Odisha News Lens 4.1

Top Menu

  • About
  • Contact

Main Menu

  • Home
  • ରାଜ୍ୟ
  • ରାଜନୀତି
  • ଦେଶ-ଦେଶାନ୍ତର
  • ଜିଲ୍ଲା ପରିକ୍ରମା
  • ଅପରାଧ
  • ମନୋରଞ୍ଜନ
  • ଖେଳ ଖବର
  • ବାଣିଜ୍ୟ
  • ବିଶେଷ
  • ପରିବେଶ
  • ତର୍ଜମା
  • ସଂସ୍କୃତି
READ NEWS IN ENGLISH ( ver.4.2) Thursday, July 31, 2025, Login
  • About
  • Contact

logo

Header Banner

Odisha News Lens 4.1

  • ରାଜ୍ୟ
  • ରାଜନୀତି
  • ଦେଶ-ଦେଶାନ୍ତର
  • ଜିଲ୍ଲା ପରିକ୍ରମା
  • ଅପରାଧ
  • ମନୋରଞ୍ଜନ
  • ଖେଳ ଖବର
  • ବାଣିଜ୍ୟ
  • ଅନ୍ୟାନ୍ୟ
    • ବିଶେଷ
    • ପରିବେଶ
    • ତର୍ଜମା
    • ସଂସ୍କୃତି
  • ୧ ଅଗଷ୍ଟରୁ ଭାରତ ଉପରେ ଲାଗିବ ୨୫% ଶୁଳ୍କ

  • ସିନ୍ଦ୍ ନଦୀରେ ଖସିଲା ଯବାନଙ୍କ ବସ

  • ଆସିବ ଭୟଙ୍କର ସୁନାମୀ; ମାଡ଼ି ଆସିଲାଣି ...

  • ଲଞ୍ଚ ହେଲା NISAR, ଏବେ ଭୂକମ୍ପ-ସୁନାମି ...

  • କଂଗ୍ରେସ ଛାଡ଼ି ପଦ୍ମ ଧରିଲେ ପୂର୍ବତନ ...

  • ଭୟଙ୍କର ଭୂକମ୍ପ, ଥରିଲା କୋଠାବାଡ଼ି

  • କଳହ ବନ୍ଦ କରୁନାହାଁନ୍ତି ଦୁଇ ପତ୍ନୀ, ...

  • ପ୍ରଲୋଭିତ କରାଇ ଆତଙ୍କୀ ବନାଉଥିଲେ ମହିଳା, ...

  • ରାକ୍ଷୀରେ ଥାଳିରେ ରଖନ୍ତୁ ଏହିସବୁ ଜିନିଷ

  • ଏପରି ସଜାନ୍ତୁ ରାକ୍ଷୀ ଥାଳି

ରାଜ୍ୟ
Home ›› ରାଜ୍ୟ ››ଦୁଗ୍ଧ ଚାଷୀଙ୍କୁ ମିଳିଲା ମୁଖ୍ୟମନ୍ତ୍ରୀଙ୍କ ସ୍ବତନ୍ତ୍ର କୋଭିଡ ସହାୟତା , ୧ ଲକ୍ଷ ଚାଷୀ ପାଇଲେ ୧୧ କୋଟି ଟଙ୍କାର ସହାୟତା

ଦୁଗ୍ଧ ଚାଷୀଙ୍କୁ ମିଳିଲା ମୁଖ୍ୟମନ୍ତ୍ରୀଙ୍କ ସ୍ବତନ୍ତ୍ର କୋଭିଡ ସହାୟତା , ୧ ଲକ୍ଷ ଚାଷୀ ପାଇଲେ ୧୧ କୋଟି ଟଙ୍କାର ସହାୟତା

