ଆଗାମୀ ୩ ବର୍ଷ ପର୍ଯ୍ୟନ୍ତ ଖୋଲାଯିବନି ନୂଆ ମଦ ଦୋକାନ
ଭୁବନେଶ୍ବର: ଭୁବନେଶ୍ୱରରେ ‘ଜୀବନ ଜିନ୍ଦାବାଦ-୨.୦’ର ଶୁଭାରମ୍ଭ ହୋଇଛି । ଏହି ଅବସରରେ ରାଜ୍ୟରୁ ନିଶା ମୂଳପୋଛ ପାଇଁ ମୁଖ୍ୟମନ୍ତ୍ରୀ ବଡ଼ ଘୋଷଣା କରିଛନ୍ତି । ଆଗାମୀ ୩ ବର୍ଷ ପର୍ଯ୍ୟନ୍ତ ଖୋଲାଯିବନି କୌଣସି ନୂଆ ମଦ ଦୋକାନ ।
୨୦୨୯ ସୁଦ୍ଧା ଦେଶକୁ ନିଶାମୁକ୍ତ କରିବା ପାଇଁ ଓଡ଼ିଶା ପ୍ରତିବଦ୍ଧ । ନିଶାକୁ ନାଁ, ଜୀବନକୁ ହଁ, ଜୀବନ ଜିଇଁବାର ପ୍ରକୃତ ଶିକ୍ଷା ନିଅନ୍ତୁ ବୋଲି କହିଛନ୍ତି । କେବଳ ମଦ ନୁହେଁ, ଗଞ୍ଜେଇ, ଅଫିମ ଓ କୋକେନ ବିରୋଧରେ କଠୋର ହେବାକୁ ନିର୍ଦ୍ଦେଶ ଦେଇଛନ୍ତି ।
Powered by Froala Editor