Odisha News Lens 4.1

Top Menu

  • About
  • Contact

Main Menu

  • Home
  • ରାଜ୍ୟ
  • ରାଜନୀତି
  • ଦେଶ-ଦେଶାନ୍ତର
  • ଜିଲ୍ଲା ପରିକ୍ରମା
  • ଅପରାଧ
  • ମନୋରଞ୍ଜନ
  • ଖେଳ ଖବର
  • ବାଣିଜ୍ୟ
  • ବିଶେଷ
  • ପରିବେଶ
  • ତର୍ଜମା
  • ସଂସ୍କୃତି
READ NEWS IN ENGLISH ( ver.4.2) Saturday, September 05, 2026, Login
  • About
  • Contact

logo

Header Banner

Odisha News Lens 4.1

  • ରାଜ୍ୟ
  • ରାଜନୀତି
  • ଦେଶ-ଦେଶାନ୍ତର
  • ଜିଲ୍ଲା ପରିକ୍ରମା
  • ଅପରାଧ
  • ମନୋରଞ୍ଜନ
  • ଖେଳ ଖବର
  • ବାଣିଜ୍ୟ
  • ଅନ୍ୟାନ୍ୟ
    • ବିଶେଷ
    • ପରିବେଶ
    • ତର୍ଜମା
    • ସଂସ୍କୃତି
  • ମଣିଷଙ୍କ ଭଳି ଶିମ୍ପାଞ୍ଜିଙ୍କର ମଧ୍ୟ ...

  • ଟ୍ରକ୍ କୁ ପିଟିଲା କାର୍ : ଦୁର୍ଘଟଣାରେ ୮ ...

  • ନେପାଳ ବନ୍ୟାରେ ଭାସି ଆସୁଥିବା ମାଛ ...

  • ଦିଲ୍ଲୀ ଅନ୍ତର୍ଜାତୀୟ ବିମାନବନ୍ଦରରେ ...

  • କୁଣ୍ଡାଇ କୁଣ୍ଡାଇ ମାସକୁ ୧୫ ଲକ୍ଷ ...

  • ସବୁ ଟୋଲ ପ୍ଲାଜାରେ କ୍ୟାମେରା ଲଗାଇବାକୁ ...

  • ଇସ୍ରୋକୁ ଆଉ ଏକ ବଡ଼ ସଫଳତା: EOS-05ର ସଫଳ ...

  • ବ୍ରେକ୍‌ ସସସ୍ୟା ଯୋଗୁଁ ଖୁଣ୍ଟରେ ପିଟି ...

  • ନାବାଳିକା ଛାତ୍ରୀଙ୍କୁ ଅପହରଣ କରି କାର୍ ...

  • ନେପାଳ ଭୟଙ୍କରୀ ବନ୍ୟା: ମୃତ୍ୟୁ ସଂଖ୍ୟା 12 ...

