Odisha News Lens 4.1

Top Menu

  • About
  • Contact

Main Menu

  • Home
  • ରାଜ୍ୟ
  • ରାଜନୀତି
  • ଦେଶ-ଦେଶାନ୍ତର
  • ଜିଲ୍ଲା ପରିକ୍ରମା
  • ଅପରାଧ
  • ମନୋରଞ୍ଜନ
  • ଖେଳ ଖବର
  • ବାଣିଜ୍ୟ
  • ବିଶେଷ
  • ପରିବେଶ
  • ତର୍ଜମା
  • ସଂସ୍କୃତି
READ NEWS IN ENGLISH ( ver.4.2) Thursday, October 15, 2026, Login
  • About
  • Contact

logo

Header Banner

Odisha News Lens 4.1

  • ରାଜ୍ୟ
  • ରାଜନୀତି
  • ଦେଶ-ଦେଶାନ୍ତର
  • ଜିଲ୍ଲା ପରିକ୍ରମା
  • ଅପରାଧ
  • ମନୋରଞ୍ଜନ
  • ଖେଳ ଖବର
  • ବାଣିଜ୍ୟ
  • ଅନ୍ୟାନ୍ୟ
    • ବିଶେଷ
    • ପରିବେଶ
    • ତର୍ଜମା
    • ସଂସ୍କୃତି
  • ସୁପ୍ରିମକୋର୍ଟଙ୍କ ଗୁରୁତ୍ୱପୂର୍ଣ୍ଣ ...

  • କଳାହାଣ୍ଡି ଓ ରାୟଗଡ଼ାରେ ନିର୍ଭରଯୋଗ୍ୟ ...

  • ଇମ୍ରାନ ଖାନଙ୍କୁ ଅକ୍ଟୋବର ୨୮ ସୁଦ୍ଧା ...

  • ୧୧ ବର୍ଷର ସମ୍ପର୍କ ଭାଙ୍ଗି ଚାଲିଗଲା ...

  • ଦୀପାବଳି ଉପହାର : ରେଳ କର୍ମଚାରୀଙ୍କୁ ୭୮ ...

  • ମିରଟ୍ ବ୍ଲୁ ଡ୍ରମ୍ ହତ୍ୟା ମାମଲା: ମୁସ୍କାନ ...

  • ମନ୍ତ୍ରୀ ପଦ ଓ ରାଜ୍ୟସଭା ସଦସ୍ୟ ପଦରୁ ...

  • ଗଙ୍ଗା ନଦୀରେ ବୁଡ଼ିଲା ଡଙ୍ଗା, ଚାଲିଗଲା 14 ...

  • ଜୟପୁର ବିମାନବନ୍ଦରରେ ହାଇଜାକ୍ ଆଲର୍ଟ: ...

  • କେନ୍ଦୁଝରରେ ଡିଜାଷ୍ଟର ରିକଭରି ଡାଟା ...

ରାଜ୍ୟ
Home ›› ରାଜ୍ୟ ››ସଡ଼କ ଦୁର୍ଘଟଣାକୁ ରୋକିବା ପାଇଁ ପଦକ୍ଷେପ ନେବାକୁ ମୁଖ୍ୟମନ୍ତ୍ରୀଙ୍କୁ ଚିଠି ଲେଖିଲେ ଧର୍ମେନ୍ଦ୍ର

ସଡ଼କ ଦୁର୍ଘଟଣାକୁ ରୋକିବା ପାଇଁ ପଦକ୍ଷେପ ନେବାକୁ ମୁଖ୍ୟମନ୍ତ୍ରୀଙ୍କୁ ଚିଠି ଲେଖିଲେ ଧର୍ମେନ୍ଦ୍ର

2026-10-15 11:58:21
14062
Share:
Facebook
Twitter
E-Mail
WhatsApp
Telegram
ସଡ଼କ ଦୁର୍ଘଟଣାକୁ ରୋକିବା ପାଇଁ ପଦକ୍ଷେପ ନେବାକୁ ମୁଖ୍ୟମନ୍ତ୍ରୀଙ୍କୁ ଚିଠି ଲେଖିଲେ ଧର୍ମେନ୍ଦ୍ର

