ଭୀଷଣ ବର୍ଷା : ଏହି ଜିଲ୍ଳାକୁ ରେଡ୍ ଆଲର୍ଟ ଜାରି
ଭୁବନେଶ୍ବର: ସକ୍ରିୟ ଘୂର୍ଣ୍ଣିବଳୟ ପ୍ରଭାବରେ ଆଜି ଉତ୍ତରପଶ୍ଚିମ ପାର୍ଶ୍ଵବର୍ତ୍ତୀ ପଶ୍ଚିମବଙ୍ଗ ଏବଂ ଓଡିଶା ଉପକୂଳରେ ଲଘୁଚାପ କ୍ଷେତ୍ର ସୃଷ୍ଟି ହୋଇଛି । ଏହା ଆଗାମୀ 24 ଘଣ୍ଟାରେ ଉତ୍ତର ଦିଗରେ ଗତି କରିବା ସହ ଆହୁରି ଘନୀଭୂତ ହେବା ସମ୍ଭାବନା ରହିଛି । ଭଦ୍ରକ, ବାଲେଶ୍ୱର, ଯାଜପୁର ଏବଂ କେନ୍ଦ୍ରାପଡ଼ା ଜିଲ୍ଲାର କିଛି ଅଞ୍ଚଳରେ ପ୍ରବଳ ବର୍ଷା ଲାଗି ରହିଛି ।
ଆଜି ସାରା ରାଜ୍ୟରେ ବର୍ଷା ସହ ବିଜୁଳି ଘଡ଼ଘଡ଼ି ଓ ଘଣ୍ଟାପ୍ରତି 30-40 କିମି ବେଗରେ ଝଡ଼ି ପବନ ବହିବ । ବିଶେଷ କରି ଉତ୍ତର ଓଡ଼ିଶାରେ ପ୍ରବଳରୁ ଅତି ପ୍ରବଳ ବର୍ଷା ପାଇଁ ବାଲେଶ୍ବର, ମୟୂରଭଞ୍ଜ ଓ କେନ୍ଦୁଝର ଜିଲ୍ଲାକୁ ଅରେଞ୍ଜ ୱାର୍ଣ୍ଣିଂ ଜାରି କରାଯାଇଛି । ସେହିପରି ପ୍ରବଳ ବର୍ଷା ପାଇଁ କେନ୍ଦ୍ରପଡ଼ା, ଭଦ୍ରକ, ଯାଜପୁର, କଟକ, ଢେଙ୍କାନାଳ, ଅନୁଗୋଳ, ଦେବଗଡ଼ ଓ ସୁନ୍ଦରଗଡ଼ ଜିଲ୍ଲାକୁ ସତର୍କତା ଜାରି କରିଛି ପାଣିପାଗ ବିଭାଗ । ଅନ୍ୟ ସବୁ ଜିଲ୍ଲାରେ ମଧ୍ୟମ ଧରଣର ବର୍ଷା ରହିବ ।
ଆସନ୍ତାକାଲି (ଅଗଷ୍ଟ 17 ତାରିଖ)ରୁ ବର୍ଷାର ପରିମାଣ ବଢ଼ିବ । ଅତି ଭୀଷଣ ବର୍ଷା ପାଇଁ ବାଲେଶ୍ବର ଓ ମୟୂରଭଞ୍ଜ ଜିଲ୍ଲାକୁ ରେଡ୍ ଆଲର୍ଟ ଜାରି କରାଯାଇଛି । ପ୍ରବଳରୁ ଅତି ପ୍ରବଳ ବର୍ଷା ପାଇଁ କେନ୍ଦୁଝର, ଭଦ୍ରକ, ଢେଙ୍କାନାଳ, ଯାଜପୁର, କେନ୍ଦ୍ରାପଡ଼ା ଓ କଟକ ଜିଲ୍ଲାକୁ ଅରେଞ୍ଜ ୱାର୍ଣ୍ଣିଂ ଜାରି କରାଯାଇଛି । ପ୍ରବଳ ବର୍ଷା ପାଇଁ ଜଗତସିଂହପୁର, ଖୋରଧା, ନୟାଗଡ଼, ବୌଦ୍ଧ, ଅନୁଗୋଳ, ଦେବଗଡ଼, ସମ୍ବଲପୁର, ସୋନପୁର, ବରଗଡ଼, ଝାରସୁଗୁଡ଼ା ଓ ସନ୍ଦରଗଡ଼ ଜିଲ୍ଲାକୁ ପାଣିପାଗ ବିଭାଗ ସତର୍କତା ଜାରି କରିଛି ।
Powered by Froala Editor