କେନ୍ଦୁଝରରେ ଡିଜାଷ୍ଟର ରିକଭରି ଡାଟା ସେଣ୍ଟର ପ୍ରସ୍ତାବକୁ କ୍ୟାବିନେଟ ମୋହର
ଭୁବନେଶ୍ୱର: ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀଙ୍କ ଅଧ୍ୟକ୍ଷତାରେ ରାଜ୍ୟ କ୍ୟାବିନେଟର ଗୁରୁତ୍ୱପୂର୍ଣ୍ଣ ବୈଠକ ଅନୁଷ୍ଠିତ ହୋଇଛି । ଲୋକସେବା ଭବନରେ ଅନୁଷ୍ଠିତ ବୈଠକରେ ୧୧ଟି ବିଭାଗର ୧୬ଟି ପ୍ରସ୍ତାବ ମଞ୍ଜୁରୀ ଲାଭ କରିଛି । ଶାସନ ମୁଖ୍ୟ ଭାବେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ୨୫ ବର୍ଷର କାର୍ଯ୍ୟକାଳ ପୂର୍ଣ୍ଣ କରିଥିବାରୁ ଅଭିନନ୍ଦନ ଜଣାଇ ଓଡ଼ିଶା କ୍ୟାବିନେଟରେ ସଂକଳ୍ପ ପାରିତ ହୋଇଥିବା ମୁଖ୍ୟମନ୍ତ୍ରୀ ସୂଚନା ଦେଇଛନ୍ତି । ସେହିପରି ନବମ ଓ ଦଶମ ଛାତ୍ରଛାତ୍ରୀଙ୍କୁ ମାଗଣା ପାଠ୍ୟପୁସ୍ତକ ପ୍ରଦାନ ଯୋଜନା, OSCMF ଓ OSSC ପାଇଁ ୧,୩୬୦ କୋଟି କର୍ପସ ଫଣ୍ଡ, ୪.୨୦ ଲକ୍ଷ ଯୁବକ-ଯୁବତୀଙ୍କୁ ଦକ୍ଷତା ପ୍ରଶିକ୍ଷଣ ଓ କେନ୍ଦୁଝରରେ ଡିଜାଷ୍ଟର ରିକଭରି ଡାଟା ସେଣ୍ଟର ପ୍ରସ୍ତାବକୁ କ୍ୟାବିନେଟ ମୋହର ମାରିଛି ।
କେନ୍ଦୁଝରରେ ଡିଜାଷ୍ଟର ରିକଭରି-କମ୍-ଡାଟା ସେଣ୍ଟର (DR-cum-DC) ପ୍ରତିଷ୍ଠାକୁ ରାଜ୍ୟ କ୍ୟାବିନେଟ୍ ଅନୁମୋଦନ ଦେଇଛି । ଧରଣୀଧର ବିଶ୍ୱବିଦ୍ୟାଳୟର ଦକ୍ଷିଣ କ୍ୟାମ୍ପସରେ ଏହା ପ୍ରତିଷ୍ଠା ହେବ । ଏଥିପାଇଁ ୧୭୬.୮୩ କୋଟି ଟଙ୍କା ବ୍ୟୟ ହେବ । କ୍ରିଷ୍ଟାଲ ଇଣ୍ଟିଗ୍ରେଟେଡ ସର୍ଭିସେସ ଲିମିଟେଡକୁ ଏହି କାର୍ଯ୍ୟର ଦାୟିତ୍ୱ ଦିଆଯାଇଛି ।
Powered by Froala Editor