନ ଚାଲିବ ୧୮ତମ ବ୍ରିକ୍ସ ସମ୍ମିଳନୀ
    ଦେଶ-ଦେଶାନ୍ତର

    ଆଜିଠୁ ୨ ଦିନ ଚାଲିବ ୧୮ତମ ବ୍ରିକ୍ସ ସମ୍ମିଳନୀ

    13991
    Sep 12, 2026
  • ୯ ଅକ୍ଟୋବରରୁ ଫ୍ଲିପକାର୍ଟର Big Billion Days Sale !
    ବାଣିଜ୍ୟ

    ୯ ଅକ୍ଟୋବରରୁ ଫ୍ଲିପକାର୍ଟର Big Billion Days Sale !

    13985
    Sep 12, 2026
  • ଭାରତରେ ହେବାକୁ ଥିବା ବ୍ରିକ୍ସ ସମ୍ମିଳନୀରେ ଯୋଗଦେବେ ନାହିଁ ବାଂଲାଦେଶ ...
    ଦେଶ-ଦେଶାନ୍ତର

    ଭାରତରେ ହେବାକୁ ଥିବା ବ୍ରିକ୍ସ ସମ୍ମିଳନୀରେ ଯୋଗଦେବେ ନାହିଁ ବାଂଲାଦେଶ ...

    14199
    Sep 11, 2026
  • ବ୍ରିକ୍ସ ସମ୍ମିଳନୀ: ସାମ୍ବାଦିକଙ୍କ ସ୍ବତନ୍ତ୍ର ‘ଗୁଡି ବ୍ୟାଗ୍’ ରେ ରହିଛି ଓଡ଼ିଶାର ...
    ଦେଶ-ଦେଶାନ୍ତର

    ବ୍ରିକ୍ସ ସମ୍ମିଳନୀ: ସାମ୍ବାଦିକଙ୍କ ସ୍ବତନ୍ତ୍ର ‘ଗୁଡି ବ୍ୟାଗ୍’ ରେ ରହିଛି ଓଡ଼ିଶାର ...

    14879
    Sep 12, 2026
  • ୨୫ ଲକ୍ଷ ନୁହେଁ, କୋଟିଏ ଟଙ୍କାରେ ବିକ୍ରି ପାଇଁ ଡିଲ୍‌
    ଅପରାଧ

    ୨୫ ଲକ୍ଷ ନୁହେଁ, କୋଟିଏ ଟଙ୍କାରେ ବିକ୍ରି ପାଇଁ ଡିଲ୍‌

    14825
    Sep 12, 2026
  • ଇଣ୍ଡିଆ ବୁକ୍ ଅଫ୍ ରେକର୍ଡସରେ କୁନି ପୁଅ
    ଦେଶ-ଦେଶାନ୍ତର

    ଇଣ୍ଡିଆ ବୁକ୍ ଅଫ୍ ରେକର୍ଡସରେ କୁନି ପୁଅ

    13723
    Sep 12, 2026
  • ନୂଆଦିଲ୍ଲୀରେ ପହଁଞ୍ଚିଲେ ଚୀନ୍ ରାଷ୍ଟ୍ରପତି ଜିନପିଙ୍ଗ୍
    ଦେଶ-ଦେଶାନ୍ତର

    ନୂଆଦିଲ୍ଲୀରେ ପହଁଞ୍ଚିଲେ ଚୀନ୍ ରାଷ୍ଟ୍ରପତି ଜିନପିଙ୍ଗ୍

    13680
    Sep 12, 2026

ଆପଣ ଆଗ୍ରହୀ ହୋଇପାରନ୍ତି

  • ଦେଶ-ଦେଶାନ୍ତର

    ଇଣ୍ଡିଆ ବୁକ୍ ଅଫ୍ ରେକର୍ଡସରେ କୁନି ପୁଅ

    13723
    Sep 12, 2026
  • ଦେଶ-ଦେଶାନ୍ତର

    ଭାରତ ଗସ୍ତରେ ଆସିବେ ଜିନପିଙ୍ଗ

    13949
    Sep 11, 2026
  • ଦେଶ-ଦେଶାନ୍ତର

    ଭାରତରେ ହେବାକୁ ଥିବା ବ୍ରିକ୍ସ ସମ୍ମିଳନୀରେ ଯୋଗଦେବେ ନାହିଁ ବାଂଲାଦେଶ ପ୍ରଧାନମନ୍ତ୍ରୀ, ଜାଣନ୍ତୁ କାହିଁକି?