ଭୁବନେଶ୍ୱର:  ରାଜ୍ୟର ବିଭିନ୍ନ ପ୍ରମୁଖ ଖଣି ଓ ଶିଳ୍ପାଞ୍ଚଳର ଜାତୀୟ ତଥା ରାଜ୍ୟ ରାଜପଥଗୁଡ଼ିକରେ ବାଣିଜ୍ୟିକ ଓ ବଡ଼ ବଡ଼ ଯାନଗୁଡ଼ିକର ବେଆଇନ ତଥା ବିପଦଜନକ ପାର୍କିଂ ଯୋଗୁଁ ବୃଦ୍ଧି ପାଉଥିବା ସଡ଼କ ଦୁର୍ଘଟଣାକୁ ରୋକିବା ପାଇଁ ପଦକ୍ଷେପ ନେବାକୁ ମୁଖ୍ୟମନ୍ତ୍ରୀ ଶ୍ରୀ ମୋହନ ଚରଣ ମାଝୀଙ୍କୁ ପତ୍ର ଲେଖିଛନ୍ତି ସମ୍ବଲପୁର ସାଂସଦ ଶ୍ରୀ ଧର୍ମେନ୍ଦ୍ର ପ୍ରଧାନ । 

ଶ୍ରୀ ପ୍ରଧାନ ତାଙ୍କ ପତ୍ରରେ ଉଲ୍ଲେଖ କରିଛନ୍ତି ଯେ ରାଜ୍ୟରେ ଖଣି ଓ ଶିଳ୍ପ କରିଡରଗୁଡ଼ିକରେ ଟ୍ରକଗୁଡ଼ିକ କିଲୋମିଟର କିଲୋମିଟର ପର୍ଯ୍ୟନ୍ତ ଧାଡ଼ି କରି ରାସ୍ତା ଉପରେ ବେଆଇନ ଓ ବିପଦଜନକ ପାର୍କିଂ କରୁଥିବାରୁ ସଡ଼କ ଦୁର୍ଘଟଣା ଦିନକୁ ଦିନ ବୃଦ୍ଧି ପାଉଛି । ବିଶେଷ ଭାବରେ ଜାତୀୟ ରାଜପଥ ଓ ରାଜ୍ୟ ରାଜପଥରେ ଏଭଳି ଘଟଣା ଦେଖିବାକୁ ମିଳୁଥିବା ବେଳେ ଖଣି କମ୍ପାନୀଗୁଡ଼ିକ ଦ୍ୱାରା ଲଜିଷ୍ଟିକ୍ସ ଶୃଙ୍ଖଳାର ଅଭାବ ଓ କିମ୍ବା ନିର୍ଦ୍ଦିଷ୍ଟ ପାର୍କିଂ ନଥିବାରୁ ସଡ଼କ ସୁରକ୍ଷା ପ୍ରତି ଏକ ଗୁରୁତର ବିପଦ ସୃଷ୍ଟି କରୁଛି ।  

ପ୍ରଥମତଃ, ମାନ୍ୟବର ସୁପ୍ରିମକୋର୍ଟ ସୁଓ ମୋଟୋ ମାମଲାରେ(Suo Moto W.P. (C) No. 9 of 2025) ଏପ୍ରିଲ ୧୩, ୨୦୨୬ ତାରିଖର ରିପୋର୍ଟେବଲ୍ ଆଦେଶରେ ସ୍ପଷ୍ଟ ଭାବରେ ରାୟ ଦେଇଛନ୍ତି ଯେ ସମ୍ବିଧାନର ଧାରା ୨୧ ଅନ୍ତର୍ଗତ ଜୀବନର ଅଧିକାର(Right to Life) ଏକ ଅଭିଚ୍ଛେଦ୍ୟ ଅଙ୍ଗ ହେଉଛି ରାଜପଥରେ ନିରାପଦ ଯାତାୟାତ । ସମ୍ବିଧାନର ଧାରା ୧୪୨ ଅଧୀନରେ ଥିବା କ୍ଷମତାର ବ୍ୟବହାର କରି ମାନ୍ୟବର ସର୍ବୋଚ୍ଚ ଅଦାଲତ ବାଧ୍ୟତାମୂଳକ ମଧ୍ୟବର୍ତ୍ତୀକାଳୀନ ନିର୍ଦ୍ଦେଶ ଜାରି କରିଛନ୍ତି ଯେ ନିର୍ଦ୍ଦିଷ୍ଟ ପାର୍କିଂ ରହଣୀ ବ୍ୟତୀତ କୌଣସି ଜାତୀୟ ରାଜପଥ ବା ଗାଡ଼ି ଚଳାଚଳ ପାଇଁ ଉଦ୍ଦିଷ୍ଟ ସ୍ଥାନରେ ବଡ ଓ ବାଣିଜ୍ୟିକ ଯାନ ପାର୍କିଂ କରିପାରିବେ ନାହିଁ । 

