ସପ୍ତାହେ ପର୍ଯ୍ୟନ୍ତ ରାଜ୍ୟରେ ଲାଗି ରହିବ ବର୍ଷା
ଭୁବନେଶ୍ୱର: ରାଜ୍ୟରେ ଏବେ ବର୍ଷା ଓ ବନ୍ୟା ଦୁର୍ଦ୍ଦଶା ଜାରି ରହିଥିବା ବେଳେ ଆସୁଛି ଆଉ ଏକ ଲଘୁଚାପ। ତିନିଦିନ ହେବ ଶୁଖିଲା ପାଗ ସହ ଖରା ଓ ଗୁଳୁଗୁଳି ଅନୁଭୂତ ହୋଇଥିଲା। ହେଲେ ଆସନ୍ତା ୨୨ ତାରିଖ ବେଳକୁ ବଙ୍ଗୋପସାଗରରେ ଲଘୁଚାପ ସୃଷ୍ଟି ହେବାର ସମ୍ଭାବନା ଥିବାରୁ ଶୁକ୍ରବାରଠାରୁ ରାଜ୍ୟରେ ପୁଣି ବର୍ଷା ଆରମ୍ଭ ହେବ। ବିଶେଷକରି ପଶ୍ଚିମ, ଉତ୍ତର ଓ ଉପକୂଳ ଓଡ଼ିଶାରେ ପ୍ରବଳ ବର୍ଷା ହେବାର ସମ୍ଭାବନା ରହିଥିବା ନେଇ ଆଞ୍ଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ର ପକ୍ଷରୁ ସୂଚନା ଦିଆଯାଇଛି। ଆସନ୍ତା ସପ୍ତାହେ ପର୍ଯ୍ୟନ୍ତ ରାଜ୍ୟରେ ବର୍ଷା ଲାଗି ରହିବ। ବିଶେଷକରି ସୁନ୍ଦଗରଗଡ଼, କେନ୍ଦୁଝର ଏବଂ ମୟୂରଭଞ୍ଜ ଜିଲାରେ ପ୍ରବଳ ବର୍ଷା ନେଇ ୟେଲୋ ଓ୍ବାର୍ନିଂ ଜାରି କରାଯାଇଛି। ସେହିପରି ବାଲେଶ୍ୱର, ଭଦ୍ରକ, କେନ୍ଦ୍ରାପଡ଼ା, ଜଗତ୍ସିଂହପୁର, କଟକ, ସୁନ୍ଦରଗଡ଼, କେନ୍ଦୁଝର, ମୟୂରଭଞ୍ଜ, ଗଜପତି, ଗଞ୍ଜାମ, ପୁରୀ, ଖୋର୍ଦ୍ଧା ଏବଂ ନୟାଗଡ଼ ଜିଲାର କିଛି ସ୍ଥାନରେ ଝଡ଼ବର୍ଷା ନେଇ ସତର୍କ କରାଯାଇଛି।
Powered by Froala Editor