ଦନ୍ତ ଚିକିତ୍ସକଙ୍କ ପାଇଁ ପ୍ରୋତ୍ସାହନ ରାଶି ଘୋଷଣା, କେତେ ଜାଣନ୍ତୁ?
ଭୁବନେଶ୍ୱର: ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ଓଡ଼ିଶା ମେଡିକାଲ ସର୍ଭିସେସ୍ (ଡେଣ୍ଟାଲ) କ୍ୟାଡରରେ କାର୍ଯ୍ୟରତ ଦନ୍ତ ଚିକିତ୍ସକଙ୍କ ପାଇଁ ପ୍ରୋତ୍ସାହନ ରାଶି ଘୋଷଣା କରାଯାଇଛି। ନୂଆ ନିଷ୍ପତ୍ତି ଅନୁଯାୟୀ, ଏନ୍ଏମ୍ସି ଦ୍ୱାରା ସ୍ୱୀକୃତ ମେଡିକାଲ କଲେଜରୁ ପୋଷ୍ଟ-ଗ୍ରାଜୁଏସନ ଯୋଗ୍ୟତା ହାସଲ କରିଥିବା ଏବଂ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ଅଧୀନରେ କାର୍ଯ୍ୟରତ ଦନ୍ତ ଚିକିତ୍ସକମାନଙ୍କୁ ପ୍ରତିମାସ ୨୦,୦୦୦ ଟଙ୍କା ପ୍ରୋତ୍ସାହନ ପ୍ରଦାନ କରାଯିବ। ଶନିବାର ଜାରି ହୋଇଥିବା ବିଜ୍ଞପ୍ତି ଅନୁଯାୟୀ, ଏହି ପ୍ରୋତ୍ସାହନ ନୋଟିଫିକେସନ ଜାରି ହେବା ତାରିଖ ଅର୍ଥାତ୍ ଅଗଷ୍ଟ ୨୯ରୁ କାର୍ଯ୍ୟକାରୀ ହେବ। ଏହି ପ୍ରସ୍ତାବକୁ ଅର୍ଥ ବିଭାଗର ଅନୁମୋଦନ ପରେ ସ୍ୱାସ୍ଥ୍ୟ ବିଭାଗ ପକ୍ଷରୁ ନୋଟିଫିକେସନ ଜାରି କରାଯାଇଛି।
Powered by Froala Editor