ଆଜିଠୁ ତିନିଦିନ ବର୍ଷା

ଭୁବନେଶ୍ବର: ଉତ୍ତର ବଙ୍ଗୋପସାଗର ଏବଂ ଏହାର ପାର୍ଶ୍ବବର୍ତ୍ତୀ ଅଞ୍ଚଳ ସମୁଦ୍ର ପତ୍ତନଠାରୁ ୧.୫ ରୁ ୫.୮ ଉଚ୍ଚତାରେ ଘୂର୍ଣ୍ଣିବଳୟ ସୃଷ୍ଟି ହୋଇଛି। ଏହାର ପ୍ରଭାବରେ ଆସନ୍ତା ତିନିଦିନ ପର୍ଯ୍ୟନ୍ତ ରାଜ୍ୟର ବିଭିନ୍ନ ସ୍ଥାନରେ ପ୍ରବଳ ବର୍ଷା ହେବାର ସମ୍ଭାବନା ଥିବା ଭୁବନେଶ୍ବର ଆଞ୍ଚଳିକ ପାଣିପାଗ କେନ୍ଦ୍ର ପକ୍ଷରୁ ଆକଳନ କରାଯାଇଛି।
କେନ୍ଦ୍ରର ପୂର୍ବାନୁମାନ ଅନୁଯାୟୀ, ଆସନ୍ତା ୨୪ ଘଣ୍ଟା ମଧ୍ୟରେ କେନ୍ଦୁଝର, ମୟୂରଭଞ୍ଜ, ବାଲେଶ୍ବର, ଭଦ୍ରକ, ଯାଜପୁର ଏବଂ କେନ୍ଦ୍ରାପଡା ଜିଲାର ଗୋଟିଏରୁ ଦୁଇଟି ସ୍ଥାନରେ ପ୍ରବଳ ବର୍ଷା ହୋଇପାରେ। ବାଲେଶ୍ବର, ଭଦ୍ରକ, ଯାଜପୁର, କେନ୍ଦ୍ରାପଡା, କଟକ, ଜଗତସିଂହପୁର, କେନ୍ଦୁଝର, ମୟୂରଭଞ୍ଜ, ଢେଙ୍କାନାଳ, ଅନୁଗୋଳ, ଖୋର୍ଦ୍ଧା ଏବଂ ନୟାଗଡ଼ ଜିଲାର କିଛି ସ୍ଥାନରେ ବିଜୁଳି ଘଡଘଡି ସହ ବର୍ଷା ହେବାର ସମ୍ଭାବନା ରହିଛି। ଉପରୋକ୍ତ ଜିଲାଗୁଡ଼ିକୁ ପାଣିପାଗ କେନ୍ଦ୍ର ପକ୍ଷରୁ ସତର୍କ ସୂଚନା ଜାରି କରାଯାଇଛି। ସେହିପରି ୫ ତାରିଖରେ ଉତ୍ତର ଓ ଦକ୍ଷିଣ ଓଡ଼ିଶାର କେତେକ ଅଞ୍ଚଳରେ ବିଜୁଳି ଘଡଘଡି ସହ ବର୍ଷା ହୋଇପାରେ। ସୁନ୍ଦରଗଡ, କେନ୍ଦୁଝର, ମୟୂରଭଞ୍ଜ, ଯାଜପୁର, ଭଦ୍ରକ ଏବଂ ବାଲେଶ୍ବରରେ ପ୍ରବଳ ବର୍ଷା ହେବାର ସମ୍ଭାବନା ରହିଛି। ସମସ୍ତ ଜିଲାପାଳ ଏବଂ ମହାନଗର ନିଗମ ଆୟୁକ୍ତମାନେ ସତର୍କ ରହିବା ପାଇଁ ସ୍ବତନ୍ତ୍ର ରିଲିଫ୍ ଆୟୁକ୍ତ(ଏସଆରସି) ପରାମର୍ଶ ଦେଇଛନ୍ତି।
Powered by Froala Editor