ଅବପାତରେ ପରିଣତ ହେଲା ଲଘୁଚାପ: ଏହି ଜିଲ୍ଲାକୁ ରେଡ୍ ଓ୍ବାର୍ନିଂ ଜାରି
ଭୁବନେଶ୍ବର: ବଙ୍ଗୋପସାଗରରେ ସୃଷ୍ଟି ହୋଇଥିବା ଲଘୁଚାପ ଅବପାତରେ ପରିଣତ ହୋଇଛି । ପାଣିପାଗ ବିଭାଗର ଆକଳନ ଅନୁସାରେ, ଆସନ୍ତା ୨୪ ଘଣ୍ଟା ମଧ୍ୟରେ ଅବପାତଟି ପ୍ରଥମେ ଉତ୍ତର-ଉତ୍ତରପଶ୍ଚିମ ଦିଗକୁ ଏବଂ ପରେ ଉତ୍ତରପଶ୍ଚିମ ଦିଗକୁ ଗତି କରିବ। ଏହା ଗାଙ୍ଗେୟ ପଶ୍ଚିମବଙ୍ଗ, ଝାଡ଼ଖଣ୍ଡ ଓ ବିହାର ଦେଇ ଅତିକ୍ରମ କରିବାର ସମ୍ଭାବନା ରହିଛି। ଅବପାତର ପ୍ରଭାବରେ ଓଡ଼ିଶାର କିଛି ଅଞ୍ଚଳରେ ବର୍ଷାର ପ୍ରଭାବ ଜାରି ରହିପାରେ । ସମୁଦ୍ର ଅଶାନ୍ତ ରହିବା କାରଣରୁ ମତ୍ସ୍ୟଜୀବୀମାନଙ୍କୁ ସମୁଦ୍ରକୁ ଯିବାକୁ ବାରଣ କରାଯାଇଛି । ୨୦ ତାରିଖ ପର୍ଯ୍ୟନ୍ତ ରାଜ୍ୟର ବିଭିନ୍ନ ସ୍ଥାନରେ ବର୍ଷା ହେବାର ସମ୍ଭାବନା ରହିଛି ।
ପାଣିପାଗ ବିଭାଗର ସୂଚନା ଅନୁସାରେ, ସୋମବାର ସାରା ରାଜ୍ୟରେ ବର୍ଷାର ସମ୍ଭାବନା ରହିଥିବା ବେଳେ ବାଲେଶ୍ବର, କେନ୍ଦୁଝର ଏବଂ ମୟୂରଭଞ୍ଜକୁ ରେଡ୍ ଓ୍ବାର୍ନିଂ ଜାରି କରାଯାଇଛି ।
Powered by Froala Editor