2021-08-05 17:25:17
14663
Share:
Facebook
Twitter
E-Mail
WhatsApp
Telegram
ଦୁଗ୍ଧ ଚାଷୀଙ୍କୁ ମିଳିଲା ମୁଖ୍ୟମନ୍ତ୍ରୀଙ୍କ ସ୍ବତନ୍ତ୍ର କୋଭିଡ ସହାୟତା , ୧ ଲକ୍ଷ ଚାଷୀ ପାଇଲେ ୧୧ କୋଟି ଟଙ୍କାର ସହାୟତା

ମୁଖ୍ୟମନ୍ତ୍ରୀ ଶ୍ରୀ ନବୀନ ପଟ୍ଟନାୟକ ଆଜି ରାଜ୍ୟର ଦୁଗ୍‌ଧ ଚାଷୀ ମାନଙ୍କୁ ମୁଖ୍ୟମନ୍ତ୍ରୀଙ୍କ ସ୍ବତନ୍ତ୍ର କୋଭିଡ ସହାୟତା ପ୍ରଦାନ କରିଛନ୍ତି। ଏହାଦ୍ବାରା ଏକ ଲକ୍ଷ ଦୁଗ୍‌ଧ ଚାଷୀ ୬୦୦୦ ଟଙ୍କା ପର୍ଯ୍ୟନ୍ତ ସହାୟତା ପାଇଛନ୍ତି। ସମୁଦାୟ ୧୧ କୋଟି ଟଙ୍କାର ସହାୟତା ଦିଆଯାଇଛି। 


ସୂଚନାଯୋଗ୍ୟ ଯେ  ଓମ୍‌ଫେଡ ଜରିଆରେ ରାଜ୍ୟର ୩୭୦୦ ଦୁଗ୍ଧ ଉତ୍ପାଦନ ସମବାୟ ସମିତି ଏବଂ ୨.୬୩ ଲକ୍ଷ ଦୁଗ୍ଧ ଚାଷୀ ଏହା ଜରିଆରେ ଦୁଗ୍‌ଧ ଉତ୍ପାଦନ କରୁଛନ୍ତି । ଏଥିରେ ୧୨୯୨ଟି ମହିଳା ସମବାୟ ସମିତି ରହିଛି ଏବଂ ୧ ଲକ୍ଷ ୫ ହଜାର ମହିଳା ଚାଷୀ ମଧ୍ୟ ଦୁଗ୍‌ଧ ଉତ୍ପାଦନରେ ଯୋଗଦାନ ରଖିଛନ୍ତି। 


ଏହି ଅବସରରେ ଉଦ୍‌ବୋଧନ ଦେଇ ମୁଖ୍ୟମନ୍ତ୍ରୀ ଶ୍ରୀ ପଟ୍ଟନାୟକ ପ୍ରଥମେ ଅଲମ୍ପିକ୍‌ରେ ଭାରତର ସଫଳତା ପାଇଁ ଭାରତୀୟ ଟିମ୍‌କୁ ଅଭିନନ୍ଦନ ଜଣାଇ କହିଲେ ଯେ ଭାରତୀୟ ହକୀ ଦଳର ଅନନ୍ୟ ସଫଳତା ପାଇଁ ଆମେ ସମସ୍ତେ ଗର୍ବିତ।


ମୁଖ୍ୟମନ୍ତ୍ରୀ କହିଲେ ଯେ ରାଜ୍ୟ ସରକାର ସବୁବେଳେ ଗରିବ ଲୋକଙ୍କ ସାଥିରେ ଅଛନ୍ତି ଓ ସେମାନଙ୍କ ସ୍ବାର୍ଥର ସୁରକ୍ଷା ପାଇଁ କାମ କରୁଛନ୍ତି। ଗରିବ ଲୋକଙ୍କ ଉପରେ କୋଭିଡ ମହାମାରୀର ପ୍ରଭାବ କମ୍ କରିବା ପାଇଁ ରାଜ୍ୟ ସରକାର ଛୋଟ ଦୋକାନୀ, ଛୋଟ ଚାଷୀ, ମିଶନ ଶକ୍ତିର ମା – ସମସ୍ତଙ୍କ ଆକାଉଣ୍ଟରେ ୨୦୦୦ କୋଟିରୁ ଅଧିକ ଟଙ୍କା ଜମା କରାଯାଇଛି ବୋଲି ମୁଖ୍ୟମନ୍ତ୍ରୀ କହିଥିଲେ।


