ବର୍ଷା: ସମସ୍ତ ସରକାରୀ ଅଧିକାରୀଙ୍କ ଛୁଟି ବାତିଲ
ଭୁବନେଶ୍ବର: ବଙ୍ଗୋପସାଗରରେ ସୃଷ୍ଟି ଲଘୁଚାପ ଧୀରେ ଧୀରେ ଗଭୀର ଅବପାତର ରୂପ ନେଉଛି। ଫଳରେ ରାଜ୍ୟ ବିଭିନ୍ନ ସ୍ଥାନରେ ବର୍ଷା ଲାଗି ରହିଛି। ଏହାକୁ ଦୃଷ୍ଟିରେ ରଖି ନବରଙ୍ଗପୁର ଜିଲାପାଳ କଡ଼ା ପଦକ୍ଷେପ ଗ୍ରହଣ କରିଛନ୍ତି।
ଜିଲାପାଳଙ୍କ ଚିଠି ନମ୍ବର-୧୫୦୪୧/III-୨୩/୨୦୨୬ରେ ବୁଧବାର ଏବଂ ଗୁରୁବାର ଜିଲାର ସମସ୍ତ ସରକାରୀ ଏବଂ ବେସରକାରୀ ଶିକ୍ଷାନୁଷ୍ଠାନ ଏବଂ ଅଙ୍ଗନବାଡ଼ି କେନ୍ଦ୍ରକୁ ଛୁଟି ଘୋଷଣା କରାଯାଇଛି। ଏଥିସହ ସମସ୍ତ ସରକାରୀ ଅଧିକାରୀଙ୍କ ଛୁଟି ବାତିଲ କରାଯିବା ସହ ହେଡକ୍ୱାର୍ଟର୍ସ ନ ଛାଡ଼ିବାକୁ ଜିଲାପାଳ ନିର୍ଦ୍ଦେଶ ଦେଇଛନ୍ତି।
Powered by Froala Editor