 ଦ୍ୱିତୀୟତଃ ରାଜ୍ୟର ନିଜସ୍ୱ ଓଡ଼ିଶା ରାଜ୍ୟ ରାଜପଥ କର୍ତ୍ତୃପକ୍ଷ ଆଇନ, ୨୦୨୫ ନିୟମ ଭଙ୍ଗ କରୁଥିବା ଡ୍ରାଇଭର, ପରିବହନ ଅପରେଟର ଏବଂ ଶିଳ୍ପ କମ୍ପାନୀଗୁଡ଼ିକ ବିରୁଦ୍ଧରେ କଠୋର ପ୍ରଶାସନିକ, ଆର୍ଥିକ ଏବଂ ଅପରାଧିକ ଦଣ୍ଡର ବ୍ୟବସ୍ଥା ରହିଛି । ସେକ୍ସନ ୨୮ ଅନୁଯାୟୀ ରାସ୍ତାରେ ବିପଦଜନକ ଭାବେ ଗାଡ଼ି ନେଉଥିବା ବ୍ୟକ୍ତିଙ୍କ ବିରୁଦ୍ଧରେ ୧,୦୦୦ ଟଙ୍କାରୁ ୫,୦୦୦ ଟଙ୍କା ପର୍ଯ୍ୟନ୍ତ ବାଧ୍ୟତାମୂଳକ ଜରିମାନା ଲଗାଇବା ଏବଂ ଯଦି ଗୋଟିଏ ମାସ ପରେ ଜରିମାନା ଆଦାୟ ନହୁଏ ତେବେ ଜବତ ଯାନଗୁଡ଼ିକୁ ନିଲାମ କରିବାର ଅଧିକାର ରହିଛି ।
ଏହାବ୍ୟତୀତ, ଆଇନର ସେକ୍ସନ ୭୨ ଓ ୭୩ ଅଧିକାରୀମାନଙ୍କୁ ପୂର୍ଣ୍ଣ କ୍ଷମତା ପ୍ରଦାନ କରିଥାଏ ଯେ, ସେମାନେ ନିୟମ ଉଲ୍ଲଂଘନ କରୁଥିବା ଗାଡ଼ିଗୁଡ଼ିକୁ ସେଥିରେ ଥିବା ମାଲପତ୍ର ସହିତ ଜବତ କରିବା ସହିତ ଘଣ୍ଟା ପ୍ରତି ପାର୍କିଂ ଶୁକ୍ଳ ମଧ୍ୟ ଆଦାୟ କରିପାରିବେ। ସେହିପରି ସେକ୍ସନ ୬୯ ଅନୁଯାୟୀ, ଅସୁରକ୍ଷିତ ଭାବେ ଗାଡ଼ି ଚାଳନା ଏବଂ ଓଭରଲୋଡିଂ କରୁଥିବା ବ୍ୟକ୍ତିଙ୍କ ପାଇଁ ଛଅ ମାସ ପର୍ଯ୍ୟନ୍ତ କାରାଦଣ୍ଡ ଏବଂ ୨୦,୦୦୦ ଟଙ୍କା ପର୍ଯ୍ୟନ୍ତ ଜରିମାନାର ବ୍ୟବସ୍ଥା ରହିଛି । ସବୁଠାରୁ ଗୁରୁତ୍ୱପୂର୍ଣ୍ଣ କଥା ହେଲା, ସେକ୍ସନ ୭୬ ସ୍ୱତନ୍ତ୍ର ଭାବରେ ଏହା ସ୍ଥିର କରିଥାଏ ଯେ, ଯଦି କମ୍ପାନୀଗୁଡ଼ିକର କର୍ପୋରେଟ୍ ଅବହେଳା କିମ୍ବା ପରିବହନ ଅବ୍ୟବସ୍ଥା (ଲଜିଷ୍ଟିକ୍ସ ମ୍ୟାନେଜମେଣ୍ଟରେ ତ୍ରୁଟି) ଯୋଗୁଁ ଏଭଳି ଅପରାଧ ଘଟେ, ତେବେ ସେହି କମ୍ପାନୀର ବ୍ୟାବସାୟିକ ଦାୟିତ୍ୱରେ ଥିବା ପ୍ରତ୍ୟେକ ଅଧିକାରୀ ବା ନିର୍ଦ୍ଦେଶକ ଦୋଷୀ ଭାବେ ବିବେଚିତ ହେବେ ଏବଂ ସେମାନଙ୍କ ବିରୁଦ୍ଧରେ ଦୃଢ଼ ଆଇନଗତ ମାମଲା ରୁଜୁ କରାଯିବ ।

