Odisha News Lens 4.1

Top Menu

  • About
  • Contact

Main Menu

  • Home
  • ରାଜ୍ୟ
  • ରାଜନୀତି
  • ଦେଶ-ଦେଶାନ୍ତର
  • ଜିଲ୍ଲା ପରିକ୍ରମା
  • ଅପରାଧ
  • ମନୋରଞ୍ଜନ
  • ଖେଳ ଖବର
  • ବାଣିଜ୍ୟ
  • ବିଶେଷ
  • ପରିବେଶ
  • ତର୍ଜମା
  • ସଂସ୍କୃତି
READ NEWS IN ENGLISH ( ver.4.2) Saturday, October 24, 2026, Login
  • About
  • Contact

logo

Header Banner

Odisha News Lens 4.1

  • ରାଜ୍ୟ
  • ରାଜନୀତି
  • ଦେଶ-ଦେଶାନ୍ତର
  • ଜିଲ୍ଲା ପରିକ୍ରମା
  • ଅପରାଧ
  • ମନୋରଞ୍ଜନ
  • ଖେଳ ଖବର
  • ବାଣିଜ୍ୟ
  • ଅନ୍ୟାନ୍ୟ
    • ବିଶେଷ
    • ପରିବେଶ
    • ତର୍ଜମା
    • ସଂସ୍କୃତି
  • ଏହି ରଙ୍ଗର ଜୋତା ପିନ୍ଧିଲେ ସୌଭାଗ୍ୟ ...

  • ଲକ୍ଷ୍ମୀପୁରରେ ଭିଏଏମ୍ଏଲ୍ ପକ୍ଷରୁ ଚକ୍ଷୁ ...

  • ଇସ୍ରାଏଲର ସ୍ୱାଧୀନତା ଦିବସ ସମାରୋହରେ ...

  • ଭାରତ-ଆମେରିକା ନୂଆ ବାଣିଜ୍ୟ ଚୁକ୍ତି ନେଇ ...

  • ଏପରି କଲେ ଛାଡି ପଳେଇବେ ମା' ଲକ୍ଷ୍ମୀ

  • ଭାରତୀୟ ଷ୍ଟେଟ୍ ବ୍ୟାଙ୍କ ଏସବିଆଇରୁ ଡାଟା ...

  • ମୁକାମ୍‌ରେ କ୍ଷମା ପ୍ରାର୍ଥନା କରନ୍ତୁ, ...

  • ପେନସନଭୋଗୀଙ୍କ ମହଙ୍ଗା ଭତ୍ତା ବୃଦ୍ଧି ...

  • ସୁଟରଙ୍କ ଟାର୍ଗେଟରେ ଥିଲେ ଅମିତାଭ, ଅକ୍ଷୟ ...

  • ମହଙ୍ଗା ହେବ ତେଲ, ଅଶୋଧିତ ତୈଳ ...

ରାଜ୍ୟ
Home ›› ରାଜ୍ୟ ››ଅପରାଧ ନିୟନ୍ତ୍ରଣ ଓ ସୁରକ୍ଷା ବ୍ୟବସ୍ଥାକୁ ଅଧିକ କ୍ରିୟାଶୀଳ କରିବା ପାଇଁ ମୁଖ୍ୟମନ୍ତ୍ରୀଙ୍କ ୧୦ ପରାମର୍ଶ

ଅପରାଧ ନିୟନ୍ତ୍ରଣ ଓ ସୁରକ୍ଷା ବ୍ୟବସ୍ଥାକୁ ଅଧିକ କ୍ରିୟାଶୀଳ କରିବା ପାଇଁ ମୁଖ୍ୟମନ୍ତ୍ରୀଙ୍କ ୧୦ ପରାମର୍ଶ

2026-08-30 06:02:32
15445
Share:
Facebook
Twitter
E-Mail
WhatsApp
Telegram
ଅପରାଧ ନିୟନ୍ତ୍ରଣ ଓ ସୁରକ୍ଷା ବ୍ୟବସ୍ଥାକୁ ଅଧିକ କ୍ରିୟାଶୀଳ କରିବା ପାଇଁ ମୁଖ୍ୟମନ୍ତ୍ରୀଙ୍କ ୧୦ ପରାମର୍ଶ