ରାଜ୍ୟ
Home ›› ରାଜ୍ୟ ››ଦୀକ୍ଷାନ୍ତ ସମାରୋହକୁ ସମ୍ବୋଧିତ କରି ଏହା କହିଲେ ମୁଖ୍ୟମନ୍ତ୍ରୀ

ଦୀକ୍ଷାନ୍ତ ସମାରୋହକୁ ସମ୍ବୋଧିତ କରି ଏହା କହିଲେ ମୁଖ୍ୟମନ୍ତ୍ରୀ

2026-09-05 07:32:42
13881
Share:
Facebook
Twitter
E-Mail
WhatsApp
Telegram
ଦୀକ୍ଷାନ୍ତ ସମାରୋହକୁ ସମ୍ବୋଧିତ କରି ଏହା କହିଲେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର: ଭୁବନେଶ୍ୱରସ୍ଥିତ ବିଜୁ ପଟ୍ଟନାୟକ ରାଜ୍ୟ ପୋଲିସ ଏକାଡେମୀ ଠାରେ ୧୩ତମ ବ୍ୟାଚ୍ କ୍ୟାଡେଟ୍ ସବ୍-ଇନ୍ସପେକ୍ଟରମାନଙ୍କ ଦୀକ୍ଷାନ୍ତ ସମାରୋହ ଅନୁଷ୍ଠିତ ହୋଇଯାଇଛି । ଏହି ସମାରୋହରେ  ମୁଖ୍ୟମନ୍ତ୍ରୀ ଶ୍ରୀ ମୋହନ ଚରଣ ମାଝୀ ମୁଖ୍ୟ ଅତିଥି ଭାବେ ଯୋଗଦେଇ ଦୁଇ ବର୍ଷର କଠୋର ଇନ୍‌ଡୋର ଓ ଆଉଟ୍‌ଡୋର ପ୍ରଶିକ୍ଷଣ ସଫଳତାର ସହ ସମ୍ପୂର୍ଣ୍ଣ କରିଥିବା ୩୩୬ ଜଣ ନବନିଯୁକ୍ତ କ୍ୟାଡେଟ୍ ସବ୍-ଇନ୍ସପେକ୍ଟରଙ୍କୁ ଆନ୍ତରିକ ଶୁଭେଚ୍ଛା ଓ ଅଭିନନ୍ଦନ ଜଣାଇଛନ୍ତି । ଏହି ବ୍ୟାଚ୍‌ରେ ୭୦ ଜଣ ମହିଳା ସବ୍-ଇନ୍ସପେକ୍ଟର ସାମିଲ ହୋଇଥିବାରୁ ମୁଖ୍ୟମନ୍ତ୍ରୀ ଆନନ୍ଦ ପ୍ରକାଶ କରିବା ସହ ଏହା ଓଡ଼ିଶାର ନାରୀ ସଶକ୍ତିକରଣ ଓ ପରିବର୍ତ୍ତିତ ସାମାଜିକ ଚିତ୍ରର ଏହା ଏକ ଉଜ୍ଜ୍ୱଳ ପ୍ରତିଫଳନ ବୋଲି କହିଛନ୍ତି ।

ଦୀକ୍ଷାନ୍ତ ସମାରୋହକୁ ସମ୍ବୋଧିତ କରି ମୁଖ୍ୟମନ୍ତ୍ରୀ କହିଛନ୍ତି ଯେ, ଆଜିର ଏହି ଦିନଟି କେବଳ ଏକ ଔପଚାରିକ ପରେଡ଼ ନୁହେଁ, ବରଂ ନିଷ୍ଠା, ଶୃଙ୍ଖଳା, ତ୍ୟାଗ ଓ ଉତ୍କର୍ଷର ଉତ୍ସବ । ପୋଲିସ ପୋଷାକ କେବଳ ଏକ ୟୁନିଫର୍ମ ନୁହେଁ, ଏହା ସମ୍ବିଧାନ ପ୍ରଦତ୍ତ କ୍ଷମତା ଓ ସମାଜ ସେବାର ଗୁରୁଦାୟିତ୍ୱ ବହନ କରେ । ବର୍ଦ୍ଦି ଦେଉଥିବା କ୍ଷମତାର ସଦୁପଯୋଗ କରି ପ୍ରତ୍ୟେକ ଅଧିକାରୀ ସମାଜର ଦୁର୍ବଳ ଶ୍ରେଣୀକୁ ନ୍ୟାୟ ପ୍ରଦାନ କରିବା ଆବଶ୍ୟକ ବୋଲି ସେ ପରାମର୍ଶ ଦେଇଥିଲେ । 

ଆଧୁନିକ ଅପରାଧ, ଟେକ୍ନୋଲୋଜିର ବ୍ୟବହାର ଓ ସାଇବର ଠକେଇର ମୁକାବିଲା ପାଇଁ ଓଡ଼ିଶା ପୋଲିସ ନିଜକୁ ନିରନ୍ତର ଅପ୍‌ଡେଟ୍ କରୁଥିବାରୁ ସେ ସନ୍ତୋଷ ପ୍ରକାଶ କରିବା ସହ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀଙ୍କ ମାର୍ଗଦର୍ଶନ ଓ କେନ୍ଦ୍ର ଗୃହମନ୍ତ୍ରୀ ଅମିତ ଶାହଙ୍କ ଦକ୍ଷ ପରିଚାଳନାରେ ରାଜ୍ୟରୁ ମାଓ ଓ ନକ୍ସଲ ହିଂସା ସମ୍ପୂର୍ଣ୍ଣ ଦମନ ହୋଇପାରିଛି ବୋଲି ମୁଖ୍ୟମନ୍ତ୍ରୀ ପ୍ରକାଶ କରିଛନ୍ତି ।

