ଦୁଇ ଦିନ ବିଜୁଳି ଘଡ଼ଘଡ଼ି ସହ ବର୍ଷା
ଭୁବନେଶ୍ୱର: ଉତ୍ତର-ପଶ୍ଚିମ ବଙ୍ଗୋପସାଗର ଏବଂ ପାର୍ଶ୍ବବର୍ତ୍ତୀ ଉତ୍ତର ଓଡ଼ିଶା ଏବଂ ପଶ୍ଚିମବଙ୍ଗ ଉପକୂଳରେ ଏକ ଘୂର୍ଣ୍ଣିବଳୟ ସକ୍ରିୟ ରହିଛି। ଭୁବନେଶ୍ବର ପାଣିପାଗ ବିଜ୍ଞାନ କେନ୍ଦ୍ରର ପୂର୍ବାନୁମାନ ଅନୁଯାୟୀ, ଆସନ୍ତା ଦୁଇ ଦିନ ପର୍ଯ୍ୟନ୍ତ ରାଜ୍ୟର କେତେକ ସ୍ଥାନରେ ବିଜୁଳି ଘଡ଼ଘଡ଼ି ସହ ବର୍ଷା ହେବାର ସମ୍ଭାବନା ରହିଛି। ୧୮ତାରିଖରୁ ପୁଣି ଉତ୍ତର ଓ ଉପକୂଳବର୍ତ୍ତୀ ଜିଲାଗୁଡ଼ିକରେ ପ୍ରବଳ ବର୍ଷା ସମ୍ଭାବନା ରହିଛି। ଆସନ୍ତା ୨୪ ଘଣ୍ଟା ମଧ୍ୟରେ ବାଲେଶ୍ବର, ଭଦ୍ରକ, ଯାଜପୁର, କେନ୍ଦ୍ରାପଡ଼ା, ଜଗତସିଂହପୁର, କଟକ, ସୁନ୍ଦରଗଡ଼, ଝାରସୁଗୁଡ଼ା, ବରଗଡ଼, ସମ୍ବଲପୁର, ଦେବଗଡ଼, ଅନୁଗୋଳ, ଢେଙ୍କାନାଳ, କେନ୍ଦ୍ରାପଡ଼ା, ମୟୂରଭଞ୍ଜ, ଗଜପତି, ଗଞ୍ଜାମ, ପୁରୀ, ଖୋରଧା ଏବଂ ନୟାଗଡ଼ ଜିଲାର କିଛି ଅଞ୍ଚଳରେ ବିଜୁଳି ଘଡ଼ଘଡ଼ି ସହ ବର୍ଷା ହୋଇପାରେ। ଏଥିପାଇଁ ପାଣିପାଗ ବିଭାଗ ପକ୍ଷରୁ ଏହି ସବୁ ଜିଲାଗୁଡ଼ିକୁ ୟେଲୋୱାର୍ଣ୍ଣିଂ ଦିଆଯାଇଛି।
Powered by Froala Editor