ରାଜ୍ୟରେ ଶୃଙ୍ଖଳା ଫେରାଇ ଆଣିବା, ଜନସାଧାରଣଙ୍କ ସୁରକ୍ଷା ନିଶ୍ଚିତ କରିବା ଏବଂ ଦାୟିତ୍ୱବୋଧ କଡ଼ାକଡ଼ି କରିବା ପାଇଁ ଶ୍ରୀ ପ୍ରଧାନ ମୁଖ୍ୟମନ୍ତ୍ରୀଙ୍କ ହସ୍ତକ୍ଷେପ ଲୋଡିଛନ୍ତି । ଓଡ଼ିଶା ସରକାରଙ୍କ ସମସ୍ତ ସମ୍ପୃକ୍ତ ବିଭାଗକୁ ଜନସଚେତନତା ନୋଟିସ୍ ଜାରି କରିବା ସହ ସେକ୍ସନ ୭୨ ଅଧୀନରେ ଗାଡ଼ି ଜବତ କରିବାକୁ କଡ଼ା ନିର୍ଦ୍ଦେଶ ଦେବା ପାଇଁ ସେ ପତ୍ରରେ ଉଲ୍ଲେଖ କରିଛନ୍ତି । ଏହା ବ୍ୟତୀତ, ଯେଉଁ ଶିଳ୍ପ ଓ ଖଣି ସଂସ୍ଥାମାନଙ୍କର ପରିବହନ ଜାମ୍ ଯୋଗୁଁ ରାଜପଥରେ ଗାଡ଼ି ଭିଡ଼ ସୃଷ୍ଟି ହେଉଛି, ସେମାନଙ୍କ ବିରୁଦ୍ଧରେ ସେକ୍ସନ ୭୬ ଅନୁଯାୟୀ କର୍ପୋରେଟ୍ ଲାୟାବିଲିଟି ଲାଗୁ କରାଯିବା ଉଚିତ୍। ମାନବ ଜୀବନର ମୂଲ୍ୟ କୌଣସି ଶିଳ୍ପଗତ କିମ୍ବା ପ୍ରଶାସନିକ ଅସୁବିଧାଠାରୁ ଅଧିକ ନୁହେଁ। ଆଇନ ଭଙ୍ଗକାରୀଙ୍କ ବିରୁଦ୍ଧରେ ଦ୍ରୁତ ଏବଂ ଦଣ୍ଡମୂଳକ ଆଇନଗତ କାର୍ଯ୍ୟାନୁଷ୍ଠାନ ଗ୍ରହଣ କଲେ ଆମର ରାଜପଥଗୁଡ଼ିକ ବିପଦର କ କରିଡର ବଦଳରେ ପ୍ରଗତିର କରିଡର ହୋଇ ରହିବ ବୋଲି ଶ୍ରୀ ପ୍ରଧାନ ଆଶାବ୍ୟକ୍ତ କରିଛନ୍ତି ।