ଆଗାମୀ ଦଶ ବର୍ଷ ମଧ୍ୟରେ ସମୃଦ୍ଧ ଓଡ଼ିଶା ଗଠନ ପାଇଁ ଶିଳ୍ପାୟନ ଏବଂ ଶାନ୍ତି-ଶୃଙ୍ଖଳା ଅପରିହାର୍ଯ୍ୟ ବୋଲି ଦର୍ଶାଇ ମୁଖ୍ୟମନ୍ତ୍ରୀ ପୋଲିସ ବିଭାଗର ଆଧୁନିକୀକରଣ ଓ ମାନବ ସମ୍ବଳ ବିକାଶ ଉପରେ ଗୁରୁତ୍ୱାରୋପ କରିଛନ୍ତି । ଗତ ଦୁଇ ବର୍ଷ ମଧ୍ୟରେ ପୋଲିସ ବିଭାଗରେ ୧୭,୭୯୪ଟି ନୂତନ ପଦବୀ ସୃଷ୍ଟି କରାଯିବା ସହ ୫,୮୧୭ଟି ପଦବୀ ପୂରଣ କରାଯାଇଛି ଏବଂ ଥାନାଗୁଡ଼ିକର କାର୍ଯ୍ୟଦକ୍ଷତା ବୃଦ୍ଧି ପାଇଁ ଯାନବାହାନ ଓ ଇନ୍ଧନ ଭତ୍ତା ପ୍ରଦାନ କରାଯାଉଛି । ଏହା ସହିତ ୨୦୨୯ ସୁଦ୍ଧା ଓଡ଼ିଶାକୁ ‘ନିଶାମୁକ୍ତ ରାଜ୍ୟ’ରେ ପରିଣତ କରିବା ପାଇଁ ସରକାର ସଂକଳ୍ପବଦ୍ଧ ବୋଲି ସେ ଦୋହରାଇଛନ୍ତି ।