    14199
    Sep 11, 2026

Advertisement

ସଂସ୍କୃତି

ରବୀନ୍ଦ୍ର ମଣ୍ଡପଠାରେ "ନୃତ୍ୟାଞ୍ଜଳୟ ଉତ୍ସବ-୨୦୨୨" ଅନୁଷ୍ଠିତ

ଭୁବନେଶ୍ୱର, ୧୫/୦୫ (ନି.ପ୍ର.): ସ୍ଥାନୀୟ ରବୀନ୍ଦ୍ର ମଣ୍ଡପଠାରେ "ନୃତ୍ୟାଞ୍ଜଳୟ ଉତ୍ସବ-୨୦୨୨" ଅନୁଷ୍ଠିତ ହୋଇଯାଇଛି । କାର୍ଯ୍ୟକ୍ରମରେ ମୁଖ୍ୟ ଅତିଥି ଭାବେ ଧର୍ମଶାଳା ବିଧାୟକ ସ୍ଵାଧୀନ ହିମାଂଶୁ ଶେଖର ସାହୁ, ପଦ୍ମଶ୍ରୀ ଗୁରୁ କୁମକୁମ ମହାନ୍ତି, ଓଡ଼ିଆ ଭାଷା, ସାହିତ୍ୟ ଓ ସଂସ୍କୃତି ବିଭାଗର ଉପ-ନିର୍ଦ୍ଦେଶିକା ଶ୍ରୀମ ...

  • ଓଡ଼ିଶାଲିଙ୍କ୍ସର ୮ମ ସ୍ଵନକ୍ଷତ୍ର, ଲୁହରେ ଭିଜାଇଲା ମହାପ୍ରଭୁ ଶ୍ରୀଜଗନ୍ନାଥଙ୍କ ଭକ୍ତି ଆଧାରିତ ନାଟକ ‘ଅଦୃଶ୍ୟ ଜଗନ୍ନାଥ‘

    17090
    Jun 25, 2025
  • ୨୯ ତମ ଓଏମ୍‌ସି. ଗୁରୁ କେଳୁଚରଣ ମହାପାତ୍ର ପୁରସ୍କାର ଉତ୍ସବ ଉଦ୍‍ଯାପିତ

    17762
    Sep 10, 2023
  • ୨୯ ତମ ଓଏମ୍‌ସି ଗୁରୁ କେଳୁଚରଣ ମହାପାତ୍ର ପୁରସ୍କାର ଉତ୍ସବର ଚତୁର୍ଥ ସଂଧ୍ୟାରେ କୁଚିପୁଡ଼ି ନୃତ୍ୟ ସାଙ୍ଗକୁ ତବଲା ବାଦରେ ଦର୍ଶକ ବିଭୋର

    17757
    Sep 09, 2023
  • କଥକ ଶାସ୍ତ୍ରୀୟ ନୃତ୍ୟ ସହିତ ହିନ୍ଦୁସ୍ଥାନୀ କଣ୍ଠ ସଙ୍ଗୀତରେ ଦର୍ଶକ ବିଭୋର

    18162
    Sep 06, 2023

ବିଶେଷ

  • ବିବାହ ପରେ ଏହି ଦୁଇ ରାଶିର ଲୋକ ହୋଇଯାଆନ୍ତି କୋଟିପତି

    14023
    Sep 11, 2026
  • ଖଜୁରିରେ ଭରି ରହିଛି ଅନେକ ପ୍ରକାର ଉପକାରୀ ଗୁଣ, ଜାଣନ୍ତୁ କ’ଣ ?

    16068
    Sep 09, 2026
  • ମଧୁମେହ ରୋଗୀ କାକୁଡିକୁ ଦୈନନ୍ଦିନ ଖାଦ୍ୟ ତାଲିକାରେ ସାମିଲ କରିବା ନିହାତି ଦରକାର

    14605
    Sep 06, 2026
  • ଛାଡି ଦିଅନ୍ତୁ ଆଳୁ ଖାଇବା, ନିୟନ୍ତ୍ରଣ ହୋଇପାରିବ ଓଜନ

    13914
    Sep 03, 2026
  • କଞ୍ଚାକଦଳୀ ଖାଇବା ଶରୀର ପାଇଁ ଲାଭଦାୟକ, ଭରି ରହିଛି ଏହିସବୁ ଗୁଣ

    14722
    Aug 31, 2026

ବାଣିଜ୍ୟ

୯ ଅକ୍ଟୋବରରୁ ଫ୍ଲିପକାର୍ଟର Big Billion Days Sale !

