ଓଡ଼ିଶାର ୧୨ ଜିଲାକୁ ସତର୍କ ସୂଚନା ଜାରି, ବର୍ଷା ସହ ବିଜୁଳି ଓ ଘଡ଼ଘଡ଼ି ସମ୍ଭାବନା
ଭୁବନେଶ୍ୱର: ୩ ଘଣ୍ଟା ପାଇଁ ଓଡ଼ିଶାର ୧୨ ଜିଲାକୁ ସତର୍କ ସୂଚନା ଜାରି କରାଯାଇଛି।
ରାଜ୍ୟର ୧୨ ଜିଲାରେ ବର୍ଷା ସହ ବିଜୁଳି ଓ ଘଡ଼ଘଡ଼ି ସମ୍ଭାବନା ରହିଛି। ମାଲକାନଗିରି, କୋରାପୁଟ, ରାୟଗଡ଼ା, ଗଜପତି, ଗଞ୍ଜାମ, ନବରଙ୍ଗପୁର, ବରଗଡ଼, ବୌଦ୍ଧ, ନୟାଗଡ଼, କଟକ, ଖୋର୍ଦ୍ଧା ଓ ପୁରୀ ଜିଲାକୁ ସତର୍କ ସୂଚନା ଜାରି କରାଯାଇଛି।
ସୂଚନାଯୋଗ୍ୟ,ଉତ୍ତର ଓଡ଼ିଶା ଏବଂ ସଂଲଗ୍ନ ଗାଙ୍ଗେୟ ପଶ୍ଚିମବଙ୍ଗ ଉପରେ ଏକ ଘୂର୍ଣ୍ଣିବଳୟ ସୃଷ୍ଟି ହୋଇଛି। ଏହା ସମୁଦ୍ର ପତ୍ତନଠାରୁ ୦.୯ କି.ମି. ଉଚ୍ଚତାରେ ଉତ୍ତର-ପଶ୍ଚିମ ବଙ୍ଗୋପସାଗର ଏବଂ ସଂଲଗ୍ନ ଉତ୍ତର ଓଡ଼ିଶା-ଗାଙ୍ଗେୟ ପଶ୍ଚିମବଙ୍ଗ ଉପକୂଳ ଉପରେ ରହିଛି। ଏହା ପ୍ରଭାବରେ ରାଜ୍ୟରେ ପ୍ରବଳ ବର୍ଷା ଲାଗିରହିଛି।
Powered by Froala Editor