ପ୍ରବଳ ହୋହଲ୍ଲା ହଟ୍ଟଗୋଳ, ୪ଟା ଯାଏଁ ଗୃହ ମୁଲତବି ଘୋଷଣା
ଭୁବନେଶ୍ୱର : ଆଜି ମୌସୁମୀ ଅଧିବେଶନର ଦ୍ୱିତୀୟ ଦିନ। ପ୍ରଥମ ଦିନ ଭଳି ଆଜି ମଧ୍ୟ ବିଧାନସଭା ସରଗରମ। ଗୃହ ଆରମ୍ଭରୁ ବିରୋଧୀଙ୍କ ପ୍ରବଳ ହୋହଲ୍ଲା, ହଟ୍ଟଗୋଳ ଦେଖାଯାଇଛି। ଏମଏମଡିଆର ବିଲ୍ ପ୍ରତ୍ୟାହାର ଦାବିରେ କଂଗ୍ରେସ ସଦସ୍ୟ ହୋହଲ୍ଲା କରିଛନ୍ତି। ପ୍ଲାକାର୍ଡ ଧରି ଗୃହ ମଧ୍ୟଭାଗ୍ୟରେ କଂଗ୍ରେସ ସଦସ୍ୟଙ୍କ ନାରାବାଜି ଦେଖାଯାଇଛି। ସେହିପରି ପାଠ୍ୟପୁସ୍ତକ ତ୍ରୁଟି ପ୍ରସଙ୍ଗରେ ବିଜେଡି ନାରାବାଜି କରିଛି। ଏହାପରେ ଅପରାହ୍ନ ୪ଟା ଯାଏଁ ଗୃହ ମୁଲତବି ଘୋଷଣା କରାଯାଇଛି। ପାଠ୍ୟପୁସ୍ତକରେ ତ୍ରୁଟି ଓ ଏମଏମଡିଆର ପ୍ରସଙ୍ଗକୁ ନେଇ ସରକାରଙ୍କୁ ଘେରିଛନ୍ତି ବିରୋଧୀ ବିଜେଡି ଓ କଂଗ୍ରେସ।
Powered by Froala Editor