ପୋଲିସ ବାହିନୀକୁ ଅଧିକ କ୍ରିୟାଶୀଳ କରିବା ପାଇଁ ମୁଖ୍ୟମନ୍ତ୍ରୀ SMART POLICING ନୀତି ଆପଣାଇବାକୁ ଆହ୍ୱାନ ଦେବା ସହ ନବନିଯୁକ୍ତ ଅଧିକାରୀମାନଙ୍କୁ ତିନୋଟି ଗୁରୁମନ୍ତ୍ର ପ୍ରଦାନ କରିଛନ୍ତି । ସରକାରଙ୍କ ‘ଶୂନ୍ୟ ସହନଶୀଳତା’ ନୀତିକୁ ଆଧାର କରି ଦୁର୍ନୀତିରୁ ସମ୍ପୂର୍ଣ୍ଣ ଦୂରେଇ ରହିବା, ୟୁନିଫର୍ମ ସର୍ଭିସରେ ସର୍ବୋଚ୍ଚ ଶୃଙ୍ଖଳା ବଜାୟ ରଖିବା ଏବଂ କ୍ଷମତାର ଅପବ୍ୟବହାର ନକରି ନିର୍ଦ୍ଦୋଷଙ୍କୁ ସୁରକ୍ଷା ଓ ଅପରାଧୀଙ୍କୁ ଆଇନ ଅନୁଯାୟୀ ଦଣ୍ଡ ଦେବା ପାଇଁ ସେ ପରାମର୍ଶ ଦେଇଛନ୍ତି । ଏହି ଦୀକ୍ଷାନ୍ତ ସମାରୋହରେ ବିଭିନ୍ନ ବିଭାଗରେ ଉତ୍କର୍ଷ ହାସଲ କରିଥିବା କୃତୀ କ୍ୟାଡେଟ୍‌ମାନଙ୍କୁ ମୁଖ୍ୟମନ୍ତ୍ରୀ ସମ୍ମାନିତ କରିଥିଲେ ।  ଏଥିରେ ପି. ନଳିନୀ ରାଓଙ୍କୁ ସର୍ବାଧିକ ନମ୍ବର ହାସଲ କରି ରାଜ୍ୟପାଳଙ୍କ ପଦକ, ଟ୍ରଫି ସହ ୧୦,୦୦୦ ଟଙ୍କାର ନଗଦ ପୁରସ୍କାର ରାଶି ମୁଖ୍ୟମନ୍ତ୍ରୀ ପ୍ରଦାନ କରିଥିଲେ । ଏଥି ସହ ତେଜସ୍ୱିନୀ ମହନ୍ତରାୟ, ଯୁଧିଷ୍ଠିର ବେହେରା,   ଲକ୍ଷ୍ମଣ କୁମାର ମହନ୍ତ, ସସ୍ମିତା ଖୁଣ୍ଟିଆ, ନିହାରିକା ତ୍ରିପାଠୀ ଓ  ଆଶୁତୋଷ ନାୟକଙ୍କୁ ପୋଲିସ ପ୍ରଶିକ୍ଷଣରେ  ଉତ୍ତମ ପ୍ରଦର୍ଶନ ନିମନ୍ତେ ମୁଖ୍ୟମନ୍ତ୍ରୀ ଟ୍ରଫି ସହ ପୁରସ୍କାର ପ୍ରଦାନ କରିଥିଲେ । 

ସମାରୋହରେ   ପୋଲିସ ମହାନିର୍ଦ୍ଦେଶକ  ଶ୍ରୀ ବିନୟତୋଷ ମିଶ୍ର କହିଛନ୍ତି ଯେ ପୋଲିସ ଅଧିକାରୀମାନେ ଜନସାଧାରଣଙ୍କୁ ନ୍ୟାୟ ପ୍ରଦାନ କରିବା ପାଇଁ କାର୍ଯ୍ୟ କରିବା ଉଚିତ। ପୋଲିସ ସେବାରେ ଅନେକ ସମସ୍ୟା ଓ ଅସୁବିଧାର ସମ୍ମୁଖୀନ ହେବାକୁ ପଡ଼ିଲେ ମଧ୍ୟ, ସେମାନଙ୍କୁ ସମ୍ପୂର୍ଣ୍ଣ ସାହସିକତା, ନିଷ୍ଠା ଓ ସାଧୁତାର ସହିତ ନିଜର ଦାୟିତ୍ୱ ତୁଲାଇବାକୁ ହେବ। ଏହା ସହିତ ସାଇବର ଅପରାଧ ଭଳି ଆଧୁନିକ ସମସ୍ୟାର ମୁକାବିଲା କରିବା ପାଇଁ ପ୍ରଯୁକ୍ତିବିଦ୍ୟା ଏବଂ ସ୍ମାର୍ଟ ପୋଲିସିଂ ବ୍ୟବସ୍ଥାର ଉପଯୋଗ କରିବା ଜରୁରୀ ଅଟେ। ନକ୍ସଲ ବିରୋଧୀ ଅଭିଯାନ କ୍ଷେତ୍ରରେ ଓଡ଼ିଶା ପୋଲିସ ଉଲ୍ଲେଖନୀୟ ସଫଳତା ହାସଲ କରିଛି। ଏହି ଅସାଧାରଣ କୃତିତ୍ୱ ଓ ସଫଳତା ପାଇଁ ସେ ସମଗ୍ର ଓଡ଼ିଶା ପୋଲିସ ବାହିନୀକୁ ଧନ୍ୟବାଦ ଜଣାଇଛନ୍ତି। 

