ଆଜି ମୁଖ୍ୟମନ୍ତ୍ରୀ ବାଣ୍ଟିବେ ୧୧୦୧ଜଣଙ୍କୁ ନିଯୁକ୍ତି ପତ୍ର
ଭୁବନେଶ୍ୱର: ଆଜି ନିଯୁକ୍ତି ମେଳା ଅନୁଷ୍ଠିତ ହେବ । ମୁଖ୍ୟ ଅତିଥି ଭାବେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଯୋଗ ଦେଇ ୧୧୦୧ଜଣଙ୍କୁ ନିଯୁକ୍ତି ପତ୍ର ବଣ୍ଟନ କରିବେ । ଓଡ଼ିଶା କୃଷି ଓ ବୈଷୟିକ ବିଶ୍ୱବିଦ୍ୟାଳୟ (ଓୟୁଏଟି) ସ୍ଥିତ କୃଷି ଶିକ୍ଷା ସଦନଠାରେ ଆୟୋଜିତ ହେବାକୁ ଥିବା କାର୍ଯ୍ୟକ୍ରମରେ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗରେ ନିଯୁକ୍ତ ୯୦୬ଜଣଙ୍କୁ ନିଯୁକ୍ତିପତ୍ର ପ୍ରଦାନ କରାଯିବ । ଏଥିସହ ସମବାୟ ବିଭାଗରେ ୧୭ଜଣ, ଅର୍ଥ ବିଭାଗରେ ୧୦୬ଜଣ ଏବଂ ରାଜସ୍ୱ ଓ ବିପର୍ଯ୍ୟୟ ପରିଚାଳନା ବିଭାଗରେ ୭୨ଜଣଙ୍କୁ ନିଯୁକ୍ତି ପତ୍ର ପ୍ରଦାନ କରାଯିବ ।
Powered by Froala Editor