ମହାନଦୀ ଜଳ ବିବାଦ ବୈଠକ: ଓଡ଼ିଶା ଓ ଛତିଶଗଡ଼ ମଧ୍ୟରେ ଜଳ ବଣ୍ଟନ ବିବାଦର ଘଟିପାରେ ଅନ୍ତ
ଭୁବନେଶ୍ୱର: ଆଜି କେନ୍ଦ୍ର ଗୃହ ମନ୍ତ୍ରୀ ଅମିତ ଶାହଙ୍କ ମଧ୍ୟସ୍ଥତାରେ ମହାନଦୀ ବିବାଦ ନେଇ ବୈଠକ ହେବ । ଏହି ବୈଠକରେ ଓଡ଼ିଶାର ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଓ ଛତିଶଗଡ଼ ମୁଖ୍ୟମନ୍ତ୍ରୀ ବିଷ୍ଣୁଦେବ ସାଏ ଯୋଗଦେବେ । ତେବେ ଏହି ବୈଠକ ପୂର୍ବରୁ ରାଜ୍ୟ ରାଜନୀତି ବେଶ ସରଗରମ ହୋଇଛି ।
ସ୍ବରାଷ୍ଟ୍ର ମନ୍ତ୍ରୀ ଅମିତ ଶାହଙ୍କ ମଧ୍ୟସ୍ଥତାରେ ମହାନଦୀକୁ ନେଇ ଓଡ଼ିଶା ଓ ଛତିଶଗଡ଼ ମଧ୍ୟରେ ଜଳ ବଣ୍ଟନ ବିବାଦର ଅନ୍ତ ଘଟିପାରେ ବୋଲି କୁହାଯାଉଛି। ଆଜି ସକାଳୁ ଛତିଶଗଡ ମୁଖ୍ୟମନ୍ତ୍ରୀ ବିଷ୍ଣୁ ଦେଓ ସାଏ ମଧ୍ୟ ଦିଲ୍ଲୀ ଅଭିମୁଖେ ଗସ୍ତ କରିଛନ୍ତି। ସେ କହିଛନ୍ତି ଯେ, ଉଭୟ ରାଜ୍ୟରେ ବିଜେପି ସରକାର ଥିବାରୁ, ବୈଠକରେ ଯେଉଁ ନିଷ୍ପତ୍ତି ନିଆଯିବ, ଆମେ ତାହାକୁ ମାନିବୁ।
ଏପଟେ ଗୁରୁତ୍ବପୂର୍ଣ୍ଣ ବୈଠକରେ ଯୋଗଦେବା ପାଇଁ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଦିଲ୍ଲୀ ଅଭିମୁଖେ ବାହାରିଛନ୍ତି। ତାଙ୍କ ସହିତ ବରିଷ୍ଠ ଅଧିକାରୀ ମଧ୍ୟ ଯାଇଥିବା ସୂଚନା ମିଳିଛି।
Powered by Froala Editor