ଆଜି ସନ୍ଧ୍ୟାରେ ମୁଖ୍ୟମନ୍ତ୍ରୀଙ୍କ ଦିଲ୍ଲୀ ଗସ୍ତ
ଭୁବନେଶ୍ୱର: ଆଜି ସନ୍ଧ୍ୟାରେ ଦିଲ୍ଲୀ ଗସ୍ତରେ ଯିବେ ଓଡ଼ିଶାର ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ। ଆସନ୍ତାକାଲି ଦିଲ୍ଲୀରେ ଆୟୋଜିତ ରୋଡ୍ ସୋ’ରେ ସେ ଯୋଗଦେବେ। ଭୁବନେଶ୍ୱର ପ୍ରଦର୍ଶନୀ ପଡ଼ିଆରେ ଆୟୋଜିତ ‘ସେବା ସଂକଳ୍ପ ଅଭିଯାନ’ କାର୍ୟ୍ୟକ୍ରମରେ ମୁଖ୍ୟମନ୍ତ୍ରୀ ନିଜେ ଏନେଇ ସୂଚନା ଦେଇଛନ୍ତି।
ଦିଲ୍ଲୀ ଗସ୍ତ ସମୟରେ ୟୁରୋପ, ଜାପାନ ଓ ଦକ୍ଷିଣ କୋରିଆର ପ୍ରତିନିଧି ଦଳ ସହ ମୁଖ୍ୟମନ୍ତ୍ରୀଙ୍କ ଆଲୋଚନା ହେବ। ଓଡ଼ିଶାରେ ପୁଞ୍ଜିନିବେଶ ପାଇଁ ଏହି ଦେଶଗୁଡ଼ିକର ପ୍ରତିନିଧିମାନେ ଆଗ୍ରହ ପ୍ରକାଶ କରିଥିବା ମୁଖ୍ୟମନ୍ତ୍ରୀ କହିଛନ୍ତି।
Powered by Froala Editor