ନୃଶଂସ କାଣ୍ଡ: ପ୍ରେମିକଙ୍କୁ ହତ୍ୟା ପରେ ପେଟ୍ରୋଲ ଢାଳି ଜାଳିଦେଲେ
ଦେବଗଡ଼: ଦେବଗଡ଼ ଜିଲାରେ ଏକ ଅତ୍ୟନ୍ତ ଚାଞ୍ଚଲ୍ୟକର ଓ ଅଭାବନୀୟ ଘଟଣା ସାମ୍ନାକୁ ଆସିଛି। ପ୍ରେମିକା ଘରକୁ ଯାଇଥିବା ବେଳେ ପ୍ରେମିକଙ୍କୁ ନିର୍ମମ ଭାବେ ହତ୍ୟା କରାଯିବା ପରେ ତାଙ୍କ ମୃତଦେହକୁ ପେଟ୍ରୋଲ ଢାଳି ଜାଳି ଦିଆଯାଇଥିବା ଅଭିଯୋଗ ହୋଇଛି। ଜିଲାର ରିଆମାଳ ଥାନା ଅଞ୍ଚଳରେ ବିଳମ୍ବିତ ରାତିରେ ଏହି ନୃଶଂସ କାଣ୍ଡ ଘଟିଛି। ମୃତ ଯୁବକଜଣକ ହେଉଛନ୍ତି ବାବରାକୋଟ ଗାଁର ୨୮ ବର୍ଷିୟ ସିଲୁ ରାୟ।
ମିଳିଥିବା ସୂଚନା ଅନୁସାରେ, ସିଲୁ ବିଳମ୍ବିତ ରାତିରେ ତାଙ୍କ ପ୍ରେମିକାଙ୍କ ଘରକୁ ଯାଇଥିଲେ। ତେବେ ସେଠାରେ ଉପସ୍ଥିତ ଥିବା ପ୍ରେମିକାଙ୍କ ପରିବାର ଲୋକେ ତାଙ୍କୁ ଧରି ପକାଇଥିଲେ। ଏହାପରେ ଘର ବାରଣ୍ଡାରେ ହିଁ ସିଲୁଙ୍କୁ ହତ୍ୟା କରାଯାଇଥିଲା। ଅପରାଧକୁ ଲୁଚାଇବା ଓ ପ୍ରମାଣ ନଷ୍ଟ କରିବା ଉଦ୍ଦେଶ୍ୟରେ ପରିବାର ଲୋକେ ମୃତଦେହ ଉପରେ ପେଟ୍ରୋଲ ଢାଳି ନିଆଁ ଲଗାଇ ଦେଇଥିବା ଅଭିଯୋଗ ହୋଇଛି।
ରିଆମାଳ ଥାନା ପୋଲିସ ଘଟଣାସ୍ଥଳରେ ପହଞ୍ଚି ମୃତଦେହକୁ ଜବତ କରିବା ସହ ଘଟଣାର ତଦନ୍ତ ଆରମ୍ଭ କରିଛି।
Powered by Froala Editor