୭ ଯାଏ ଏହିସବୁ ଜିଲ୍ଲାରେ ହେବ ପ୍ରବଳ ବର୍ଷା

ଭୁବନେଶ୍ୱର : ଆସନ୍ତା ୭ ତାରିଖ ଯାଏ ଓଡ଼ିଶାର କେତେକ ଜିଲ୍ଲାରେ ପ୍ରବଳ ବର୍ଷା ହେବା ନେଇ ଆଞ୍ଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ର ପକ୍ଷରୁ ପୂର୍ବାନୁମାନ କରାଯାଇଛି । ୫ ତାରିଖ ପୂର୍ବାହ୍ନ ସୁଦ୍ଧା କେନ୍ଦୁଝର, ମୟୂରଭଞ୍ଜ, ବାଲେଶ୍ୱର, ଭଦ୍ରକ, ଯାଜପୁର, କେନ୍ଦ୍ରାପଡ଼ା ଓ ଜଗତସିଂହପୁର ଜିଲ୍ଲାରେ ପ୍ରବଳ ବର୍ଷା ହେବ । ଏଥିସହ ୬ ତାରିଖ ସୁଦ୍ଧା ସୁନ୍ଦରଗଡ଼, କେନ୍ଦୁଝର, ମୟୂରଭଞ୍ଜ ଓ ସମ୍ବଲପୁର ଜିଲ୍ଲାର ଗୋଟିଏ ଦୁଇଟି ସ୍ଥାନରେ ବର୍ଷା ହୋଇପାରେ । ଆଭ୍ୟନ୍ତରୀଣ ଓ ପଶ୍ଚିମ ଓଡ଼ିଶାର ଅଧିକାଂଶ ଜିଲ୍ଲାରେ ଘଡ଼ଘଡ଼ି ସହ ବର୍ଷା ହୋଇପାରେ । ଏହାପରେ ବର୍ଷାର ପରିମାଣ କମିବ । ମୌସୁମୀ ଦୁର୍ବଳ ରହିଥିବାରୁ ୧୦ ତାରିଖ ଯାଏ ଆଶାନୁଯାୟୀ ବର୍ଷା ହେବ ନାହିଁ ବୋଲି ଆଞ୍ଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ର ପକ୍ଷରୁ ଆକଳନ କରାଯାଇଛି ।
Powered by Froala Editor