ବାଲେଶ୍ୱରରେ ଗସ୍ତରେ ମୁଖ୍ୟ ଶାସନ ସଚିବ, ୫ଟି ସଚିବ ଓ ପୂର୍ତ୍ତ ସଚିବ
ଆଜି ସକାଳେ ମୁଖ୍ୟ ଶାସନ ସଚିବ ସୁରେଶ ମହାପାତ୍ର, ୫-ଟି ସଚିବ ଭି.କେ. ପାଣ୍ଡିଆନ୍, ପୂର୍ତ୍ତ ବିଭାଗ ସଚିବ କ୍ରିଷନ କୁମାର ପ୍ରମୁଖ ବାଲେଶ୍ୱର ଗସ୍ତ କରିଛନ୍ତି । ବାଲେଶ୍ୱରରେ ପହଞ୍ଚିବା ପରେ ବିଭିନ୍ନ ମେଗା ପ୍ରକଳ୍ପର ସମୀକ୍ଷା କରିଛନ୍ତି । ଏହି ଅବସରରେ ଫକୀର ମୋହନ ମେଡିକାଲ କଲେଜ ପରିଦର୍ଶନ କରିବା ସହ ବିଭିନ୍ନ ଉନ୍ନୟନମୂଳକ ପ୍ରକଳ୍ପ ଓ କୋଭିଡି ସ୍ଥିତିର ସମୀକ୍ଷା କରିଛନ୍ତି । ଏଥିସହ ଆଇଟିଆଇ ଛକରୁ ତାମୁଳିଆ ଓଭରବ୍ରିଜ୍ ପର୍ଯ୍ୟନ୍ତ ସୌନ୍ଦର୍ଯ୍ୟକରଣ କାର୍ଯ୍ୟ ସମୀକ୍ଷା, ୧୪ କୋଟି ବ୍ୟୟରେ ନିର୍ମାଣାଧୀନ ପ୍ରକଳ୍ପ କାର୍ଯ୍ୟକୁ ତଦାରଖ କରିଛନ୍ତି ବୋଲି ଜଣାପଡ଼ିଛି ।
ସଚିବମାନେ ସକାଳ ୭ଟା ୪୦ମିନିଟ ସମୟରେ ହେଲିକପ୍ଟର ଯୋଗେ ଆସି ବାଲେଶ୍ବର ସହରର ପୁଲିସ ପରେଡ୍ ପଡ଼ିଆରେ ଓହ୍ଲାଇଥିଲେ। ୩ ସଚିବଙ୍କୁ ଜିଲ୍ଲାପାଳ କେ ସୁଦର୍ଶନ ଚକ୍ରବର୍ତ୍ତୀ ପୁଷ୍ପଗୁଚ୍ଛ ଦେଇ ସ୍ୱାଗତ ସମ୍ବର୍ଦ୍ଧନା ଜଣାଇଥିଲେ। ଏହି ଗସ୍ତକୁ ନେଇ ଜିଲ୍ଲାର ପ୍ରଶାସନିକ ସ୍ତରରେ ତତ୍ପରତା ପ୍ରକାଶ ପାଇଛି ।