ଭୁବନେଶ୍ୱର: ଭୁବନେଶ୍ୱରସ୍ଥିତ ରାଜ୍ୟ ପୋଲିସ ଭବନଠାରେ ଆୟୋଜିତ ରାଜ୍ୟସ୍ତରୀୟ ଡିଜିପି ଏବଂ ଆଇଜିପି ସମ୍ମିଳନୀରେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଯୋଗଦେଇ ରାଜ୍ୟର ଆଇନଶୃଙ୍ଖଳା, ଆଭ୍ୟନ୍ତରୀଣ ସୁରକ୍ଷା, ସାଇବର ସୁରକ୍ଷା ଏବଂ ଭବିଷ୍ୟତର ପୋଲିସିଂ ବ୍ୟବସ୍ଥାର ବ୍ୟାପକ ସମୀକ୍ଷା କରିଛନ୍ତି। ପୋଲିସ ସଂସ୍କାର ପାଇଁ ପ୍ରତ୍ୟେକ ପ୍ରସ୍ତାବ ଓ ଗୁରୁତ୍ୱପୂର୍ଣ୍ଣ ଦିଗକୁ ମୁଖ୍ୟମନ୍ତ୍ରୀ ଗୁରୁତ୍ୱର ସହ ନେବା ସହିତ ଏଗୁଡ଼ିକର ସଫଳ କାର୍ଯ୍ୟକାରିତା ପାଇଁ ସରକାର ସମସ୍ତ ସାଧନ, ଅନୁଦାନ ଓ ପ୍ରଶାସନିକ ସହଯୋଗ ଯୋଗାଇଦେବେ ବୋଲି ପ୍ରତିଶ୍ରୁତି ଦେଇଛନ୍ତି। ଏହି ଅବସରରେ ମୁଖ୍ୟମନ୍ତ୍ରୀ ଭିଡିଓ କନ୍‌ପରେନ୍ସିଂ ଜରିଆରେ ଏସ୍‌ପି ଏବଂ ବରିଷ୍ଠ ପୋଲିସ ଅଧିକାରୀଙ୍କୁ ସେମାନଙ୍କ ଜିଲାରେ ଅପରାଧ ନିୟନ୍ତ୍ରଣ ଓ ସୁରକ୍ଷା ବ୍ୟବସ୍ଥାକୁ ଅଧିକ କ୍ରିୟାଶୀଳ କରିବା ପାଇଁ ୧୦ଟି ମୁଖ୍ୟ ପରାମର୍ଶ ଓ ନିର୍ଦ୍ଦେଶ ଦେଇଛନ୍ତି।
ମୁଖ୍ୟମନ୍ତ୍ରୀ ତାଙ୍କ ଅଭିଭାଷଣରେ ନାଗରିକମାନଙ୍କ ପ୍ରତି ପୋଲିସର ନମ୍ର ଓ ସମ୍ବେଦନଶୀଳ ବ୍ୟବହାର ଉପରେ ସବୁଠାରୁ ଅଧିକ ଗୁରୁତ୍ୱ ଦେଇଛନ୍ତି। ଥାନାକୁ ଆସୁଥିବା ପ୍ରତ୍ୟେକ ଅଭିଯୋଗକାରୀ ଜଣେ ଜଣେ ପୀଡ଼ିତ, ତେଣୁ ସେମାନଙ୍କ ସହ ସହାନୁଭୂତିପୂର୍ଣ୍ଣ ବ୍ୟବହାର କରିବାକୁ ନିର୍ଦ୍ଦେଶ ଦିଆଯାଇଛି। ମହିଳାଙ୍କ ପ୍ରତି ହେଉଥିବା ହିଂସା ଏବଂ ସଙ୍ଗଠିତ ଅପରାଧ ବିରୋଧରେ ସରକାର ଜିରୋ ଟଲେରାନ୍ସ ନୀତି ଆପଣାଇଛନ୍ତି। ରାଜ୍ୟରେ ମହିଳାବିରୋଧୀ ଦଣ୍ଡବିଧାନ ହାର ୭୫ ପ୍ରତିଶତକୁ ନେବା ପାଇଁ ତଦନ୍ତ ପ୍ରକ୍ରିୟାକୁ ଅଧିକ ବୃତ୍ତିଗତ ଓ ପ୍ରଯୁକ୍ତିବିଦ୍ୟାଭିତ୍ତିକ କରିବାକୁ ସେ ପରାମର୍ଶ ଦେଇଛନ୍ତି। ଅନ୍ୟପଟେ ଏନ୍‌ସିଆର୍‌ବି ତଥ୍ୟ ଅନୁଯାୟୀ, ଅନ୍ୟାନ୍ୟ ଅପରାଧରେ ପୂର୍ବରୁ ଥିବା କମ୍‌ ଦଣ୍ଡବିଧାନ ହାରରେ ସୁଧାର ଆଣି ପ୍ରଥମ ପର୍ଯ୍ୟାୟରେ ୪୦ ପ୍ରତିଶତକୁ ନେବାକୁ ଲକ୍ଷ୍ୟ ରଖାଯାଇଛି। ପାର୍ବଣ ଋତୁ ଆଗତ ହେଉଥିବାରୁ ଦାଦାବଟି ଓ ବେଆଇନ ଜୋରଜବରଦସ୍ତ ଚାନ୍ଦା ଆଦାୟକାରୀଙ୍କ ବିରୋଧରେ ଦୃଢ଼ କାର୍ଯ୍ୟାନୁଷ୍ଠାନ ଗ୍ରହଣ କରିବାକୁ ସେ କଡ଼ା ନିର୍ଦ୍ଦେଶ ଦେଇଛନ୍ତି। ୨୦୨୯ ସୁଦ୍ଧା ନିଶାମୁକ୍ତ ଓଡ଼ିଶା ଗଠନ କରିବାକୁ ସରକାର ସଂକଳ୍ପବଦ୍ଧ। କେବଳ ଜବତ ଓ ଗିରଫଦାରି ଭିତରେ ସୀମିତ ନ ରହି ନିଶାଦ୍ରବ୍ୟ ବେଆଇନ ଚାଲାଣର ମୂଳ ଯୋଗାଣ ଶୃଙ୍ଖଳା ଏବଂ ଆର୍ଥିକ ସିଣ୍ଡିକେଟ୍‌କୁ ସମ୍ପୂର୍ଣ୍ଣ ଧ୍ୱଂସ କରିବାକୁ ପୋଲିସକୁ ନିର୍ଦ୍ଦେଶ ଦିଆଯାଇଛି। ନିଶା କାରବାର ବନ୍ଦ ହେଲେ ରାଜ୍ୟରେ ଅପରାଧ ହାର ଯଥେଷ୍ଟ ହ୍ରାସ ପାଇବ ବୋଲି ମୁଖ୍ୟମନ୍ତ୍ରୀ କହିଛନ୍ତି। ରାଜ୍ୟର ସୀମାନ୍ତ ଦେଇ ଅନୁପ୍ରବେଶକୁ ରୋକିବା ଲାଗି ପୋଲିସର ପଦକ୍ଷେପ ବାବଦରେ ଆଲୋଚନା କରି ମୁଖ୍ୟମନ୍ତ୍ରୀ କହିଛନ୍ତି, ଭୁବନେଶ୍ୱରଠାରେ କମାଣ୍ଡ ଓ କଣ୍ଟ୍ରୋଲ ସେଣ୍ଟର, ୧୦ଟି ଡ୍ରୋନ, ୫ଟି ଟ୍ରଲର, ୧୦ଟି ଆଧୁନିକ ଇଣ୍ଟରସେପ୍ଟର ବୋଟ କ୍ରୟ ପ୍ରକ୍ରିୟା ଏବଂ ଅଲ୍‌ଟରେନ୍‌ ଭେହିକିଲ ମାଧ୍ୟମରେ ବେଳାଭୂମି ପାଟ୍ରୋଲିଂ ବ୍ୟବସ୍ଥାକୁ ଅଧିକ କ୍ରିୟାଶୀଳ କରାଯାଇଛି। ସାମୁଦ୍ରିକ ସୁରକ୍ଷା ପାଇଁ ଏସ୍‌ପିଓ ଏବଂ ପୂର୍ବତନ ସେନାକର୍ମୀଙ୍କୁ ମଧ୍ୟ ନିୟୋଜିତ କରାଯାଇଛି।
ରାଜ୍ୟରେ ମାଓବାଦୀ ହିଂସା ସମ୍ପୂର୍ଣ୍ଣ ନିୟନ୍ତ୍ରଣକୁ ଆସିଥିବାରୁ ଏବଂ ଓଏସ୍‌ଏସ୍‌ଏଫ୍‌ ବାଟାଲିୟନ, ଆକର୍ଷଣୀୟ ଆତ୍ମସମର୍ପଣ ନୀତି ଯୋଗୁ ଓଡ଼ିଶାକୁ ସ୍ବରାଷ୍ଟ୍ର ମନ୍ତ୍ରଣାଳୟ ସମ୍ମାନିତ କରିଛି। ୨ ବର୍ଷରେ ପୋଲିସ ବିଭାଗରେ ୧୭,୭୯୪ଟି ନୂତନ ପଦବୀ ସୃଷ୍ଟି ଏବଂ ୫,୮୧୭ଟି ପଦବୀ ପୂରଣ କରାଯାଇଥିବା ନେଇ ମୁଖ୍ୟମନ୍ତ୍ରୀ ସୂଚନା ଦେଇଛନ୍ତି।
ଏହି କାର୍ଯ୍ୟକ୍ରମରେ ମୁଖ୍ୟ ଶାସନ ସଚିବ ଅନୁ ଗର୍ଗ ଯୋଗଦେଇ ଜନସାଧାରଣଙ୍କ ପ୍ରତି ପୋଲିସର ସେବା ବ୍ୟବସ୍ଥାକୁ ଆହୁରି ଗୁଣାତ୍ମକ ଓ ସୁଦୃଢ଼ କରିବା ଉପରେ ଗୁରୁତ୍ୱାରୋପ କରିଛନ୍ତି। ପୋଲିସ ମହାନିର୍ଦ୍ଦେଶକ (ଡିଜିପି) ବିନୟତୋଷ ମିଶ୍ର ମୁଖ୍ୟମନ୍ତ୍ରୀଙ୍କ ଗଠନମୂଳକ ପରାମର୍ଶ ଓ ଆହ୍ବାନ ପାଇଁ କୃତଜ୍ଞତା ପ୍ରକାଶ କରିବା ସହ ଆଗାମୀ ଦିନରେ ସାଇବର ସୁରକ୍ଷା କ୍ଷେତ୍ରରେ ଅଧିକ ବ୍ୟାପକ କାର୍ଯ୍ୟ କରାଯିବ ବୋଲି ଦୃଢ଼ୋକ୍ତି ପ୍ରକାଶ କରିଛନ୍ତି। ମୁଖ୍ୟମନ୍ତ୍ରୀଙ୍କ ନିର୍ଦ୍ଦେଶ ଅନୁଯାୟୀ ରାଜ୍ୟର ପ୍ରତ୍ୟେକ ଜିଲାରେ ଆଇନଶୃଙ୍ଖଳାକୁ ସୁଦୃଢ଼ କରିବା ଲାଗି ପୋଲିସବାହିନୀ ସମ୍ପୂର୍ଣ୍ଣ ନିଷ୍ଠାର ସହ କାର୍ଯ୍ୟ କରିବ ବୋଲି ଡିଜିପି ସ୍ପଷ୍ଟ କରିଛନ୍ତି।

