ସୃଷ୍ଟି ହେଲା ଲଘୁଚାପ କ୍ଷେତ୍ର, ୨ ଦିନ ଯାଏ ପ୍ରବଳ ବର୍ଷା ନେଇ ସତର୍କ ସୂଚନା ଜାରି
ଭୁବନେଶ୍ବର: ବଙ୍ଗୋପସାଗରରେ ସୃଷ୍ଟି ହେଲା ସ୍ପଷ୍ଟଚିହ୍ନିତ ଲଘୁଚାପ କ୍ଷେତ୍ର । ସୋମବାର ଭୋର ୫ଟା ୩୦ ସୁଦ୍ଧା ସ୍ପଷ୍ଟଚିହ୍ନିତ ଲଘୁଚାପ କ୍ଷେତ୍ରରେ ପରିଣତ ହୋଇଥିବା ବେଳେ ଆସନ୍ତା ୨ ଦିନ ଯାଏ ପ୍ରବଳ ବର୍ଷା ନେଇ ସତର୍କ ସୂଚନା ଜାରି କରାଯାଇଛି । ଉତ୍ତର ପଶ୍ଚିମ ବଙ୍ଗୋପସାଗର ପାର୍ଶ୍ଵବର୍ତ୍ତୀ ଅଞ୍ଚଳରେ ବର୍ତ୍ତମାନ ଲଘୁଚାପ ସକ୍ରିୟ ରହିଛି ।ବଙ୍ଗୋପସାଗରରେ ସୃଷ୍ଟି ହୋଇଥିବା ଲଘୁଚାପ କ୍ଷେତ୍ର ପ୍ରଭାବରେ ଓଡ଼ିଶାରେ ବର୍ଷା ଲାଗି ରହିଛି। ଏହା ପ୍ରଭାବରେ ରାଜ୍ୟରେ ଆସନ୍ତା ୨ଦିନ ପର୍ଯ୍ୟନ୍ତ ପ୍ରବଳ ବର୍ଷା ହେବା ନେଇ ଆଞ୍ଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ର ଆକଳନ କରିଛି। ସୁନ୍ଦରଗଡ଼, ଝାରସୁଗୁଡା, ସମ୍ବଲପୁର, ଦେବଗଡ଼, ଅନୁଗୋଳ, କେନ୍ଦୁଝର, ସୁବର୍ଣ୍ଣପୁର, ନୂଆପଡ଼ା, ବଲାଙ୍ଗୀର ଏବଂ କଳାହାଣ୍ଡି ଜିଲାକୁ ଅତି ପ୍ରବଳ ବର୍ଷା ସହିତ ଝଡ଼ବର୍ଷା ନେଇ ଅରେଞ୍ଜ ଓ୍ବାର୍ନିଂ ଏବଂ ବାଲେଶ୍ୱର, ଭଦ୍ରକ, ଯାଜପୁର, ଢେଙ୍କାନାଳ, ମୟୂରଭଞ୍ଜ, ବୌଦ୍ଧ, କନ୍ଧମାଳ, ନବରଙ୍ଗପୁର, ରାୟଗଡ଼ାକୁ ୟେଲୋ ଓ୍ବାର୍ନିଂ ଦିଆଯାଇଛି। ଏଥିସହ ବାଲେଶ୍ୱର, ଭଦ୍ରକ, ଯାଜପୁର, କେନ୍ଦ୍ରାପଡ଼ା, ଜଗତ୍ସିଂହପୁର, କଟକ, ଢେଙ୍କାନାଳ, ମୟୂରଭଞ୍ଜ, ବୌଦ୍ଧ, କନ୍ଧମାଳ, ନବରଙ୍ଗପୁର, ରାୟଗଡ଼ା, କୋରାପୁଟ, ମାଲକାନଗିରି, ଗଜପତି, ଗଞ୍ଜାମ, ପୁରୀ, ଖୋର୍ଦ୍ଧା ଏବଂ ନୟାଗଡ଼ ଜିଲାରେ ଘଡ଼ଘଡ଼ି ସହିତ ପ୍ରବଳ ବର୍ଷା ନେଇ ସର୍ତକ କରାଯାଇଛି।
Powered by Froala Editor