ଦୁଇ ଦିନିଆ ଓଡ଼ିଶା ଗସ୍ତରେ ଆସୁଛନ୍ତି ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ
ଭୁବନେଶ୍ଵର : ଦୁଇ ଦିନିଆ ଓଡ଼ିଶା ଗସ୍ତରେ ଆସୁଛନ୍ତି ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ । ୨୮ରୁ ୨୯ ତାରିଖ ଯାଏଁ ସେ ଓଡ଼ିଶା ଗସ୍ତରେ ଆସିବେ । ରାଷ୍ଟ୍ରପତିଙ୍କ ଏହି ଦୁଇ ଦିନିଆ କାର୍ଯ୍ୟକ୍ରମରେ ମୟୁରଭଞ୍ଜରେ ଆୟୋଜିତ ହେବାକୁ ଥିବା ମେଗା ଆଇ କ୍ୟାମ୍ପ ଶିବିରରେ ଯୋଗଦେବେ । ଏହା ସହିତ ତାଙ୍କର ପାହାଡ଼ପୁର ଯିବାର କାର୍ଯ୍ୟକ୍ରମ ରହିଛି । ଏହି ଅବସରରେ ମହାମହିମ ମା' କିଚକେଶ୍ୱରୀ ମନ୍ଦିର ଯାଇ ମା'ଙ୍କୁ ଦର୍ଶନ କରିବେ । ଏନେଇ ମୟୁରଭଞ୍ଜ ସାଂସଦ ନବ ଚରଣ ମାଝୀ ସୂଚନା ଦେଇଛନ୍ତି । ଏହି ଦୁଇ ଦିନିଆ ଗସ୍ତକୁ ଦୃଷ୍ଟିରେ ରଖି ସୁରକ୍ଷା, ଯାତାୟାତ ଓ ଅନ୍ୟାନ୍ୟ ଆନୁଷଙ୍ଗିକ ବ୍ୟବସ୍ଥାର ପ୍ରସ୍ତୁତି ସମୀକ୍ଷା କରାଯିବ ।
Powered by Froala Editor