Powered by Froala Editor

Tags Dgp meeting

Related articles Odisha News Lens 4.1

  •  ଏହି ରଙ୍ଗର ଜୋତା ପିନ୍ଧିଲେ ସୌଭାଗ୍ୟ ପାଲଟିଯାଏ ଦୁର୍ଭାଗ୍ୟ
    ବିଶେଷ

    ଏହି ରଙ୍ଗର ଜୋତା ପିନ୍ଧିଲେ ସୌଭାଗ୍ୟ ପାଲଟିଯାଏ ଦୁର୍ଭାଗ୍ୟ

    15103
    Oct 23, 2026
  • ଏପରି କଲେ ଛାଡି ପଳେଇବେ ମା' ଲକ୍ଷ୍ମୀ
    ବିଶେଷ

    ଏପରି କଲେ ଛାଡି ପଳେଇବେ ମା' ଲକ୍ଷ୍ମୀ

    15453
    Oct 23, 2026
  • ଲକ୍ଷ୍ମୀପୁରରେ ଭିଏଏମ୍ଏଲ୍ ପକ୍ଷରୁ ଚକ୍ଷୁ ପରୀକ୍ଷା ଶିବିର ଆୟୋଜିତ, ପ୍ରାୟ ୨୦୦ ଜଣ ...
    ବାଣିଜ୍ୟ

    ଲକ୍ଷ୍ମୀପୁରରେ ଭିଏଏମ୍ଏଲ୍ ପକ୍ଷରୁ ଚକ୍ଷୁ ପରୀକ୍ଷା ଶିବିର ଆୟୋଜିତ, ପ୍ରାୟ ୨୦୦ ଜଣ ...

    14401
    Oct 23, 2026
  • ମୁକାମ୍‌ରେ କ୍ଷମା ପ୍ରାର୍ଥନା କରନ୍ତୁ, ଦୀର୍ଘଦିନର ବିବାଦ ତୁଟିଯିବ: ବିଷ୍ଣୋଇ ସମାଜ
    ଦେଶ-ଦେଶାନ୍ତର

    ମୁକାମ୍‌ରେ କ୍ଷମା ପ୍ରାର୍ଥନା କରନ୍ତୁ, ଦୀର୍ଘଦିନର ବିବାଦ ତୁଟିଯିବ: ବିଷ୍ଣୋଇ ସମାଜ

    13656
    Oct 22, 2026
  • ଇସ୍ରାଏଲର ସ୍ୱାଧୀନତା ଦିବସ ସମାରୋହରେ ଯୋଗଦେବାକୁ ମୋଦୀଙ୍କୁ ନିମନ୍ତ୍ରଣ କଲେ ...
    ଦେଶ-ଦେଶାନ୍ତର

    ଇସ୍ରାଏଲର ସ୍ୱାଧୀନତା ଦିବସ ସମାରୋହରେ ଯୋଗଦେବାକୁ ମୋଦୀଙ୍କୁ ନିମନ୍ତ୍ରଣ କଲେ ...

    13658
    Oct 23, 2026
  • ପେନସନଭୋଗୀଙ୍କ ମହଙ୍ଗା ଭତ୍ତା ବୃଦ୍ଧି ନେଇ ଆସିଲା ଏହି ଖବର, ଜାଣନ୍ତୁ....
    ଦେଶ-ଦେଶାନ୍ତର

    ପେନସନଭୋଗୀଙ୍କ ମହଙ୍ଗା ଭତ୍ତା ବୃଦ୍ଧି ନେଇ ଆସିଲା ଏହି ଖବର, ଜାଣନ୍ତୁ....