ବିଜୁ ପଟ୍ଟନାୟକ ରାଜ୍ୟ ପୋଲିସ ଏକାଡେମୀର ନିର୍ଦ୍ଦେଶକ ତଥା ପୋଲିସ ମହାନିରୀକ୍ଷକ ଶ୍ରୀ ଅନୁପ କୁମାର ସାହୁ ସ୍ୱାଗତ ଅଭିଭାଷଣ ଦେବା ସହ ବାର୍ଷିକ ବିବରଣୀ ପ୍ରଦାନ କରିଥିଲେ । 

Powered by Froala Editor

Tags Cm

Related articles Odisha News Lens 4.1

  • ବ୍ରେକ୍‌ ସସସ୍ୟା ଯୋଗୁଁ ଖୁଣ୍ଟରେ ପିଟି ହୋଇଗଲା ଇଣ୍ଡିଗୋ ବିମାନ
    ଦେଶ-ଦେଶାନ୍ତର

    ବ୍ରେକ୍‌ ସସସ୍ୟା ଯୋଗୁଁ ଖୁଣ୍ଟରେ ପିଟି ହୋଇଗଲା ଇଣ୍ଡିଗୋ ବିମାନ

    14953
    Sep 04, 2026
  • ଦିଲ୍ଲୀ ଅନ୍ତର୍ଜାତୀୟ ବିମାନବନ୍ଦରରେ ପାଣି
    ଦେଶ-ଦେଶାନ୍ତର

    ଦିଲ୍ଲୀ ଅନ୍ତର୍ଜାତୀୟ ବିମାନବନ୍ଦରରେ ପାଣି

    14328
    Sep 05, 2026
  • କୁଣ୍ଡାଇ କୁଣ୍ଡାଇ ମାସକୁ ୧୫ ଲକ୍ଷ ପାଉଛନ୍ତି ଚୀନର ଏହି ବ୍ୟକ୍ତି
    ଦେଶ-ଦେଶାନ୍ତର

    କୁଣ୍ଡାଇ କୁଣ୍ଡାଇ ମାସକୁ ୧୫ ଲକ୍ଷ ପାଉଛନ୍ତି ଚୀନର ଏହି ବ୍ୟକ୍ତି

    13449
    Sep 05, 2026
  • ନେପାଳ ଭୟଙ୍କରୀ ବନ୍ୟା: ମୃତ୍ୟୁ ସଂଖ୍ୟା 12 ଶହ ପାର କଲା
    ଦେଶ-ଦେଶାନ୍ତର

    ନେପାଳ ଭୟଙ୍କରୀ ବନ୍ୟା: ମୃତ୍ୟୁ ସଂଖ୍ୟା 12 ଶହ ପାର କଲା

    15836
    Sep 03, 2026
  • ସବୁ ଟୋଲ ପ୍ଲାଜାରେ କ୍ୟାମେରା ଲଗାଇବାକୁ ଏନଏଚଏଆଇକୁ କୋର୍ଟଙ୍କ ନିର୍ଦ୍ଦେଶ
    ଦେଶ-ଦେଶାନ୍ତର

    ସବୁ ଟୋଲ ପ୍ଲାଜାରେ କ୍ୟାମେରା ଲଗାଇବାକୁ ଏନଏଚଏଆଇକୁ କୋର୍ଟଙ୍କ ନିର୍ଦ୍ଦେଶ

    13536
    Sep 04, 2026
  • ଟ୍ରକ୍ କୁ ପିଟିଲା କାର୍ : ଦୁର୍ଘଟଣାରେ ୮  ଇଞ୍ଜିନିୟରିଂ ଛାତ୍ରଙ୍କ ମୃତ୍ୟୁ
    ଦେଶ-ଦେଶାନ୍ତର

    ଟ୍ରକ୍ କୁ ପିଟିଲା କାର୍ : ଦୁର୍ଘଟଣାରେ ୮ ଇଞ୍ଜିନିୟରିଂ ଛାତ୍ରଙ୍କ ମୃତ୍ୟୁ

    14208
