ଛାତ୍ର ସଂସଦ ନିର୍ବାଚନ: ୧୦ଟାରୁ ଦିନ ଗୋଟାଏ ଭିତରେ ନୋମିନେଶନ ଭରିବେ ପ୍ରାର୍ଥୀ
ଭୁବନେଶ୍ୱର: ଛାତ୍ର ସଂସଦ ନିର୍ବାଚନ ନେଇ ରାଜ୍ୟର ବିଭିନ୍ନ କଲେଜରେ ନୋମିନେଶନ ଜାରି ରହିଛି। ଶୁକ୍ରବାର ସକାଳ ୧୦ଟାରୁ ଦିନ ଗୋଟାଏ ଭିତରେ ପ୍ରାର୍ଥୀମାନେ ସେମାନଙ୍କର ନୋମିନେଶନ ଭରିବେ। ଅପରାହ୍ନ ୨ଟାରୁ ୪ଟା ପର୍ଯ୍ୟନ୍ତ ପ୍ରାର୍ଥିପତ୍ର ଯାଞ୍ଚ କରାଯିବ। ସନ୍ଧ୍ୟା ୫ଟା ସୁଦ୍ଧା ନାମାଙ୍କନ ତାଲିକା ବୈଧ କରାଯିବ। କାଲି ସକାଳ ୧୦ଟାରୁ ଦିନ ଗୋଟାଏ ପର୍ଯ୍ୟନ୍ତ ନୋମିନେଶନ ପ୍ରତ୍ୟାହାର କରାଯିବ। ଶନିବାର ଅପରାହ୍ନ ୩ଟାରେ ଚୂଡ଼ାନ୍ତ ପ୍ରାର୍ଥୀ ତାଲିକା ପ୍ରକାଶ ପାଇବ ବୋଲି ବିଜ୍ଞପ୍ତିରେ ଉଲ୍ଲେଖ ରହିଛି।
ଦୀର୍ଘ ୮ ବର୍ଷର ବ୍ୟବଧାନ ପରେ ଚଳିତ ବର୍ଷ ଓଡ଼ିଶାରେ କଲେଜ ଏବଂ ବିଶ୍ବବିଦ୍ୟାଳଗୁଡ଼ିକରେ ଛାତ୍ର ସଂସଦ ନିର୍ବାଚନ ଅନୁଷ୍ଠିତ ହେବ । ଅକ୍ଟୋବର ୧୫ ତାରିଖରେ ନିର୍ବାଚନ ହେବାକୁ ଥିବା ବେଳେ, ଅକ୍ଟୋବର ୧୬ ତାରିଖରେ ନବନିର୍ବାଚିତ ଛାତ୍ର ପ୍ରତିନିଧିମାନେ ଶପଥ ଗ୍ରହଣ କରିବେ । ରାଜ୍ୟ ଉଚ୍ଚଶିକ୍ଷା ମନ୍ତ୍ରୀ ସୂରଜ ସୂର୍ୟ୍ୟବଂଶୀ ଏହି ସୂଚନା ଦେଇଛନ୍ତି ।
Powered by Froala Editor