୧୮ ପର୍ଯ୍ୟନ୍ତ ବିଜୁଳି ଘଡ଼ଘଡ଼ି ସହିତ ବର୍ଷା ସମ୍ଭାବନା
ଭୁବନେଶ୍ବର : ଉତ୍ତର-ପଶ୍ଚିମ ବଙ୍ଗୋପସାଗରରେ ସକ୍ରିୟ ଘୂର୍ଣ୍ଣିବଳୟ କେନ୍ଦ୍ରଠାରୁ ଦକ୍ଷିଣ-ପଶ୍ଚିମ ବଙ୍ଗୋପସାଗର ସହ ମିଆଁମାର ଓ ଓଡ଼ିଶା ଉପକୂଳ ପର୍ଯ୍ୟନ୍ତ ଏକ ନିମ୍ନଚାପରେଖା ଲମ୍ବିଛି। ଏହାର ପ୍ରଭାବରେ ଆସନ୍ତା ୧୮ତାରିଖ ପର୍ଯ୍ୟନ୍ତ ରାଜ୍ୟର ବିଭିନ୍ନ ଅଞ୍ଚଳରେ ବିଜୁଳି ଘଡ଼ଘଡ଼ି ସହିତ ବର୍ଷାର ସମ୍ଭାବନା ରହିଛି। ପାଣିପାଗ ବିଭାଗର ପୂର୍ବାନୁମାନ ଅନୁଯାୟୀ, ଆସନ୍ତା ୨୪ଘଣ୍ଟା ମଧ୍ୟରେ ବାଲେଶ୍ବର, ଭଦ୍ରକ, ଯାଜପୁର, କେନ୍ଦ୍ରାପଡା, ଜଗତସିଂହପୁର, କଟକ, ଅନୁଗୋଳ, ଢେଙ୍କାନାଳ, କେନ୍ଦୁଝର, ମୟୂରଭଞ୍ଜ, ରାୟଗଡ଼ା, କୋରାପୁଟ, ମାଲକାନଗିରି, ଗଜପତି, ଗଞ୍ଜାମ, ପୁରୀ, ଖୋରଧା, ନୟାଗଡ଼ା ଜିଲାର କିଛି ଅଞ୍ଚଳରେ ବିଜୁଳି ଘଡଘଡି ସହିତ ବର୍ଷାର ସମ୍ଭାବନା ରହିଛି। ଉପରୋକ୍ତ ଜିଲାଗୁଡିକ ମଧ୍ୟରୁ କେତେକ ସ୍ଥାନେର ଘଣ୍ଟାପ୍ରତି ୩୦ରୁ ୪୦କି.ମି. ବେଗରେ ପବନ ବହିବାର ସମ୍ଭାବନା ଥିବାରୁ ପାଣିପାଗ ବିଭାଗ ପକ୍ଷରୁ ଏହିସବୁ ଜିଲାଗୁଡିକୁ ସତର୍କ ସୂଚନା ଜାରି କରାଯାଇଛି।
Powered by Froala Editor