Powered by Froala Editor

Tags Dharmendra pradhan

Related articles Odisha News Lens 4.1

  • ଗଙ୍ଗା ନଦୀରେ ବୁଡ଼ିଲା ଡଙ୍ଗା, ଚାଲିଗଲା 14 ଜୀବନ
    ଦେଶ-ଦେଶାନ୍ତର

    ଗଙ୍ଗା ନଦୀରେ ବୁଡ଼ିଲା ଡଙ୍ଗା, ଚାଲିଗଲା 14 ଜୀବନ

    15019
    Oct 14, 2026
  •  ସୁପ୍ରିମକୋର୍ଟଙ୍କ ଗୁରୁତ୍ୱପୂର୍ଣ୍ଣ ରାୟ: ଧର୍ମ ପରିବର୍ତ୍ତନ କଲାମାତ୍ରେ ସଂରକ୍ଷଣର ...
    ଦେଶ-ଦେଶାନ୍ତର

    ସୁପ୍ରିମକୋର୍ଟଙ୍କ ଗୁରୁତ୍ୱପୂର୍ଣ୍ଣ ରାୟ: ଧର୍ମ ପରିବର୍ତ୍ତନ କଲାମାତ୍ରେ ସଂରକ୍ଷଣର ...

    15200
    Oct 15, 2026
  • ୧୧ ବର୍ଷର ସମ୍ପର୍କ ଭାଙ୍ଗି ଚାଲିଗଲା ଷ୍ଟେଫି
    ଦେଶ-ଦେଶାନ୍ତର

    ୧୧ ବର୍ଷର ସମ୍ପର୍କ ଭାଙ୍ଗି ଚାଲିଗଲା ଷ୍ଟେଫି

    13566
    Oct 15, 2026
  • ଦୀପାବଳି ଉପହାର : ରେଳ କର୍ମଚାରୀଙ୍କୁ ୭୮ ଦିନର ବୋନସ୍
    ଦେଶ-ଦେଶାନ୍ତର

    ଦୀପାବଳି ଉପହାର : ରେଳ କର୍ମଚାରୀଙ୍କୁ ୭୮ ଦିନର ବୋନସ୍

    14980
    Oct 15, 2026
  • କଳାହାଣ୍ଡି ଓ ରାୟଗଡ଼ାରେ ନିର୍ଭରଯୋଗ୍ୟ ଆଲୋକ ଓ ପାନୀୟ ଜଳ ବ୍ୟବସ୍ଥା ପାଇଁ ବେଦାନ୍ତ ...
    ବାଣିଜ୍ୟ

    କଳାହାଣ୍ଡି ଓ ରାୟଗଡ଼ାରେ ନିର୍ଭରଯୋଗ୍ୟ ଆଲୋକ ଓ ପାନୀୟ ଜଳ ବ୍ୟବସ୍ଥା ପାଇଁ ବେଦାନ୍ତ ...

    14068
    Oct 15, 2026
  • ମିରଟ୍ ବ୍ଲୁ ଡ୍ରମ୍ ହତ୍ୟା ମାମଲା: ମୁସ୍କାନ ରସ୍ତୋଗୀ ଓ ପ୍ରେମିକଙ୍କୁ ମୃତ୍ୟୁଦଣ୍ଡ
    ଅପରାଧ

    ମିରଟ୍ ବ୍ଲୁ ଡ୍ରମ୍ ହତ୍ୟା ମାମଲା: ମୁସ୍କାନ ରସ୍ତୋଗୀ ଓ ପ୍ରେମିକଙ୍କୁ ମୃତ୍ୟୁଦଣ୍ଡ

    15256
    Oct 15, 2026
  • ମନ୍ତ୍ରୀ ପଦ ଓ ରାଜ୍ୟସଭା ସଦସ୍ୟ ପଦରୁ ଇସ୍ତଫା ଦେଲେ ସଂସଦୀୟ ବ୍ୟାପାର ...
    ଦେଶ-ଦେଶାନ୍ତର

    ମନ୍ତ୍ରୀ ପଦ ଓ ରାଜ୍ୟସଭା ସଦସ୍ୟ ପଦରୁ ଇସ୍ତଫା ଦେଲେ ସଂସଦୀୟ ବ୍ୟାପାର ...