    15425
    Oct 22, 2026
  • ସୁଟରଙ୍କ ଟାର୍ଗେଟରେ ଥିଲେ ଅମିତାଭ, ଅକ୍ଷୟ ଓ ଅମିର
    ମନୋରଞ୍ଜନ

    ସୁଟରଙ୍କ ଟାର୍ଗେଟରେ ଥିଲେ ଅମିତାଭ, ଅକ୍ଷୟ ଓ ଅମିର

    14409
    Oct 22, 2026
  • ମହଙ୍ଗା ହେବ ତେଲ, ଅଶୋଧିତ ତୈଳ ବ୍ୟାରେଲ୍‌ ପିଛା ୧୪୦ ଡଲାର ଛୁଇଁବ
    ବାଣିଜ୍ୟ

    ମହଙ୍ଗା ହେବ ତେଲ, ଅଶୋଧିତ ତୈଳ ବ୍ୟାରେଲ୍‌ ପିଛା ୧୪୦ ଡଲାର ଛୁଇଁବ

    15031
    Oct 22, 2026
  • ଭାରତୀୟ ଷ୍ଟେଟ୍ ବ୍ୟାଙ୍କ ଏସବିଆଇରୁ ଡାଟା ଲିକ୍
    ଦେଶ-ଦେଶାନ୍ତର

    ଭାରତୀୟ ଷ୍ଟେଟ୍ ବ୍ୟାଙ୍କ ଏସବିଆଇରୁ ଡାଟା ଲିକ୍

    14208
    Oct 22, 2026

ଆପଣ ଆଗ୍ରହୀ ହୋଇପାରନ୍ତି

  • ଦେଶ-ଦେଶାନ୍ତର

    ଭାରତୀୟ ଷ୍ଟେଟ୍ ବ୍ୟାଙ୍କ ଏସବିଆଇରୁ ଡାଟା ଲିକ୍

    14208
    Oct 22, 2026
  • ବାଣିଜ୍ୟ

    ଲକ୍ଷ୍ମୀପୁରରେ ଭିଏଏମ୍ଏଲ୍ ପକ୍ଷରୁ ଚକ୍ଷୁ ପରୀକ୍ଷା ଶିବିର ଆୟୋଜିତ, ପ୍ରାୟ ୨୦୦ ଜଣ ଗୋଷ୍ଠୀ ସଦସ୍ୟ ଉପକୃତ

    14401
    Oct 23, 2026
  • ବାଣିଜ୍ୟ

    ମହଙ୍ଗା ହେବ ତେଲ, ଅଶୋଧିତ ତୈଳ ବ୍ୟାରେଲ୍‌ ପିଛା ୧୪୦ ଡଲାର ଛୁଇଁବ

    15031
    Oct 22, 2026

Advertisement

ସଂସ୍କୃତି

ରବୀନ୍ଦ୍ର ମଣ୍ଡପଠାରେ "ନୃତ୍ୟାଞ୍ଜଳୟ ଉତ୍ସବ-୨୦୨୨" ଅନୁଷ୍ଠିତ

ଭୁବନେଶ୍ୱର, ୧୫/୦୫ (ନି.ପ୍ର.): ସ୍ଥାନୀୟ ରବୀନ୍ଦ୍ର ମଣ୍ଡପଠାରେ "ନୃତ୍ୟାଞ୍ଜଳୟ ଉତ୍ସବ-୨୦୨୨" ଅନୁଷ୍ଠିତ ହୋଇଯାଇଛି । କାର୍ଯ୍ୟକ୍ରମରେ ମୁଖ୍ୟ ଅତିଥି ଭାବେ ଧର୍ମଶାଳା ବିଧାୟକ ସ୍ଵାଧୀନ ହିମାଂଶୁ ଶେଖର ସାହୁ, ପଦ୍ମଶ୍ରୀ ଗୁରୁ କୁମକୁମ ମହାନ୍ତି, ଓଡ଼ିଆ ଭାଷା, ସାହିତ୍ୟ ଓ ସଂସ୍କୃତି ବିଭାଗର ଉପ-ନିର୍ଦ୍ଦେଶିକା ଶ୍ରୀମ ...

