ଗାନ୍ଧୀଙ୍କ ପ୍ରତିମୂର୍ତ୍ତି ନିକଟରେ ଶ୍ରାଦ୍ଧସୁମନ ଅର୍ପଣ କଲେ ମୁଖ୍ୟମନ୍ତ୍ରୀ
ଭୁବନେଶ୍ୱର : ଆଜି ଜାତିର ପିତା ମହାତ୍ମା ଗାନ୍ଧୀଙ୍କ ଜୟନ୍ତୀ ପାଳନ ଅବସରରେ ବିଧାନସଭା ପରିସରରେ ଥିବା ଗାନ୍ଧୀଙ୍କ ପ୍ରତିମୂର୍ତ୍ତି ନିକଟରେ ରାଜ୍ୟପାଳ, ମୁଖ୍ୟମନ୍ତ୍ରୀ, ବାଚସ୍ପତି, ଉପମୁଖ୍ୟମନ୍ତ୍ରୀ,ମନ୍ତ୍ରୀ , ବିଧାୟକ ଓ ଅନ୍ୟାନ୍ୟ ଅତିଥି ବୃନ୍ଦ ଶ୍ରାଦ୍ଧସୁମନ ଅର୍ପଣ କରିଛନ୍ତି। ଆଜି ଜାତିର ଜନକ ମହାତ୍ମା ଗାନ୍ଧୀଙ୍କ ଜନ୍ମଜୟନ୍ତୀ। ଏହି ଅବସରରେ ରାଜ୍ୟପାଳ ଡ. ହରି ବାବୁ କମ୍ଭମପାଟି, ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଓ ବାଚସ୍ପତି ସୁରମା ପାଢ଼ୀଙ୍କ ସମେତ ବିଶିଷ୍ଟ ଅତିଥିମାନେ ଯୋଗଦେଇଛନ୍ତି।
Powered by Froala Editor