    13642
    Oct 14, 2026
  • କେନ୍ଦୁଝରରେ ଡିଜାଷ୍ଟର ରିକଭରି ଡାଟା ସେଣ୍ଟର ପ୍ରସ୍ତାବକୁ କ୍ୟାବିନେଟ ମୋହର
    ଦେଶ-ଦେଶାନ୍ତର

    କେନ୍ଦୁଝରରେ ଡିଜାଷ୍ଟର ରିକଭରି ଡାଟା ସେଣ୍ଟର ପ୍ରସ୍ତାବକୁ କ୍ୟାବିନେଟ ମୋହର

    13959
    Oct 14, 2026
  • ଜୟପୁର ବିମାନବନ୍ଦରରେ ହାଇଜାକ୍ ଆଲର୍ଟ: ଜରୁରୀକାଳୀନ ଅବତରଣ କଲା ଏୟାର ଇଣ୍ଡିଆ ବିମାନ
    ଦେଶ-ଦେଶାନ୍ତର

    ଜୟପୁର ବିମାନବନ୍ଦରରେ ହାଇଜାକ୍ ଆଲର୍ଟ: ଜରୁରୀକାଳୀନ ଅବତରଣ କଲା ଏୟାର ଇଣ୍ଡିଆ ବିମାନ

    15694
    Oct 14, 2026

ଆପଣ ଆଗ୍ରହୀ ହୋଇପାରନ୍ତି

  • ଦେଶ-ଦେଶାନ୍ତର

    ଦୀପାବଳି ଉପହାର : ରେଳ କର୍ମଚାରୀଙ୍କୁ ୭୮ ଦିନର ବୋନସ୍

    14980
    Oct 15, 2026
  • ଦେଶ-ଦେଶାନ୍ତର

    ସୁପ୍ରିମକୋର୍ଟଙ୍କ ଗୁରୁତ୍ୱପୂର୍ଣ୍ଣ ରାୟ: ଧର୍ମ ପରିବର୍ତ୍ତନ କଲାମାତ୍ରେ ସଂରକ୍ଷଣର ଅଧିକାର ଶେଷ ହୋଇଯାଏ

    15200
    Oct 15, 2026
  • ଦେଶ-ଦେଶାନ୍ତର

    ଗଙ୍ଗା ନଦୀରେ ବୁଡ଼ିଲା ଡଙ୍ଗା, ଚାଲିଗଲା 14 ଜୀବନ

    15019
    Oct 14, 2026

Advertisement

ସଂସ୍କୃତି

ରବୀନ୍ଦ୍ର ମଣ୍ଡପଠାରେ "ନୃତ୍ୟାଞ୍ଜଳୟ ଉତ୍ସବ-୨୦୨୨" ଅନୁଷ୍ଠିତ

ଭୁବନେଶ୍ୱର, ୧୫/୦୫ (ନି.ପ୍ର.): ସ୍ଥାନୀୟ ରବୀନ୍ଦ୍ର ମଣ୍ଡପଠାରେ "ନୃତ୍ୟାଞ୍ଜଳୟ ଉତ୍ସବ-୨୦୨୨" ଅନୁଷ୍ଠିତ ହୋଇଯାଇଛି । କାର୍ଯ୍ୟକ୍ରମରେ ମୁଖ୍ୟ ଅତିଥି ଭାବେ ଧର୍ମଶାଳା ବିଧାୟକ ସ୍ଵାଧୀନ ହିମାଂଶୁ ଶେଖର ସାହୁ, ପଦ୍ମଶ୍ରୀ ଗୁରୁ କୁମକୁମ ମହାନ୍ତି, ଓଡ଼ିଆ ଭାଷା, ସାହିତ୍ୟ ଓ ସଂସ୍କୃତି ବିଭାଗର ଉପ-ନିର୍ଦ୍ଦେଶିକା ଶ୍ରୀମ ...