ଛୋଟ ଚାଷୀଙ୍କ ରୋଜଗାରରେ ଗୋପାଳନର ଅବଦାନ ବିଷୟ ଆଲୋକପାତ କରି ମୁଖ୍ୟମନ୍ତ୍ରୀ କହିଲେ ଯେ ଏହା ସେମାନଙ୍କ ରୋଜଗାର ବଢାଇବା ସହିତ ଗ୍ରାମ ଅର୍ଥନୀତିକୁ ମଧ୍ୟ ଚଳଚଞ୍ଚଳ କରେ। ମା ମାନଙ୍କ ରୋଜଗାର ବଢାଇବା ସହିତ ସାଧାରଣ ଲୋକଙ୍କ ବିଶେଷକରି ପିଲାମାନଙ୍କ ପୁଷ୍ଟି ସାଧନରେ ଦୁଗ୍‌ଧର ବହୁତ ବଡ ଭୂମିକା ରହିଛି ବୋଲି ସେ କହିଥିଲେ। ତେଣୁ ଦୁଗ୍‌ଧ ଉତ୍ପାଦନରେ ଅଭିବୃଦ୍ଧି ଆଣି ରାଜ୍ୟର ପୁଷ୍ଟି ସ୍ତରକୁ (Nutrition Level) ଆହୁରି ଉନ୍ନତି ଆଣିବା ରାଜ୍ୟ ସରକାରଙ୍କ ଲକ୍ଷ୍ୟ ବୋଲି ମୁଖ୍ୟମନ୍ତ୍ରୀ କହିଥିଲେ।


ପରିଶେଷରେ ମୁଖ୍ୟମନ୍ତ୍ରୀ କହିଥିଲେ ଦୁଗ୍ଧ ଚାଷୀଙ୍କ ପାଇଁ ରାଜ୍ୟ ସରକାର ଅନେକ ଯୋଜନା କରି ରିହାତି ଯୋଗାଇ ଦେଉଛନ୍ତି। ଚାଷୀମାନେ ଏହି ଯୋଜନାର ଉପଯୋଗ କରି ରାଜ୍ୟର ଦୁଗ୍‌ଧ ଉତ୍ପାଦନ ଲକ୍ଷ୍ୟ ପୂରଣରେ ସହଯୋଗ କରିବା ପାଇଁ ସେ ଅନୁରୋଧ କରିଥିଲେ।


ଏହି କାର୍ଯ୍ୟକ୍ରମରେ ଅଂଶଗ୍ରହଣ କରି ରାଜ୍ୟ କୃଷି ଓ କୃଷକ ସଶକ୍ତିକରଣ, ମତ୍ସ୍ୟ ଓ ପ୍ରାଣୀସଂପଦ ବିକାଶ ମନ୍ତ୍ରୀ ଶ୍ରୀ ଅରୁଣ ସାହୁ ରାଜ୍ୟରେ ଦୁଗ୍‌ଧ ଉତ୍ପାଦନ ବୃଦ୍ଧି କ୍ଷେତ୍ରରେ ରାଜ୍ୟ ସରକାରଙ୍କ ବିଭିନ୍ନ ଯୋଜନା ସଂପର୍କରେ ଆଲୋକପାତ କରିଥିଲେ। ୫-ଟି ଓ ମୋ ସରକାର ରାଜ୍ୟ ପ୍ରଶାସନର ମୂଳମନ୍ତ୍ର ବୋଲି ପ୍ରକାଶ କରି ସେ କହିଲେ ଯେ ଏହାର ପ୍ରୟୋଗ ଦ୍ବାରା ରାଜ୍ୟ ପ୍ରାଣୀ ସଂପଦ କ୍ଷେତ୍ରରେ ପରିବର୍ତ୍ତନର ଧାରା ଆସିପାରିଛି । ହକିରେ ଭାରତର ବିଜୟ ପାଇଁ ମୁଖ୍ୟମନ୍ତ୍ରୀଙ୍କ ପ୍ରତି ମଧ୍ୟ କୃତଜ୍ଞତା ପ୍ରକାଶ କରି ସେ କହିଥିଲେ ଯେ ମୁଖ୍ୟମନ୍ତ୍ରୀଙ୍କ ଅବଦାନ ଯୋଗୁ ଆଜି ଓଡିଶା ବିଭିନ୍ନ କ୍ଷେତ୍ରରେ ଗୌରବାନ୍ବିତ ହୋଇପାରିଛି ।


