ମଧ୍ୟପ୍ରଦେଶରେ ସଡ଼କ ଦୁର୍ଘଟଣାରେ ଓଡ଼ିଆ ପର୍ଯ୍ୟଟକଙ୍କ ମୃତ୍ୟୁ: ୫ ଲକ୍ଷ ଟଙ୍କା ଲେଖାଏଁ ଅନୁକମ୍ପାମୂଳକ ସହାୟତା ଘୋଷଣା କଲେ ମୁଖ୍ୟମନ୍ତ୍ରୀ
ଭୁବନେଶ୍ୱର: ମଧ୍ୟପ୍ରଦେଶରେ ଏକ ସଡ଼କ ଦୁର୍ଘଟଣାରେ ଓଡ଼ିଆ ପର୍ଯ୍ୟଟକଙ୍କ ମୃତ୍ୟୁ ଘଟଣାରେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଗଭୀର ଶୋକ ପ୍ରକାଶ କରିଛନ୍ତି । ସେମିକନ ୨୦୨୬ରେ ଯୋଗ ଦେଇ ଦିଲ୍ଲୀରୁ ଫେରିବା ପରେ ଭୁବନେଶ୍ୱର ବିମାନବନ୍ଦର ଠାରେ ଗଣମାଧ୍ୟମ ଆଗରେ ବକ୍ତବ୍ୟ ରଖି ମୁଖ୍ୟମନ୍ତ୍ରୀ ଏହି ଘଟଣାରେ ଦୁଃଖପ୍ରକାଶ କରିବା ସହିତ ମୃତକଙ୍କ ପରିବାରବର୍ଗଙ୍କ ପ୍ରତି ସମବେଦନା ପ୍ରକାଶ କରିଛନ୍ତି ।
ଏହାସହିତ ମୁଖ୍ୟମନ୍ତ୍ରୀ ପ୍ରତ୍ୟେକ ମୃତକଙ୍କ ନିକଟତମ ଆତ୍ମୀୟଙ୍କ ପାଇଁ ୫ ଲକ୍ଷ ଟଙ୍କା ଲେଖାଏଁ ଅନୁକମ୍ପାମୂଳକ ସହାୟତା ଘୋଷଣା କରିଛନ୍ତି ।
Powered by Froala Editor