  • ଓଡ଼ିଶାଲିଙ୍କ୍ସର ୮ମ ସ୍ଵନକ୍ଷତ୍ର, ଲୁହରେ ଭିଜାଇଲା ମହାପ୍ରଭୁ ଶ୍ରୀଜଗନ୍ନାଥଙ୍କ ଭକ୍ତି ଆଧାରିତ ନାଟକ ‘ଅଦୃଶ୍ୟ ଜଗନ୍ନାଥ‘

    17182
    Jun 25, 2025
  • ୨୯ ତମ ଓଏମ୍‌ସି. ଗୁରୁ କେଳୁଚରଣ ମହାପାତ୍ର ପୁରସ୍କାର ଉତ୍ସବ ଉଦ୍‍ଯାପିତ

    17875
    Sep 10, 2023
  • ୨୯ ତମ ଓଏମ୍‌ସି ଗୁରୁ କେଳୁଚରଣ ମହାପାତ୍ର ପୁରସ୍କାର ଉତ୍ସବର ଚତୁର୍ଥ ସଂଧ୍ୟାରେ କୁଚିପୁଡ଼ି ନୃତ୍ୟ ସାଙ୍ଗକୁ ତବଲା ବାଦରେ ଦର୍ଶକ ବିଭୋର

    17825
    Sep 09, 2023
  • କଥକ ଶାସ୍ତ୍ରୀୟ ନୃତ୍ୟ ସହିତ ହିନ୍ଦୁସ୍ଥାନୀ କଣ୍ଠ ସଙ୍ଗୀତରେ ଦର୍ଶକ ବିଭୋର

    18245
    Sep 06, 2023

ବିଶେଷ

  • ମୂଳାଷ୍ଟମୀ କାହିଁକି ହୁଏ ପାଳନ, କ'ଣ ରହିଛି ତାତ୍ପର୍ଯ୍ୟ ଜାଣନ୍ତୁ.....

    14591
    Oct 06, 2026
  • କେଶ ପାଇଁ ବ୍ୟବହାର କରନ୍ତୁ ଅଣ୍ଡା ତେଲ

    14696
    Oct 04, 2026
  • ଏମିତି ଘରକୁ ରଖନ୍ତୁ ଥଣ୍ଡା.....

    15701
    Sep 29, 2026
  • ବାରମ୍ବାର ରୋଗ ଗ୍ରସ୍ତ ହେଉଥିଲେ କରନ୍ତୁ ଏହି ଉପାୟ.......

    14375
    Sep 27, 2026
  • ଘରୁ ବାହାରକୁ ଗଲେ କାର୍ଯ୍ୟରେ ସଫଳତା ପ୍ରାପ୍ତି ପାଇଁ କରନ୍ତୁ ଏହି ଉପାୟ, ମିଳିବ ସଫଳତା

    16109
    Sep 23, 2026

ବାଣିଜ୍ୟ

କଳାହାଣ୍ଡି ଓ ରାୟଗଡ଼ାରେ ନିର୍ଭରଯୋଗ୍ୟ ଆଲୋକ ଓ ପାନୀୟ ଜଳ ବ୍ୟବସ୍ଥା ପାଇଁ ବେଦାନ୍ତ ଆଲୁମିନିୟମ୍ ଦ୍ୱାରା ସୌର ଭିତ୍ତିଭୂମି ସ୍ଥାପନ

ଅନେକ ଗ୍ରାମରେ ସୌର ଶକ୍ତି ଚାଳିତ ପାନୀୟ ଜଳ ସୁବିଧା ସହିତ କଳାହାଣ୍ଡି ଏବଂ ରାୟଗଡ଼ାରେ ୧୪୬ରୁ ଅଧିକ ସୌର ଶକ୍ତି ଚାଳିତ ଷ୍ଟ୍ରିଟ୍ ଲାଇଟ୍ ଲଗାଯାଇଛି

ଭୁବନେଶ୍ୱର: ଭାରତର ସର୍ବବୃହତ ଆଲୁମିନିୟମ ଉତ୍ପା ...