    Sep 05, 2026
  • ନେପାଳ ବନ୍ୟାରେ ଭାସି ଆସୁଥିବା ମାଛ ଖାଇବାକୁ ସତର୍କ କଲେ ବିଶେଷଜ୍ଞ
    ଦେଶ-ଦେଶାନ୍ତର

    ନେପାଳ ବନ୍ୟାରେ ଭାସି ଆସୁଥିବା ମାଛ ଖାଇବାକୁ ସତର୍କ କଲେ ବିଶେଷଜ୍ଞ

    15348
    Sep 05, 2026
  • ମଣିଷଙ୍କ ଭଳି ଶିମ୍ପାଞ୍ଜିଙ୍କର ମଧ୍ୟ ରହିଛି ନିଜସ୍ବ ‘ଆଞ୍ଚଳିକ ଭାଷା’
    ଦେଶ-ଦେଶାନ୍ତର

    ମଣିଷଙ୍କ ଭଳି ଶିମ୍ପାଞ୍ଜିଙ୍କର ମଧ୍ୟ ରହିଛି ନିଜସ୍ବ ‘ଆଞ୍ଚଳିକ ଭାଷା’

    15477
    Sep 05, 2026
  • ଇସ୍ରୋକୁ ଆଉ ଏକ ବଡ଼ ସଫଳତା: EOS-05ର ସଫଳ ଉତ୍‌କ୍ଷେପଣ
    ଦେଶ-ଦେଶାନ୍ତର

    ଇସ୍ରୋକୁ ଆଉ ଏକ ବଡ଼ ସଫଳତା: EOS-05ର ସଫଳ ଉତ୍‌କ୍ଷେପଣ

    13924
    Sep 04, 2026

ଆପଣ ଆଗ୍ରହୀ ହୋଇପାରନ୍ତି

  • ଦେଶ-ଦେଶାନ୍ତର

    ନେପାଳ ଭୟଙ୍କରୀ ବନ୍ୟା: ମୃତ୍ୟୁ ସଂଖ୍ୟା 12 ଶହ ପାର କଲା

    15836
    Sep 03, 2026
  • ଦେଶ-ଦେଶାନ୍ତର

    ନାବାଳିକା ଛାତ୍ରୀଙ୍କୁ ଅପହରଣ କରି କାର୍ ଭିତରେ ଗଣବଳାତ୍କାର

    14112
    Sep 03, 2026
  • ଦେଶ-ଦେଶାନ୍ତର

    ମଣିଷଙ୍କ ଭଳି ଶିମ୍ପାଞ୍ଜିଙ୍କର ମଧ୍ୟ ରହିଛି ନିଜସ୍ବ ‘ଆଞ୍ଚଳିକ ଭାଷା’

    15477
    Sep 05, 2026

Advertisement

ସଂସ୍କୃତି

ରବୀନ୍ଦ୍ର ମଣ୍ଡପଠାରେ "ନୃତ୍ୟାଞ୍ଜଳୟ ଉତ୍ସବ-୨୦୨୨" ଅନୁଷ୍ଠିତ

ଭୁବନେଶ୍ୱର, ୧୫/୦୫ (ନି.ପ୍ର.): ସ୍ଥାନୀୟ ରବୀନ୍ଦ୍ର ମଣ୍ଡପଠାରେ "ନୃତ୍ୟାଞ୍ଜଳୟ ଉତ୍ସବ-୨୦୨୨" ଅନୁଷ୍ଠିତ ହୋଇଯାଇଛି । କାର୍ଯ୍ୟକ୍ରମରେ ମୁଖ୍ୟ ଅତିଥି ଭାବେ ଧର୍ମଶାଳା ବିଧାୟକ ସ୍ଵାଧୀନ ହିମାଂଶୁ ଶେଖର ସାହୁ, ପଦ୍ମଶ୍ରୀ ଗୁରୁ କୁମକୁମ ମହାନ୍ତି, ଓଡ଼ିଆ ଭାଷା, ସାହିତ୍ୟ ଓ ସଂସ୍କୃତି ବିଭାଗର ଉପ-ନିର୍ଦ୍ଦେଶିକା ଶ୍ରୀମ ...

