ଘୁଞ୍ଚିଲା ବୃତ୍ତି ପରୀକ୍ଷା, ଅକ୍ଟୋବର ୩ ରେ ହେବ
ଖୋର୍ଦ୍ଧା: ସମ୍ଭାବ୍ୟ ବାତ୍ୟା ‘ଅର୍ଣ୍ଣବ’କୁ ଦୃଷ୍ଟିରେ ରଖି ଉଚ୍ଚ ପ୍ରାଥମିକ ପଞ୍ଚମ ଶ୍ରେଣୀ ବୃତ୍ତି ପରୀକ୍ଷାକୁ ଘୁଞ୍ଚାଇ ଦିଆଯାଇଛି। ବୃତ୍ତି ପରୀକ୍ଷା ସେପ୍ଟେମ୍ବର ୨୪ରେ ହେବା ନେଇ ଦିନ ଧାର୍ଯ୍ୟ ହୋଇଥିଲା। ବର୍ତ୍ତମାନ ଏହି ପରୀକ୍ଷା ଅକ୍ଟୋବର ୩ ତାରିଖରେ ହେବ।
ବୋର୍ଡ ଅଫ ସେକେଣ୍ଡାରୀ ଏଜୁକେସନ ଓଡ଼ିଶା ପକ୍ଷରୁ ଜାରି ଏକ ପ୍ରେସ ବିଜ୍ଞପ୍ତିରେ କୁହାଯାଇଛି ଯେ, ଅକ୍ଟୋବର ୩ ତାରିଖ ସକାଳ ୧୦ଟାରୁ ମଧ୍ୟାହ୍ନ ୧୨ଟା ପର୍ଯ୍ୟନ୍ତ ଏହି ପରୀକ୍ଷା ହେବ।
Powered by Froala Editor