ଦୁଇଦିନିଆ ଓଡ଼ିଶା ଗସ୍ତରେ ଆସୁଛନ୍ତି ମୋହନ ଭାଗବତ
ଭୁବନେଶ୍ୱର: ରାଷ୍ଟ୍ରୀୟ ସ୍ୱଂୟସେବକ ସଂଘର ସରସଂଘଚାଳକ ଡ. ମୋହନ ଭାଗବତ ଶନିବାର ଦୁଇଦିନିଆ ଓଡ଼ିଶା ଗସ୍ତରେ ଆସୁଛନ୍ତି । ସେ ଆଜି ଅପରାହ୍ନ ୪ ଘଟିକାରେ ସମ୍ବଲପୁରରେ ପହଞ୍ଚିବେ ବୋଲି ସଂଘର ଓଡ଼ିଶା ପୂର୍ବ ପ୍ରାନ୍ତର ପ୍ରାନ୍ତ ପ୍ରଚାର ପ୍ରମୁଖ ସୁମନ୍ତ କୁମାର ପଣ୍ଡା ସୂଚନା ଦେଇଛନ୍ତି ।
ସମ୍ବଲପୁର ଗସ୍ତ ଅବସରରେ ଡ. ଶ୍ରୀ ଭାଗବତ ଗଙ୍ଗାଧର ମେହେର ବିଶ୍ୱବିଦ୍ୟାଳୟରେ ଅନୁଷ୍ଠିତ ହେବାକୁ ଥିବା ଆର୍ଏସ୍ଏସ୍ କାର୍ଯ୍ୟକ୍ରମରେ ମୁଖ୍ୟଅତିଥି ଭାବେ ଯୋଗଦେବେ। ରବିବାର ସମ୍ବଲପୁରଠାରେ ଓଡ଼ିଶା ପୂର୍ବ ଓ ପଶ୍ଚିମ ପ୍ରାନ୍ତର କାର୍ଯ୍ୟକର୍ତ୍ତାମାନଙ୍କୁ ନେଇ ଏକ ସାଙ୍ଗଠନିକ ବୈଠକରେ ଶତାବ୍ଦୀ ବର୍ଷର କାର୍ଯ୍ୟ ସମୀକ୍ଷା କରିବେ ।
Powered by Froala Editor