ଆଜି ଅପରାହ୍ନ ୫ଟାରେ ରାଜ୍ୟ କ୍ୟାବିନେଟ ବୈଠକ
ଭୁବନେଶ୍ୱର: ରାଜ୍ୟ ସରକାରଙ୍କ ପକ୍ଷରୁ ସୋମବାର ଅପରାହ୍ନ ୫ଟାରେ ରାଜ୍ୟ କ୍ୟାବିନେଟ ବୈଠକ ବସିବ। ଲୋକସେବା ଭବନରେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀଙ୍କ ଅଧ୍ୟକ୍ଷତାରେ ଏହି ବୈଠକ ଅନୁଷ୍ଠିତ ହେବ।
ବିଶ୍ୱସ୍ତ ସୂତ୍ରରୁ ମିଳିଥିବା ସୂଚନାନୁସାରେ, ଉକ୍ତ ବୈଠକରେ ପୂର୍ତ୍ତ, ରାଜସ୍ବ ଓ ଅନ୍ୟାନ୍ୟ ବିଭାଗର ପ୍ରସ୍ତାବ ଉପରେ ଆଲୋଚନା ହେବା ସହ ଏଗୁଡ଼ିକୁ ଅନୁମୋଦନ ମିଳିବାର ସମ୍ଭାବନା ରହିଛି।
Powered by Froala Editor