ବରଗଡ ବିଧାୟକ ଶ୍ରୀ ଦେବେଶ ଆଚାର୍ଯ୍ୟ, ନବରଂଗପୁର ବିଧାୟକ ଶ୍ରୀ ସଦାଶିବ ପ୍ରଧାନୀ ଓ ବଡମ୍ବା ବିଧାୟକ ଶ୍ରୀ ଦେବୀପ୍ରସାଦ ମିଶ୍ର ପ୍ରମୁଖ ସେମାନଙ୍କର ବକ୍ତବ୍ୟରେ ଚାଷୀ କଲ୍ୟାଣ ଯୋଜନା ଉପରେ ଆଲୋକପାତ କରିଥିଲେ ।


କାର୍ଯ୍ୟକ୍ରମରେ ବରଗଡ, ନବରଂଗପୁର ଓ କଟକର ୩ ଜଣ ଚାଷୀ ମୁଖ୍ୟମନ୍ତ୍ରୀଙ୍କ ସହିତ କଥା ହୋଇ ସ୍ବତନ୍ତ୍ର ସହାୟତା ପାଇଁ କୃତଜ୍ଞତା ପ୍ରକାଶ କରିଥିଲେ । ବରଗଡରୁ ଶ୍ରୀମତା ସତ୍ୟବତୀ ସାହୁ, ନବରଂଗପୁରରୁ ଶ୍ରୀ ଖୋକନ ବିଶ୍ବାସ ଓ କଟକରୁ ଶ୍ରୀମତୀ ବିଜୟଲକ୍ଷ୍ମୀ ସ୍ବାଇଁ ଆଲୋଚନାରେ ଭାଗ ନେଇ କହିଥିଲେ ଯେ ରାଜ୍ୟ ସରକାର ସେମାନଙ୍କ ଦୁଗ୍‌ଧ ଚାଷ ପାଇଁ ଅନେକ ପ୍ରକାଶ ସହାୟତା ଦେଉଛନ୍ତି । ଗୋଖାଦ୍ୟ, ଔଷଧ, କ୍ୟାଲସିଅମ, ମିନେରେଲ ମିକ୍ସଚର ଆଦି ଅନେକ ସହାୟତା ମିଳୁଛି । ଦୁଗ୍‌ଧ ଚାଷ ଦ୍ବାରା ସେମାନଙ୍କ ଆର୍ଥିକ ଉନ୍ନତି ହେବା ସହିତ ସେମାନେ ପିଲାମାନଙ୍କୁ ଉଚ୍ଚ ଶିକ୍ଷା ଦେଇପାରିଛନ୍ତି ଏବଂ ଘର ଖଣ୍ଡେ ଖଣ୍ଡେ କରିପାରିଛନ୍ତି ବୋଲି କହିଥିଲେ।


ମୁଖ୍ୟମନ୍ତ୍ରୀଙ୍କ ସଚିବ (୫-ଟି) ଶ୍ରୀ ଭି.କେ. ପାଣ୍ଡିଆନ କାର୍ଯ୍ୟକ୍ରମକୁ ପରିଚାଳନା କରିଥିଲେ ।


