ଗୋପବନ୍ଧୁ ସ୍ୱାସ୍ଥ୍ୟ ବୀମା ଯୋଜନା ଆୟୁଷ୍ମାନ ଭାରତ ଯୋଜନାରେ ମିଶିବ ନାହିଁ
ଭୁବନେଶ୍ୱର: ସାମ୍ବାଦିକମାନଙ୍କ ପାଇଁ ରାଜ୍ୟରେ ଚାଲୁଥିବା ଗୋପବନ୍ଧୁ ସ୍ୱାସ୍ଥ୍ୟ ବୀମା ଯୋଜନା ଆୟୁଷ୍ମାନ ଭାରତ ଯୋଜନାରେ ମିଶିବ ନାହିଁ। ପୂର୍ବପରି ସାମ୍ବାଦିକମାନେ ଗୋପବନ୍ଧୁ ସ୍ୱାସ୍ଥ୍ୟ ବୀମା ଯୋଜନାରେ ଅନ୍ତର୍ଭୁକ୍ତ ରହିବେ। ଏନେଇ ସରକାରଙ୍କ ପକ୍ଷରୁ ନିଷ୍ପତ୍ତି ନିଆଯାଇଛି।ଯେଉଁ ସାମ୍ବାଦିକମାନେ ନୂଆକରି ଏହି ସ୍ୱାସ୍ଥ୍ୟ ବୀମା ଯୋଜନାରେ ସାମିଲ ହେବାକୁ ଚାହୁଁଛନ୍ତି, ସେମାନେ ନିୟମ ଅନୁଯାୟୀ ଆବେଦନ କରିପାରିବେ।
Powered by Froala Editor