୯ ଅକ୍ଟୋବରରୁ ଆରମ୍ଭ ହେବ ଫ୍ଲିପକାର୍ଟର Big Billion Days Sale । ସୋସିଆଲ ମିଡିଆରେ ଭାଇରାଲ ହେଉଥିବା ଏକ ସୂଚନା ଅନୁସାରେ, Flipkart Big Billion Days Sale ୨୦୨୬ ଅକ୍ଟୋବର ୯ ତାରିଖରୁ ଆରମ୍ଭ ହୋଇପାରେ। ଜଣେ X ୟୁଜର ଫ୍ଲିପକାର୍ଟ ମୋବାଇଲ୍ ଆପ୍‌ର ଏକ ସ୍କ୍ରିନ୍‌ସଟ୍ ସେୟାର କରିଛନ୍ତି। ଏଥିରେ ବିଗ୍ ...

  • ବେଦାନ୍ତ ଆଲୁମିନିୟମ କୋଇଲା ଖଣି ଦ୍ୱାରା ଷଷ୍ଠ ସିଏଲଆଇ ଏକ୍ସପୋ ୨୦୨୬ରେ ପରବର୍ତ୍ତୀ ପିଢ଼ିର ଖଣି ପ୍ରଯୁକ୍ତିବିଦ୍ୟା ପ୍ରଦର୍ଶିତ

    14079
    Sep 09, 2026
  • ସୁନା ଆମଦାନୀ ୩୦ ପ୍ରତିଶତ ହ୍ରାସ

    14072
    Sep 08, 2026
  • କମ୍ପାନୀ ସେକ୍ରେଟାରିଜ୍‌ର ୫୪ତମ ଜାତୀୟ ସମ୍ମିଳନୀ ଭୁବନେଶ୍ୱରରେ ଉଦ୍‌ଯାପିତ

    14696
    Sep 08, 2026
  • ଆଇସିଏସ୍‌ଆଇର ୫୪ତମ କମ୍ପାନୀ ସେକ୍ରେଟାରିଜ୍‌ ଜାତୀୟ ସମ୍ମିଳନୀ ଭୁବନେଶ୍ୱରରେ ଉଦ୍‌ଘାଟିତ

    15034
    Sep 06, 2026

ଅନଲାଇନ୍ ସଂଯୋଗ

  • 67944
    Followers
  • 227640
    Likes
  • 54300
    Subscribers

Subscribe to our Newsletter

Sign up to receive email updates and to hear what's going on with our magazine!

logo

ଆଜିକାଲି, ମୁଦ୍ରିତ ଖବରକାଗଜ ପଢିବା ପାଇଁ ଲୋକଙ୍କ ପାଖରେ ପର୍ଯ୍ୟାପ୍ତ ସମୟ ନାହିଁ, ଯାହା ଗତକାଲିର ସାଧାରଣ ଘଟଣାକୁ କଭର୍ କରିଥାଏ, ତେଣୁ ସର୍ବଶେଷ ଖବର ପାଇବା ପାଇଁ ସେମାନେ ସର୍ବଦା ୱେବ୍ ପୋର୍ଟାଲ୍ କିମ୍ବା ଇଲେକ୍ଟ୍ରୋନିକ୍ ମିଡିଆ ଅନୁସରଣ କରିବାକୁ ଆଗ୍ରହୀ ଅଟନ୍ତି |

ଆମର ଅନଲାଇନ୍ ନ୍ୟୁଜ୍ ପୋର୍ଟାଲ୍ ସମଗ୍ର ବିଶ୍ୱରେ ସର୍ବଶେଷ ଅଦ୍ୟତନ, ସାମ୍ପ୍ରତିକ ଘଟଣା ସହିତ ଲୋକଙ୍କୁ ଶିକ୍ଷା ଏବଂ ସୂଚନା ଦେବାରେ ଏକ ପ୍ରମୁଖ ଭୂମିକା ଗ୍ରହଣ କରିଥାଏ |

  • ଖବର

  • ନୂଆଦିଲ୍ଲୀରେ ପହଁଞ୍ଚିଲେ ଚୀନ୍ ରାଷ୍ଟ୍ରପତି ଜିନପିଙ୍ଗ୍

    13680
    Sep 12, 2026
  • ମେଦିନୀପୁରରେ ଡିଆରଡିଓର ନୂଆ ମିସାଇଲ ଟେଷ୍ଟିଂ ସେଣ୍ଟର

    14041
    Sep 12, 2026
  • ଇଣ୍ଡିଆ ବୁକ୍ ଅଫ୍ ରେକର୍ଡସରେ କୁନି ପୁଅ

    13723
    Sep 12, 2026

About Us

  • Bhubaneswar, Odisha, India
  • 0 00000 000 00
  • odishanewslens@gmail.com

Follow us

  • Home
  • Contact Us
  • About Us
© Copyright Odisha News Lens 4.1. All rights reserved. in association with Konect.In