  • ଓଡ଼ିଶାଲିଙ୍କ୍ସର ୮ମ ସ୍ଵନକ୍ଷତ୍ର, ଲୁହରେ ଭିଜାଇଲା ମହାପ୍ରଭୁ ଶ୍ରୀଜଗନ୍ନାଥଙ୍କ ଭକ୍ତି ଆଧାରିତ ନାଟକ ‘ଅଦୃଶ୍ୟ ଜଗନ୍ନାଥ‘

    17209
    Jun 25, 2025
  • ୨୯ ତମ ଓଏମ୍‌ସି. ଗୁରୁ କେଳୁଚରଣ ମହାପାତ୍ର ପୁରସ୍କାର ଉତ୍ସବ ଉଦ୍‍ଯାପିତ

    17906
    Sep 10, 2023
  • ୨୯ ତମ ଓଏମ୍‌ସି ଗୁରୁ କେଳୁଚରଣ ମହାପାତ୍ର ପୁରସ୍କାର ଉତ୍ସବର ଚତୁର୍ଥ ସଂଧ୍ୟାରେ କୁଚିପୁଡ଼ି ନୃତ୍ୟ ସାଙ୍ଗକୁ ତବଲା ବାଦରେ ଦର୍ଶକ ବିଭୋର

    17851
    Sep 09, 2023
  • କଥକ ଶାସ୍ତ୍ରୀୟ ନୃତ୍ୟ ସହିତ ହିନ୍ଦୁସ୍ଥାନୀ କଣ୍ଠ ସଙ୍ଗୀତରେ ଦର୍ଶକ ବିଭୋର

    18274
    Sep 06, 2023

ବିଶେଷ

  • ଏହି ରଙ୍ଗର ଜୋତା ପିନ୍ଧିଲେ ସୌଭାଗ୍ୟ ପାଲଟିଯାଏ ଦୁର୍ଭାଗ୍ୟ

    15103
    Oct 23, 2026
  • ଏପରି କଲେ ଛାଡି ପଳେଇବେ ମା' ଲକ୍ଷ୍ମୀ

    15453
    Oct 23, 2026
  • ଏହି ପାଣି ପିଅନ୍ତୁ ରହିବ ପେଟ ଥଣ୍ଡା

    15035
    Oct 18, 2026
  • କୌଣସି କାରଣ ନଥାଇ ଘରେ ହେଉଛି କି ଝଗଡ଼ା, କରନ୍ତୁ ଏହି ଉପାୟ....

    15499
    Oct 16, 2026
  • ମୂଳାଷ୍ଟମୀ କାହିଁକି ହୁଏ ପାଳନ, କ'ଣ ରହିଛି ତାତ୍ପର୍ଯ୍ୟ ଜାଣନ୍ତୁ.....

    14832
    Oct 06, 2026

ବାଣିଜ୍ୟ

ଲକ୍ଷ୍ମୀପୁରରେ ଭିଏଏମ୍ଏଲ୍ ପକ୍ଷରୁ ଚକ୍ଷୁ ପରୀକ୍ଷା ଶିବିର ଆୟୋଜିତ, ପ୍ରାୟ ୨୦୦ ଜଣ ଗୋଷ୍ଠୀ ସଦସ୍ୟ ଉପକୃତ

ଭୁବନେଶ୍ୱର : ଗ୍ରାମାଞ୍ଚଳରେ ସ୍ୱାସ୍ଥ୍ୟସେବା ସମ୍ପ୍ରସାରଣ ଦିଗରେ ଏକ ପଦକ୍ଷେପ ସ୍ୱରୂପ, ଭାରତର ସର୍ବବୃହତ ଆଲୁମିନିୟମ ଉତ୍ପାଦନକାରୀ ବେଦାନ୍ତ ଆଲୁମିନିୟମ, ରାୟଗଡ଼ାସ୍ଥିତ ଏଲ୍. ଭି. ପ୍ରସାଦ ଚକ୍ଷୁ ପ୍ରତିଷ୍ଠାନ ସହ ...