ମତ୍ସ୍ୟ ଓ ପଶୁସଂପଦ ବିଭାଗର ସଚିବ ଶ୍ରୀ କେ. ରଘୁ ସ୍ବାଗତ ଭାଷଣ ଦେଇଥିଲେ ଏବଂ ନିର୍ଦ୍ଦେଶକ ଧନ୍ୟବାଦ ଅର୍ପଣ କରିଥିଲେ।


ମୁଖ୍ୟ ଶାସନ ସଚିବ ଶ୍ରୀ ସୁରେଶ ଚନ୍ଦ୍ର ମହାପାତ୍ର, କୃଷି ଉତ୍ପାଦନ କମିଶନର ଶ୍ରୀ ଆର୍‌.କେ. ଶର୍ମା ଏବଂ ବିଭିନ୍ନ ବିଭାଗର ପ୍ରମୁଖ ସଚିବ ଓ ସଚିବମାନେ ଉପସ୍ଥିତ ଥିଲେ ।

Powered by Froala Editor

Tags Chief minister , Naveen Patnaik , Odisha

Related articles Odisha News Lens 4.1

  • କଂଗ୍ରେସ ଛାଡ଼ି ପଦ୍ମ ଧରିଲେ ପୂର୍ବତନ ମନ୍ତ୍ରୀ
    ଦେଶ-ଦେଶାନ୍ତର

    କଂଗ୍ରେସ ଛାଡ଼ି ପଦ୍ମ ଧରିଲେ ପୂର୍ବତନ ମନ୍ତ୍ରୀ

    14589
    Jul 30, 2025
  • ଭୟଙ୍କର ଭୂକମ୍ପ, ଥରିଲା କୋଠାବାଡ଼ି
    ଦେଶ-ଦେଶାନ୍ତର

    ଭୟଙ୍କର ଭୂକମ୍ପ, ଥରିଲା କୋଠାବାଡ଼ି

    15215
    Jul 30, 2025
  • ରାକ୍ଷୀରେ ଥାଳିରେ ରଖନ୍ତୁ ଏହିସବୁ ଜିନିଷ
    ବିଶେଷ

    ରାକ୍ଷୀରେ ଥାଳିରେ ରଖନ୍ତୁ ଏହିସବୁ ଜିନିଷ

    14891
    Jul 30, 2025
  • କଳହ ବନ୍ଦ କରୁନାହାଁନ୍ତି ଦୁଇ ପତ୍ନୀ, ଜିଲ୍ଲାପାଳଙ୍କ ନିକଟରେ ଅଭିଯୋଗ କଲେ ଭିକ୍ଷୁକ
    ଦେଶ-ଦେଶାନ୍ତର

    କଳହ ବନ୍ଦ କରୁନାହାଁନ୍ତି ଦୁଇ ପତ୍ନୀ, ଜିଲ୍ଲାପାଳଙ୍କ ନିକଟରେ ଅଭିଯୋଗ କଲେ ଭିକ୍ଷୁକ

    14058
    Jul 30, 2025
  • ଆସିବ ଭୟଙ୍କର ସୁନାମୀ; ମାଡ଼ି ଆସିଲାଣି ସମୁଦ୍ର
    ଦେଶ-ଦେଶାନ୍ତର

    ଆସିବ ଭୟଙ୍କର ସୁନାମୀ; ମାଡ଼ି ଆସିଲାଣି ସମୁଦ୍ର

    13736
    Jul 30, 2025
  • ଲଞ୍ଚ ହେଲା NISAR, ଏବେ ଭୂକମ୍ପ-ସୁନାମି ପୂର୍ବରୁ ମିଳିବ ସୂଚନା
    ଦେଶ-ଦେଶାନ୍ତର

    ଲଞ୍ଚ ହେଲା NISAR, ଏବେ ଭୂକମ୍ପ-ସୁନାମି ପୂର୍ବରୁ ମିଳିବ ସୂଚନା

