୯ ବେଳକୁ ବର୍ଷା ବଢ଼ିବା ସମ୍ଭାବନା
ଭୁବନେଶ୍ୱର: ବଙ୍ଗୋପସାଗରରେ ସୃଷ୍ଟ ଲଘୁଚାପ ଓଡ଼ିଶା, ପଶ୍ଚିମବଙ୍ଗ ଓ ଝାଡ଼ଖଣ୍ଡ ଦେଇ ଉତ୍ତରପ୍ରଦେଶ ଓ ମଧ୍ୟପ୍ରଦେଶ ଆଡକୁ ଗତି କରୁଛି। ଫଳରେ ରାଜ୍ୟକୁ ଏବେ ଲଘୁଚାପ ପ୍ରଭାବ ନ ଥିବାରୁ ବର୍ଷା କମିଛି। କେଉଁଠି ଝିପି ଝିପି ତ ଆଉ କେଉଁଠି ଅସରାଏ ଦି’ ଅସରା ବର୍ଷା ହେଉଛି। ଏବେ ସେପରି ବଡ଼ ଧରଣର ବର୍ଷା ସମ୍ଭାବନା ନ ଥିବାବେଳେ ଆସନ୍ତା ୭ ଦିନଯାଏ ଏ ସ୍ଥିତି ଲାଗି ରହିବ ବୋଲି ଆଞ୍ଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ର ପକ୍ଷରୁ ସୂଚନା ଦିଆଯାଇଛି। ତେବେ ଉପକୂଳ ସମେତ ଆଭ୍ୟନ୍ତରୀଣ ଓଡ଼ିଶାର କେତେକ ଜିଲାରେ ହାଲୁକାରୁ ମଧ୍ୟମ ଧରଣର ବର୍ଷା ହୋଇପାରେ। ୯ ତାରିଖ ବେଳକୁ ବର୍ଷା ବଢ଼ିବା ସମ୍ଭାବନା ଥିବାରୁ ମୟୂରଭଞ୍ଜ, କେନ୍ଦୁଝର ଓ ସୁନ୍ଦରଗଡ଼ ଜିଲାକୁ ପ୍ରବଳ ବର୍ଷା ପାଇଁ ୟେଲୋ ୱାର୍ନିଂ ଜାରି କରାଯାଇଛି।
Powered by Froala Editor