  • BSE ସେନ୍‌ସେକ୍ସ ୧୧୦୯ ପଏଣ୍ଟ ବଢ଼ିଲା

    13783
    Oct 14, 2026
  • ବେଦାନ୍ତ ଆଲୁମିନିୟମ ୧୦୦ରୁ ଅଧିକ ଏସ୍ଏଚ୍‍ଜି ମହିଳାମାନଙ୍କୁ ଲାଞ୍ଜିଗଡ଼ରେ ମାଣ୍ଡିଆ ଭିତ୍ତିକ ଉଦ୍ୟୋଗୀ ସୁବିଧା ଯୋଗାଇ ଦେଇଛି

    15095
    Oct 09, 2026
  • ଡଲାର ତୁଳନାରେ ଟଙ୍କା ବିନିମୟ ଦୁର୍ବଳ

    15805
    Oct 08, 2026
  • ରେପୋ ରେଟ୍‌ ୨୫ ବେସିସ୍‌ ପଏଣ୍ଟ ବୃଦ୍ଧି

    15039
    Oct 08, 2026

ଅନଲାଇନ୍ ସଂଯୋଗ

  • 67944
    Followers
  • 227640
    Likes
  • 54300
    Subscribers

Subscribe to our Newsletter

Sign up to receive email updates and to hear what's going on with our magazine!

logo

ଆଜିକାଲି, ମୁଦ୍ରିତ ଖବରକାଗଜ ପଢିବା ପାଇଁ ଲୋକଙ୍କ ପାଖରେ ପର୍ଯ୍ୟାପ୍ତ ସମୟ ନାହିଁ, ଯାହା ଗତକାଲିର ସାଧାରଣ ଘଟଣାକୁ କଭର୍ କରିଥାଏ, ତେଣୁ ସର୍ବଶେଷ ଖବର ପାଇବା ପାଇଁ ସେମାନେ ସର୍ବଦା ୱେବ୍ ପୋର୍ଟାଲ୍ କିମ୍ବା ଇଲେକ୍ଟ୍ରୋନିକ୍ ମିଡିଆ ଅନୁସରଣ କରିବାକୁ ଆଗ୍ରହୀ ଅଟନ୍ତି |

ଆମର ଅନଲାଇନ୍ ନ୍ୟୁଜ୍ ପୋର୍ଟାଲ୍ ସମଗ୍ର ବିଶ୍ୱରେ ସର୍ବଶେଷ ଅଦ୍ୟତନ, ସାମ୍ପ୍ରତିକ ଘଟଣା ସହିତ ଲୋକଙ୍କୁ ଶିକ୍ଷା ଏବଂ ସୂଚନା ଦେବାରେ ଏକ ପ୍ରମୁଖ ଭୂମିକା ଗ୍ରହଣ କରିଥାଏ |

  • ଖବର

  • ଇମ୍ରାନ ଖାନଙ୍କୁ ଅକ୍ଟୋବର ୨୮ ସୁଦ୍ଧା ଭାରତ ଛାଡିବାକୁ ନିର୍ଦ୍ଦେଶ

    14384
    Oct 15, 2026
  • ସୁପ୍ରିମକୋର୍ଟଙ୍କ ଗୁରୁତ୍ୱପୂର୍ଣ୍ଣ ରାୟ: ଧର୍ମ ପରିବର୍ତ୍ତନ କଲାମାତ୍ରେ ସଂରକ୍ଷଣର ଅଧିକାର ଶେଷ ହୋଇଯାଏ

    15200
    Oct 15, 2026
  • ଜୟପୁର ବିମାନବନ୍ଦରରେ ହାଇଜାକ୍ ଆଲର୍ଟ: ଜରୁରୀକାଳୀନ ଅବତରଣ କଲା ଏୟାର ଇଣ୍ଡିଆ ବିମାନ

    15694
    Oct 14, 2026

About Us

  • Bhubaneswar, Odisha, India
  • 0 00000 000 00
  • odishanewslens@gmail.com

Follow us

  • Home
  • Contact Us
  • About Us
© Copyright Odisha News Lens 4.1. All rights reserved. in association with Konect.In