ଆଉ ୧୨୦୮ ଜଣ କରୋନା ସଂକ୍ରମିତ ଚିହ୍ନଟ

ଭୁବନେଶ୍ୱର: ଓଡ଼ିଶାରେଚିହ୍ନଟ ଗତ ୨୪ ଘଣ୍ଟା ଭିତରେ ଚିହ୍ନଟ ହେଲେ ଆଉ ୧୨୦୮ ଜଣ କରୋନା ସଂକ୍ରମିତ। ଚିହ୍ନଟ ହୋଇଥିବା ସଂକ୍ରମିତଙ୍କ ମଧ୍ୟରୁ ୭୦୨ କ୍ୱାରେଣ୍ଟାଇନ୍ ସେଣ୍ଟରରୁ ଚିହ୍ନଟ ହୋଇଥିବା ବେଳେ ୫୦୬ଜଣ ସ୍ଥାନୀୟ ସଂକ୍ରମିତ ଚିହ୍ନଟ ହୋଇଛନ୍ତି। ଏହାକୁ ମିଶାଇ ରାଜ୍ୟରେ ମୋଟ ଆକ୍ରାନ୍ତଙ୍କ ସଂଖ୍ୟା ୯ ଲକ୍ଷ ୮୦ ହଜାର ୮୬୬ ଜଣକୁ ବୃଦ୍ଧି ପାଇଛି। ଏନେଇ ରାଜ୍ୟ ସୂଚନା ଓ ଲୋକ ସମ୍ପର୍କ ବିଭାଗ ପକ୍ଷରୁ ଟ୍ଵିଟ୍ ଯୋଗେ ସୂଚନା ଦିଆଯାଇଛି।
ସଂପୃକ୍ତ ସଂକ୍ରମିତଙ୍କ ମଧ୍ୟରୁ ଖୋର୍ଦ୍ଧାରୁ ୩୯୯ ଜଣ, କଟକରୁ ୧୭୩ ଜଣ, ବାଲେଶ୍ବରରୁ ୬୩ ଜଣ, ଜଗତସିଂହପୁରରୁ ୬୦ ଜଣ,ପୁରୀରୁ ୫୮ ଜଣ, ଯାଜପୁରରୁ ୫୭ ଜଣ, ଅନୁଗୁଳରୁ ୫୫ ଜଣ,ମୟୂରଭଞ୍ଜରୁ ୩୩ ଜଣ,କେନ୍ଦ୍ରାପଡ଼ାରୁ ୩୨ ଜଣ, ନୟାଗଡ଼ାରୁ ୨୫ ଜଣ, ସମ୍ବଲପୁରରୁ ୨୪ ଜଣ, ଭଦ୍ରକରୁ ୨୨ ଜଣ, ସୁନ୍ଦରଗଡ଼ରୁ ୨୦ ଜଣ, କନ୍ଧମାଳ ଓ କେନ୍ଦୁଝର ଜିଲ୍ଲାରୁ ୧୬ ଜଣ ଲେଖାଏଁ, ଢ଼େଙ୍କାନାଳରୁ ୧୫ ଜଣ,ଗଞ୍ଜାମରୁ ୧୨ ଜଣ,ରାୟଗଡ଼ାରୁ ୮ ଜଣ, ବରଗଡ଼, ବଲାଙ୍ଗୀର ଓ ଦେବଗଡ଼ ଜିଲ୍ଲାରୁ ୫ ଜଣ ଲେଖାଏଁ, ମାଲକାନଗିରିର ଓ ନବରଙ୍ଗପୁର ଜିଲ୍ଲାରୁ ୪ ଜଣ ଲେଖାଏଁ , ଝାରସୁଗୁଡ଼ା ଓ ସୋନୁପର ଜିଲ୍ଲାରୁ ୩ ଜଣ ଲେଖାଏଁ , କଳାହାଣ୍ଡି, କୋରାପୁଟ ଓ ନୂଆପଡ଼ା ଜିଳ୍ଳାରୁ ୩ ଜଣ ଲେଖାଏଁ,କଳାହାଣ୍ଡିରୁ ୨ ଜଣ, ଗଜପତିରୁ ଜଣେ ଏବଂ ଷ୍ଟେଟ୍ ପୋଲ୍ରୁ ୮୪ ଜଣ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି।
ସୂଚନାଯୋଗ୍ୟ ଯେ, ରାଜ୍ୟରେ ବର୍ତ୍ତମାନ ସୁଦ୍ଧା ମୋଟ୍ ୯ ଲକ୍ଷ ୮୪ ହଜାର ୭୩୧ ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ଏଥି ମଧ୍ୟରୁ ୧୩ ହଜାର ୦୦୬ ଜଣ ଆକ୍ଟିଭ୍ କେସ୍ ରହିଥିବା ବେଳେ ୯ ଲକ୍ଷ ୬୫ ହଜାର ୩୭୦ ଜଣ ସୁସ୍ଥ ହୋଇ ଘରକୁ ଫେରିଛନ୍ତି । ଏହା ସହ କରୋନା ଯୋଗୁଁ ୬୨୩୬ ଜଣଙ୍କର ମୃତ୍ୟୁ ହୋଇଛି । ଏବେ ସୁଦ୍ଧା ରାଜ୍ୟରେ ୧୬୪୨୪୬୪୫ ସାମ୍ପୁଲ ଟେଷ୍ଟ୍ ହୋଇଛି।
Powered by Froala Editor