    14835
    Jul 30, 2025
  • ସିନ୍ଦ୍ ନଦୀରେ ଖସିଲା ଯବାନଙ୍କ ବସ
    ଦେଶ-ଦେଶାନ୍ତର

    ସିନ୍ଦ୍ ନଦୀରେ ଖସିଲା ଯବାନଙ୍କ ବସ

    13654
    Jul 30, 2025
  • ଏପରି ସଜାନ୍ତୁ ରାକ୍ଷୀ ଥାଳି
    ବିଶେଷ

    ଏପରି ସଜାନ୍ତୁ ରାକ୍ଷୀ ଥାଳି

    14930
    Jul 30, 2025
  • ୧ ଅଗଷ୍ଟରୁ ଭାରତ ଉପରେ ଲାଗିବ ୨୫% ଶୁଳ୍କ
    ଦେଶ-ଦେଶାନ୍ତର

    ୧ ଅଗଷ୍ଟରୁ ଭାରତ ଉପରେ ଲାଗିବ ୨୫% ଶୁଳ୍କ

    14063
    Jul 30, 2025

ଆପଣ ଆଗ୍ରହୀ ହୋଇପାରନ୍ତି

  • ଦେଶ-ଦେଶାନ୍ତର

    ଭୟଙ୍କର ଭୂକମ୍ପ, ଥରିଲା କୋଠାବାଡ଼ି

    15215
    Jul 30, 2025
  • ବିଶେଷ

    ଏପରି ସଜାନ୍ତୁ ରାକ୍ଷୀ ଥାଳି

    14930
    Jul 30, 2025
  • ଦେଶ-ଦେଶାନ୍ତର

    କଂଗ୍ରେସ ଛାଡ଼ି ପଦ୍ମ ଧରିଲେ ପୂର୍ବତନ ମନ୍ତ୍ରୀ

    14589
    Jul 30, 2025

Advertisement

ସଂସ୍କୃତି

ଓଡ଼ିଶାଲିଙ୍କ୍ସର ୮ମ ସ୍ଵନକ୍ଷତ୍ର, ଲୁହରେ ଭିଜାଇଲା ମହାପ୍ରଭୁ ଶ୍ରୀଜଗନ୍ନାଥଙ୍କ ଭକ୍ତି ଆଧାରିତ ନାଟକ ‘ଅଦୃଶ୍ୟ ଜଗନ୍ନାଥ‘

ଭୁବନେଶ୍ୱର: ରାଜଧାନୀର ଭଞ୍ଜକଳା ମଣ୍ଡପଠାରେ ଡିଜିଟାଲ ଗଣମାଧ୍ୟମ ଜଗତରେ ସ୍ୱତନ୍ତ୍ର ପରିଚିତି ହାସଲ କରିଥିବା ଓଡ଼ିଶାଲିଙ୍କ୍ସର ୮ମ ସ୍ଵନକ୍ଷତ୍ର ପାଳିତ ହୋଇଛି। କ୍ରୀଡ଼ା, ଯୁବ ବ୍ୟାପାର, ଭାଷା ଓ ସଂସ୍କୃତି ଏବଂ ଉଚ୍ଚ ...

  • ୨୯ ତମ ଓଏମ୍‌ସି. ଗୁରୁ କେଳୁଚରଣ ମହାପାତ୍ର ପୁରସ୍କାର ଉତ୍ସବ ଉଦ୍‍ଯାପିତ

    16646
    Sep 10, 2023
  • ୨୯ ତମ ଓଏମ୍‌ସି ଗୁରୁ କେଳୁଚରଣ ମହାପାତ୍ର ପୁରସ୍କାର ଉତ୍ସବର ଚତୁର୍ଥ ସଂଧ୍ୟାରେ କୁଚିପୁଡ଼ି ନୃତ୍ୟ ସାଙ୍ଗକୁ ତବଲା ବାଦରେ ଦର୍ଶକ ବିଭୋର

