ଆଜିଠୁ ସୋମବାର ପର୍ଯ୍ୟନ୍ତ କାଚିବ ବର୍ଷା
ଭୁବନେଶ୍ୱର: ଉତ୍ତର-ପଶ୍ଚିମ ବଙ୍ଗୋପସାଗର ଓ ଏହାର ଆଖପାଖ ଅଞ୍ଚଳରେ ଥିବା ଉପର ବାୟୁମଣ୍ଡଳୀୟ ଘୂର୍ଣ୍ଣିବଳୟ ସମୁଦ୍ର ପତ୍ତନଠାରୁ ପ୍ରାୟ ୭.୬ କି.ମି. ଉଚ୍ଚତା ପର୍ଯ୍ୟନ୍ତ ବିସ୍ତୃତ ରହିଛି। ଏହାର ପ୍ରଭାବରେ ବୁଧବାର ସୁଦ୍ଧା ଉତ୍ତର-ପଶ୍ଚିମ ବଙ୍ଗୋପସାଗର ଓ ଏହାର ଆଖପାଖ ଅଞ୍ଚଳରେ ଏକ ଲଘୁଚାପ କ୍ଷେତ୍ର ସୃଷ୍ଟିହେବା ସମ୍ଭାବନା ରହିଛି। ଏହା ଆଗକୁ ଅଧିକ ଘନୀଭୂତ ହେବ କି ନାହିଁ ସେ ନେଇ ପାଣିପାଗ ବିଭାଗ ସ୍ପଷ୍ଟ କରିନାହିଁ। ତେବେ ବୁଧବାରଠାରୁ ସୋମବାର ପର୍ଯ୍ୟନ୍ତ ରାଜ୍ୟରେ ପ୍ରବଳ ବର୍ଷା ହେବ ବୋଲି ଆଞ୍ଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ର ପକ୍ଷରୁ ସୂଚନା ଦିଆଯାଇଛି।
ସେହିପରି ବୁଧବାର ଅନୁଗୋଳ, କେନ୍ଦୁଝର ଜିଲାକୁ ପ୍ରବଳରୁ ଅତି ପ୍ରବଳ ବର୍ଷା ନେଇ ଅରେଞ୍ଜ ଓ୍ବାର୍ନିଂ ଦିଆଯାଇଥିବାବେଳେ ବାଲେଶ୍ୱର, ଭଦ୍ରକ, ଯାଜପୁର, କେନ୍ଦ୍ରାପଡ଼ା, ଜଗତ୍ସିଂହପୁର, କଟକ, ସୁନ୍ଦରଗଡ଼, ଝାରସୁଗୁଡ଼ା, ବରଗଡ଼, ସମ୍ବଲପୁର, ଦେବଗଡ଼, ଢେଙ୍କାନାଳ, ମୟୂରଭଞ୍ଜ, ପୁରୀ ଓ ଖୋର୍ଦ୍ଧା ଜିଲାକୁ ୟେଲୋ ଓ୍ବାର୍ନିଂ ଦିଆଯାଇଛି। ସେହିପରି ରାଜ୍ୟର ସମସ୍ତ ପ୍ରାୟ ଜିଲାକୁ ଝଡ଼ବର୍ଷା ନେଇ ସତର୍କତା ଜାରି କରାଯାଇଛି।
Powered by Froala Editor