  • ଓଡ଼ିଶାଲିଙ୍କ୍ସର ୮ମ ସ୍ଵନକ୍ଷତ୍ର, ଲୁହରେ ଭିଜାଇଲା ମହାପ୍ରଭୁ ଶ୍ରୀଜଗନ୍ନାଥଙ୍କ ଭକ୍ତି ଆଧାରିତ ନାଟକ ‘ଅଦୃଶ୍ୟ ଜଗନ୍ନାଥ‘

    17074
    Jun 25, 2025
  • ୨୯ ତମ ଓଏମ୍‌ସି. ଗୁରୁ କେଳୁଚରଣ ମହାପାତ୍ର ପୁରସ୍କାର ଉତ୍ସବ ଉଦ୍‍ଯାପିତ

    17724
    Sep 10, 2023
  • ୨୯ ତମ ଓଏମ୍‌ସି ଗୁରୁ କେଳୁଚରଣ ମହାପାତ୍ର ପୁରସ୍କାର ଉତ୍ସବର ଚତୁର୍ଥ ସଂଧ୍ୟାରେ କୁଚିପୁଡ଼ି ନୃତ୍ୟ ସାଙ୍ଗକୁ ତବଲା ବାଦରେ ଦର୍ଶକ ବିଭୋର

    17741
    Sep 09, 2023
  • କଥକ ଶାସ୍ତ୍ରୀୟ ନୃତ୍ୟ ସହିତ ହିନ୍ଦୁସ୍ଥାନୀ କଣ୍ଠ ସଙ୍ଗୀତରେ ଦର୍ଶକ ବିଭୋର

    18142
    Sep 06, 2023

ବିଶେଷ

  • ଛାଡି ଦିଅନ୍ତୁ ଆଳୁ ଖାଇବା, ନିୟନ୍ତ୍ରଣ ହୋଇପାରିବ ଓଜନ

    13708
    Sep 03, 2026
  • କଞ୍ଚାକଦଳୀ ଖାଇବା ଶରୀର ପାଇଁ ଲାଭଦାୟକ, ଭରି ରହିଛି ଏହିସବୁ ଗୁଣ

    14519
    Aug 31, 2026
  • ଛାତି ଯନ୍ତ୍ରଣା ହୋଇଥାଏ ଏହିସବୁ ରୋଗର ଲକ୍ଷଣ

    14822
    Aug 30, 2026
  • ରାକ୍ଷୀ ବାନ୍ଧିବାର ଉଚିତ୍ ସମୟ ଜାଣନ୍ତୁ.....

    14775
    Aug 27, 2026
  • ମୂଷାମାନେ କିପରି ଘରୁ ବାହାରିବେ ଜାଣନ୍ତୁ ଟିପ୍ସ

    14111
    Aug 26, 2026

ବାଣିଜ୍ୟ

ଓଡ଼ିଶା କ୍ରାଫ୍ଟ ଓଡ଼ିସି ଉନ୍ମୋଚନ କରିବ ଚାନ୍ଦୁଆ: କାନୋପିଜ୍‌ ଅଫ୍‌ ଲେବର, ଯେଉଁଥିରେ ଓଡ଼ିଶାର ଜୀବନ୍ତ ଚାନ୍ଦୁଆ ପରମ୍ପରାର ସବିଶେଷ ବିଷୟ ସ୍ଥାନ ପାଇଛି

ଦ୍ୱିଭାଷୀ ପ୍ରକାଶନରେ ପୂର୍ଣ୍ଣ ପ୍ରସ୍ତୁତ କାରିଗରୀ ବସ୍ତୁ ଊଦ୍ଧ୍ୱର୍ରେ ଚାନ୍ଦୁଆର ପରୀକ୍ଷା ନିରୀକ୍ଷା କରିବାକୁ କ୍ଷେତ୍ରସ୍ତରୀୟ କାର୍ଯ୍ୟ, ଅଭିଲେଖୀୟ ଗବେଷଣା ଏବଂ କାରିଗରୀ ଆତ୍ମଜୀବନୀକୁ ଏକତ୍ରିତ କରାଯାଇଛି