    16759
    Sep 09, 2023
  • କଥକ ଶାସ୍ତ୍ରୀୟ ନୃତ୍ୟ ସହିତ ହିନ୍ଦୁସ୍ଥାନୀ କଣ୍ଠ ସଙ୍ଗୀତରେ ଦର୍ଶକ ବିଭୋର

    17083
    Sep 06, 2023
  • ୮୫ ତମ ଉତ୍କଳ ଦିବସ

    15565
    Apr 03, 2021

ବିଶେଷ

  • ରାକ୍ଷୀରେ ଥାଳିରେ ରଖନ୍ତୁ ଏହିସବୁ ଜିନିଷ

    14891
    Jul 30, 2025
  • ଏପରି ସଜାନ୍ତୁ ରାକ୍ଷୀ ଥାଳି

    14930
    Jul 30, 2025
  • ଆହାନ ପାଣ୍ଡେ ଓ ଅନୀତ୍ ପଡ୍ଡାଙ୍କ 'ସୈୟାରା ' କରୁଛି କମାଲ

    15896
    Jul 29, 2025
  • ସର୍ଭାଇକାଲ ଯନ୍ତ୍ରଣା କଣ, ଜାଣନ୍ତୁ କାରଣ...

    15798
    Jul 28, 2025
  • ପ୍ରତିଦିନ ସେବନ କରନ୍ତୁ ପିଜୁଳି ପତ୍ର

    14951
    Jul 28, 2025

ବାଣିଜ୍ୟ

ଏୟୁ ସ୍ମଲ୍‌ ଫାଇନାନ୍ସ ବ୍ୟାଙ୍କ ଭୁବନେଶ୍ୱରରେ ଚାରିଟି ନୂଆ ପୋଲିସ ବୁଥ୍‌ ସହିତ ସଡ଼କ ସୁରକ୍ଷାକୁ ପରିବର୍ଦ୍ଧିତ କଲା

ଭୁବନେଶ୍ୱର : ସଡ଼କ ସୁରକ୍ଷା ଏବଂ ଗୋଷ୍ଠୀ କଲ୍ୟାଣ ପ୍ରତି ପ୍ରତିବଦ୍ଧତାର ଅଂଶ ଭାବରେ ଭାରତର ସର୍ବବୃହତ ସ୍ମଲ୍‌ ଫାଇନାନ୍ସ ବ୍ୟାଙ୍କ, ଏୟୁ ସ୍ମଲ ଫାଇନାନ୍ସ ବ୍ୟାଙ୍କ ଭୁବନେଶ୍ୱରର କେତେକ ସର୍ବାଧିକ ବ୍ୟସ୍ତବହୁଳ ଜଙ୍କ୍‌ସନଗୁଡିକରେ ଚାରିଟି ପୂର୍ଣ୍ଣ ସୁସଜ୍ଜିତ ପୋଲିସ ବୁଥ୍‌ ସ୍ଥାପନ କରି ଭୁବନେଶ୍ୱର ଟ ...

  • ଦୁର୍ଗମ ଅଞ୍ଚଳରେ ଜୀବନ ରକ୍ଷାକାରୀ ସ୍ୱାସ୍ଥ୍ୟସେବା ଯୋଗାଇ ଦେଉଛ ୟୁଏଆଇଏଲ୍‌ର ‘ନିରୋଗଶାଳା’

    14713
    Jul 28, 2025
  • ହିଣ୍ଡାଲ୍କୋ ଓ ରାଜ୍ୟ ସରକାରଙ୍କ ମଧ୍ୟରେ 2'ଟି ଏମଓୟୁ ସ୍ଵାକ୍ଷର, କେନ୍ଦୁଝର ଓ ସମ୍ବଲପୁରରେ ହେବ ପୋଷାକ ତିଆରି କାରଖାନା

