ମୟୂରଭଞ୍ଜ ଜିଲ୍ଲାରେ ସମସ୍ତ ସ୍କୁଲ ବନ୍ଦ
ବାରିପଦା: ଗତ ରାତିରୁ ଆରମ୍ଭ ହୋଇ ଏପର୍ଯ୍ୟନ୍ତ ଜାରି ରହିଥିବା ଭାରି ବର୍ଷାକୁ ନେଇ ମୟୂରଭଞ୍ଜ ଜିଲ୍ଲାପାଳ ହେମକାନ୍ତ ସୟଙ୍କ ନିର୍ଦ୍ଦେଶକ୍ରମେ ଆଜି ଜିଲାର ସମସ୍ତ ପ୍ରକାରର ବିଦ୍ୟାଳୟ ବନ୍ଦ ରହିବ । ଜିଲା ଶିକ୍ଷା ଅଧିକାରୀ ପୂର୍ଣ୍ଣଚନ୍ଦ୍ର ସେଠୀଙ୍କ ତରଫରୁ ସମସ୍ତ ବ୍ଲକ ଶିକ୍ଷା ଅଧିକାରୀଙ୍କୁ ନିର୍ଦ୍ଦେଶ ଦିଆଯାଇଛି ଯେ, ସେମାନେ ନିଜ ନିଜ କ୍ଷେତ୍ରରେ ଥିବା ସରକାରୀ, ସରକାରୀ ସହାୟକ ଓ ବେସରକାରୀ ବିଦ୍ୟାଳୟର(ପ୍ରାଥମିକରୁ ଉଚ୍ଚ ମାଧ୍ୟମିକ) ପ୍ରଧାନ ଶିକ୍ଷକ/ପ୍ରଧାନ ଶିକ୍ଷୟିତ୍ରୀଙ୍କୁ ନିର୍ଦ୍ଦେଶ ଦେବେ ଯେପରି ଛାତ୍ରଛାତ୍ରୀଙ୍କ ସୁରକ୍ଷା ଦୃଷ୍ଟିରୁ ଆଜି ବିଦ୍ୟାଳୟ ବନ୍ଦ rahiba। ତଥାପି ସମସ୍ତ ପ୍ରଧାନ ଶିକ୍ଷକ, ପ୍ରଧାନ ଶିକ୍ଷୟିତ୍ରୀ, ଅଧ୍ୟକ୍ଷ ଓ ଶିକ୍ଷକମାନେ ନିଜ ନିଜ ବିଦ୍ୟାଳୟକୁ ଯଥାସମୟରେ ଉପସ୍ଥିତ ହେବେ ଏବଂ କ୍ଲାସ ୱାଟ୍ସଆପ ଗ୍ରୁପ, ଫୋନ କଲ, ଏସଏମଏସ ଆଦି ଉପଲବ୍ଧ ଯୋଗାଯୋଗ ମାଧ୍ୟମରେ ଛାତ୍ରଛାତ୍ରୀ ଓ ସେମାନଙ୍କ ଅଭିଭାବକଙ୍କୁ ବିଦ୍ୟାଳୟ ବନ୍ଦ ରହିବାର ସୂଚନା ପ୍ରସାର କରିବେ।
Powered by Froala Editor