  • ମହଙ୍ଗା ହେବ ତେଲ, ଅଶୋଧିତ ତୈଳ ବ୍ୟାରେଲ୍‌ ପିଛା ୧୪୦ ଡଲାର ଛୁଇଁବ

    15031
    Oct 22, 2026
  • ହମାରା ବଚ୍‌ପନ ଟ୍ରଷ୍ଟ ରଜୋନିବୃତ୍ତି ଦିବସ ୨୦୨୬ ପାଳନ କରିବାକୁ ଓଡ଼ିଶା ଓ ମଧ୍ୟପ୍ରଦେଶରେ ୨୫ଟି ସମ୍ପ୍ରଦାୟରେ ୧୦୦୦ରୁ ଅଧିକ ମହିଳାଙ୍କ ନିକଟରେ ପହଞ୍ଚିଲା

    14375
    Oct 21, 2026
  • ପ୍ରକଳ୍ପ ସଙ୍ଗମ ଅଧୀନରେ ୩୩ଟି ଗ୍ରାମରେ କୃଷି ଯାନ୍ତ୍ରିକୀକରଣକୁ ପ୍ରୋତ୍ସାହିତ କରୁଛି ବେଦାନ୍ତ ଆଲୁମିନିୟମ୍

    14609
    Oct 16, 2026
  • କଳାହାଣ୍ଡି ଓ ରାୟଗଡ଼ାରେ ନିର୍ଭରଯୋଗ୍ୟ ଆଲୋକ ଓ ପାନୀୟ ଜଳ ବ୍ୟବସ୍ଥା ପାଇଁ ବେଦାନ୍ତ ଆଲୁମିନିୟମ୍ ଦ୍ୱାରା ସୌର ଭିତ୍ତିଭୂମି ସ୍ଥାପନ

    14640
    Oct 15, 2026

ଅନଲାଇନ୍ ସଂଯୋଗ

  • 67944
    Followers
  • 227640
    Likes
  • 54300
    Subscribers

Subscribe to our Newsletter

Sign up to receive email updates and to hear what's going on with our magazine!

logo

ଆଜିକାଲି, ମୁଦ୍ରିତ ଖବରକାଗଜ ପଢିବା ପାଇଁ ଲୋକଙ୍କ ପାଖରେ ପର୍ଯ୍ୟାପ୍ତ ସମୟ ନାହିଁ, ଯାହା ଗତକାଲିର ସାଧାରଣ ଘଟଣାକୁ କଭର୍ କରିଥାଏ, ତେଣୁ ସର୍ବଶେଷ ଖବର ପାଇବା ପାଇଁ ସେମାନେ ସର୍ବଦା ୱେବ୍ ପୋର୍ଟାଲ୍ କିମ୍ବା ଇଲେକ୍ଟ୍ରୋନିକ୍ ମିଡିଆ ଅନୁସରଣ କରିବାକୁ ଆଗ୍ରହୀ ଅଟନ୍ତି |

ଆମର ଅନଲାଇନ୍ ନ୍ୟୁଜ୍ ପୋର୍ଟାଲ୍ ସମଗ୍ର ବିଶ୍ୱରେ ସର୍ବଶେଷ ଅଦ୍ୟତନ, ସାମ୍ପ୍ରତିକ ଘଟଣା ସହିତ ଲୋକଙ୍କୁ ଶିକ୍ଷା ଏବଂ ସୂଚନା ଦେବାରେ ଏକ ପ୍ରମୁଖ ଭୂମିକା ଗ୍ରହଣ କରିଥାଏ |

  • ଖବର

  • ଏପରି କଲେ ଛାଡି ପଳେଇବେ ମା' ଲକ୍ଷ୍ମୀ

    15453
    Oct 23, 2026
  • ଏହି ରଙ୍ଗର ଜୋତା ପିନ୍ଧିଲେ ସୌଭାଗ୍ୟ ପାଲଟିଯାଏ ଦୁର୍ଭାଗ୍ୟ

    15103
    Oct 23, 2026
  • ଭାରତ-ଆମେରିକା ନୂଆ ବାଣିଜ୍ୟ ଚୁକ୍ତି ନେଇ ଏହା କହିଲେ ଟ୍ରମ୍ପ

    13610
    Oct 23, 2026

About Us

  • Bhubaneswar, Odisha, India
  • 0 00000 000 00
  • odishanewslens@gmail.com

Follow us

  • Home
  • Contact Us
  • About Us
© Copyright Odisha News Lens 4.1. All rights reserved. in association with Konect.In