    14806
    Jul 25, 2025
  • ନ୍ୟୁବର୍ଗ ପଲ୍ସ-ମହେନ୍ଦ୍ର ସିଂହ ଧୋନିଙ୍କ ସହଭାଗିତାରେ ରାଞ୍ଚିରେ ସ୍ୱୟଂ ସମ୍ପୂର୍ଣ୍ଣ ସମନ୍ଵିତ ନିଦାନ କେନ୍ଦ୍ର ଆରମ୍ଭ, ଏଥିରେ ରହିଛି, ସହରର ପ୍ରଥମ ଉନ୍ନତ ପେଟ୍-ସିଟି (PET-CT) ବ୍ୟବସ୍ଥା

    14153
    Jul 21, 2025
  • ଋଥଯାତ୍ରା ୨୦୨୫ରେ ୧ ଲକ୍ଷରୁ ଅଧିକ ଭକ୍ତ ଆଧ୍ୟାତ୍ମିକ ଭାବରେ ନିଜକୁ ଆଶୀର୍ବାଦର ‘ଭକ୍ତି ପଥେ’ ଅଭିଯାନରେ ତଲ୍ଲୀନ କଲେ

    14450
    Jul 19, 2025

ଅନଲାଇନ୍ ସଂଯୋଗ

  • 67944
    Followers
  • 227640
    Likes
  • 54300
    Subscribers

Subscribe to our Newsletter

Sign up to receive email updates and to hear what's going on with our magazine!

logo

ଆଜିକାଲି, ମୁଦ୍ରିତ ଖବରକାଗଜ ପଢିବା ପାଇଁ ଲୋକଙ୍କ ପାଖରେ ପର୍ଯ୍ୟାପ୍ତ ସମୟ ନାହିଁ, ଯାହା ଗତକାଲିର ସାଧାରଣ ଘଟଣାକୁ କଭର୍ କରିଥାଏ, ତେଣୁ ସର୍ବଶେଷ ଖବର ପାଇବା ପାଇଁ ସେମାନେ ସର୍ବଦା ୱେବ୍ ପୋର୍ଟାଲ୍ କିମ୍ବା ଇଲେକ୍ଟ୍ରୋନିକ୍ ମିଡିଆ ଅନୁସରଣ କରିବାକୁ ଆଗ୍ରହୀ ଅଟନ୍ତି |

ଆମର ଅନଲାଇନ୍ ନ୍ୟୁଜ୍ ପୋର୍ଟାଲ୍ ସମଗ୍ର ବିଶ୍ୱରେ ସର୍ବଶେଷ ଅଦ୍ୟତନ, ସାମ୍ପ୍ରତିକ ଘଟଣା ସହିତ ଲୋକଙ୍କୁ ଶିକ୍ଷା ଏବଂ ସୂଚନା ଦେବାରେ ଏକ ପ୍ରମୁଖ ଭୂମିକା ଗ୍ରହଣ କରିଥାଏ |

  • ଖବର

  • ରାକ୍ଷୀରେ ଥାଳିରେ ରଖନ୍ତୁ ଏହିସବୁ ଜିନିଷ

    14891
    Jul 30, 2025
  • ୧ ଅଗଷ୍ଟରୁ ଭାରତ ଉପରେ ଲାଗିବ ୨୫% ଶୁଳ୍କ

    14063
    Jul 30, 2025
  • କଳହ ବନ୍ଦ କରୁନାହାଁନ୍ତି ଦୁଇ ପତ୍ନୀ, ଜିଲ୍ଲାପାଳଙ୍କ ନିକଟରେ ଅଭିଯୋଗ କଲେ ଭିକ୍ଷୁକ

    14058
    Jul 30, 2025

About Us

  • Bhubaneswar, Odisha, India
  • 0 00000 000 00
  • odishanewslens@gmail.com

Follow us

  • Home
  • Contact Us
  • About Us
© Copyright Odisha News Lens 4.1. All rights reserved. in association with Konect.In