ସ୍ଵେଚ୍ଛାକୃତ ଅବସର ନେବେ ଓଡ଼ିଶାର ମୁଖ୍ୟ ନିର୍ବାଚନ ଅଧିକାରୀ
ଭିଆରଏସ ନେବେ ଓଡ଼ିଶାର ମୁଖ୍ୟ ନିର୍ବାଚନ ଅଧିକାରୀ ଆର.ଏସ ଗୋପାଳନ । ଶାରୀରିକ ଅସୁସ୍ଥତା ଏବଂ କେତେକ ବ୍ୟକ୍ତିଗତ କାରଣ ପାଇଁ ସେ ଚାକିରିରୁ ସ୍ଵେଚ୍ଛାକୃତ ଅବସର (ଭିଆରଏସ) ପାଇଁ ସେ ଆବେଦନ କରିଛନ୍ତି।
ସେ ୨୦୨୮ ଜୁଲାଇ ମାସରେ ଚାକିରିରୁ ଅବସର ନେଇଥାନ୍ତେ। ନିଜ ଚାକିରି ସମୟ ପ୍ରାୟ ଦେଢ଼ ବର୍ଷ ବାକି ଥିବା ବେଳେ ସେ ଭିଆରଏସ ପାଇଁ ଆବେଦନ କରି ସମସ୍ତଙ୍କୁ ଚକିତ କରିଛନ୍ତି। ନିକଟରେ ତାଙ୍କ ପ୍ରତ୍ୟକ୍ଷ ତତ୍ତ୍ୱାବଧାନରେ ରାଜ୍ୟରେ ଭୋଟର ତାଲିକାର ସ୍ୱତନ୍ତ୍ର ସଂଶୋଧନ ପ୍ରକ୍ରିୟା ଶେଷ ହୋଇଥିଲା।
ତାମିଲନାଡ଼ୁ ବାସିନ୍ଦା ଶ୍ରୀ ଗୋପାଳନ୍ ଓଡ଼ିଶା କ୍ୟାଡର ଆଇଏଏସ୍ ଅଧିକାରୀ। ୨୦୦୧ ବ୍ୟାଚର ଏହି ପ୍ରଶାସନିକ ଅଧିକାରୀ ବର୍ତ୍ତମାନ ଓଡ଼ିଶାର ମୁଖ୍ୟ ନିର୍ବାଚନ ଅଧିକାରୀ ଦାୟିତ୍ୱ ତୁଲାଉଛନ୍ତି। ଆର. ଏସ. ଗୋପାଳନ ପ୍ରାୟ ଦୁଇ ବର୍ଷ ହେବ ଓଡ଼ିଶାର ସିଇଓ ଭାବେ କାର୍ଯ୍ୟ କରିଆସୁଛନ୍ତି। ଏହା ସହିତ ସେ ଅବକାରୀ ବିଭାଗର ସଚିବ ଭାବେ ମଧ୍ୟ ଅତିରିକ୍ତ ଦାୟିତ୍ୱରେ ରହିଛନ୍ତି।
Powered by Froala Editor