  • ଆମୱେ ଆୟୁର୍ବେଦ କ୍ଷେତ୍ରରେ ସମ୍ପ୍ରସାରଣ ସହିତ ବିକଶିତ ଭାରତ ଲକ୍ଷ୍ୟକୁ ସମର୍ଥନ କରୁଛି

    13876
    Sep 03, 2026
  • ସୁନା ଦରରେ ବଡ଼ ଧରଣର ହ୍ରାସ

    14407
    Sep 03, 2026
  • ଆପଲ୍‌ର ନୂଆ CEO ଜନ୍ ଟର୍ନସ୍

    15294
    Sep 03, 2026
  • ବେଦାନ୍ତ ଆଲୁମିନିୟମ ରାୟଗଡ଼ା ଏବଂ କଳାହାଣ୍ଡିରେ ଲୋକଙ୍କ ପାଇଁ ଗୁଣାତ୍ମକ ସ୍ୱାସ୍ଥ୍ୟସେବା ଉପଲବ୍ଧ କରାଉଛି

    14798
    Sep 02, 2026

ଅନଲାଇନ୍ ସଂଯୋଗ

  • 67944
    Followers
  • 227640
    Likes
  • 54300
    Subscribers

Subscribe to our Newsletter

Sign up to receive email updates and to hear what's going on with our magazine!

logo

ଆଜିକାଲି, ମୁଦ୍ରିତ ଖବରକାଗଜ ପଢିବା ପାଇଁ ଲୋକଙ୍କ ପାଖରେ ପର୍ଯ୍ୟାପ୍ତ ସମୟ ନାହିଁ, ଯାହା ଗତକାଲିର ସାଧାରଣ ଘଟଣାକୁ କଭର୍ କରିଥାଏ, ତେଣୁ ସର୍ବଶେଷ ଖବର ପାଇବା ପାଇଁ ସେମାନେ ସର୍ବଦା ୱେବ୍ ପୋର୍ଟାଲ୍ କିମ୍ବା ଇଲେକ୍ଟ୍ରୋନିକ୍ ମିଡିଆ ଅନୁସରଣ କରିବାକୁ ଆଗ୍ରହୀ ଅଟନ୍ତି |

ଆମର ଅନଲାଇନ୍ ନ୍ୟୁଜ୍ ପୋର୍ଟାଲ୍ ସମଗ୍ର ବିଶ୍ୱରେ ସର୍ବଶେଷ ଅଦ୍ୟତନ, ସାମ୍ପ୍ରତିକ ଘଟଣା ସହିତ ଲୋକଙ୍କୁ ଶିକ୍ଷା ଏବଂ ସୂଚନା ଦେବାରେ ଏକ ପ୍ରମୁଖ ଭୂମିକା ଗ୍ରହଣ କରିଥାଏ |

  • ଖବର

  • ଟ୍ରକ୍ କୁ ପିଟିଲା କାର୍ : ଦୁର୍ଘଟଣାରେ ୮ ଇଞ୍ଜିନିୟରିଂ ଛାତ୍ରଙ୍କ ମୃତ୍ୟୁ

    14208
    Sep 05, 2026
  • ନେପାଳ ଭୟଙ୍କରୀ ବନ୍ୟା: ମୃତ୍ୟୁ ସଂଖ୍ୟା 12 ଶହ ପାର କଲା

    15836
    Sep 03, 2026
  • ନାବାଳିକା ଛାତ୍ରୀଙ୍କୁ ଅପହରଣ କରି କାର୍ ଭିତରେ ଗଣବଳାତ୍କାର

    14112
    Sep 03, 2026

About Us

  • Bhubaneswar, Odisha, India
  • 0 00000 000 00
  • odishanewslens@gmail.com

Follow us

  • Home
  • Contact Us
  • About Us
© Copyright Odisha News Lens 4.1. All rights reserved. in association with Konect.In