ଏହି ଜିଲ୍ଲାକୁ ବଜ୍ରପାତ ସହ ବର୍ଷା ସମ୍ଭାବନା
ଭୁବନେଶ୍ୱର: ଅବପାତ ଉତ୍ତର-ପୂର୍ବ ମଧ୍ୟପ୍ରଦେଶ ଏବଂ ସଂଲଗ୍ନ ଉତ୍ତର ଛତିଶଗଡ଼ ଉପରେ ସକ୍ରିୟ ରହିଛି। ଏହା ଉତ୍ତର-ଉତ୍ତର-ପଶ୍ଚିମ ଦିଗରେ ଗତି କରୁଛି। ସନ୍ଧ୍ୟା ସୁଦ୍ଧା ଉତ୍ତର-ପୂର୍ବ ମଧ୍ୟପ୍ରଦେଶ ଏବଂ ଏହାର ପାର୍ଶ୍ବବର୍ତ୍ତୀ ଦକ୍ଷିଣ-ପୂର୍ବ ଉତ୍ତରପ୍ରଦେଶରେ ପହଞ୍ଚିଛି। ଆଗାମୀ ୧୨ଘଣ୍ଟା ମଧ୍ୟରେ ପୁଣି ଉତ୍ତର-ଉତ୍ତର-ପଶ୍ଚିମ ଦିଗରେ ଗତି କରି ଦୁର୍ବଳ ହୋଇ ସ୍ପଷ୍ଟ ଚିହ୍ନଟ ଲଘୁଚାପରେ ପରିଣତ ହେବାର ସମ୍ଭାବନା ରହିଛି। ଅବପାତ ପ୍ରଭାବରେ ଓଡ଼ିଶାର ବିଭିନ୍ନ ଜିଲାରେ ବର୍ଷା ପବନ ଲାଗି ରହିଥିବା ବେଳେ ଶନିବାର ପାଗରେ ସାମାନ୍ୟ ପରିବର୍ତ୍ତନ ଆସିଛି। କିନ୍ତୁ ଆସନ୍ତା ୨୪ଘଣ୍ଟା ମଧ୍ୟରେ ବାଲେଶ୍ବର, ଭଦ୍ରକ, ଯାଜପୁର, କେନ୍ଦ୍ରାପଡା, ଜଗତସିଂହପୁର, କଟକ, କେନ୍ଦୁଝର ଏବଂ ମୟୂରଭଞ୍ଜ ଜିଲାର କିଛି ଅଞ୍ଚଳରେ ବିଜୁଳି ଘଡଘଡି ସହିତ ବର୍ଷାର ସମ୍ଭାବନା ଥିବାରୁ ପାଣିପାଗ ବିଭାଗ ପକ୍ଷରୁ ଉପରୋକ୍ତ ଜିଲାଗୁଡିକୁ ୟେଲୋୱାର୍ଣ୍ଣିଂ ଜାରି କରାଯାଇଛି।
Powered by Froala Editor