Odisha News Lens 4.1

Top Menu

  • About
  • Contact

Main Menu

  • Home
  • ରାଜ୍ୟ
  • ରାଜନୀତି
  • ଦେଶ-ଦେଶାନ୍ତର
  • ଜିଲ୍ଲା ପରିକ୍ରମା
  • ଅପରାଧ
  • ମନୋରଞ୍ଜନ
  • ଖେଳ ଖବର
  • ବାଣିଜ୍ୟ
  • ବିଶେଷ
  • ପରିବେଶ
  • ତର୍ଜମା
  • ସଂସ୍କୃତି
READ NEWS IN ENGLISH ( ver.4.2) Sunday, October 18, 2026, Login
  • About
  • Contact

logo

Header Banner

Odisha News Lens 4.1

  • ରାଜ୍ୟ
  • ରାଜନୀତି
  • ଦେଶ-ଦେଶାନ୍ତର
  • ଜିଲ୍ଲା ପରିକ୍ରମା
  • ଅପରାଧ
  • ମନୋରଞ୍ଜନ
  • ଖେଳ ଖବର
  • ବାଣିଜ୍ୟ
  • ଅନ୍ୟାନ୍ୟ
    • ବିଶେଷ
    • ପରିବେଶ
    • ତର୍ଜମା
    • ସଂସ୍କୃତି
  • ଦୁର୍ଗା ପୂଜା ମଣ୍ଡପରେ ଦଳାଚକଟାରେ ୧୯ ...

  • ୫ ଦିନ ଭିତରେ ପ୍ରେସ୍ ସଚିବ କେଟି ...

  • ୨୩ରେ ଇଡି କାର୍ଯ୍ୟାଳୟରେ ଉପସ୍ଥିତ ...

  • ଏହି ପାଣି ପିଅନ୍ତୁ ରହିବ ପେଟ ଥଣ୍ଡା

  • ଆମେରିକାରେ ୩୦ ହଜାର ଭାରତୀୟ ଶ୍ରମିକ ...

  • ସେନାକୁ ବଡ଼ ଧରଣର ସଫଳତା: ଦୁଇ ଆତଙ୍କବାଦୀ ...

  • ଟାରିଫ୍ ନିୟମ କୋହଳ: ଭାରତ ଉପରେ ଲାଗିବନି ...

  • ଇଣ୍ଟରନେଟ୍ ବ୍ୟବହାର ପ୍ରତ୍ୟେକ ...

  • ‘ଆର୍ସି-୧୭’ରେ ରାମ ଚରଣଙ୍କ ସହ ସ୍କ୍ରିନ୍ ...

  • ୭୫ ବର୍ଷ ବୃଦ୍ଧଙ୍କ ସହ ନିର୍ବନ୍ଧ କଲେ ୩୦ ...

ରାଜ୍ୟ
Home ›› ରାଜ୍ୟ ››ଓଡ଼ିଶା ହାଇକୋର୍ଟଙ୍କ ଗୁରୁତ୍ବପୂର୍ଣ୍ଣ ରାୟ: ଗୋଟିଏ ରାଜ୍ୟରେ ଥିବା ଜାତିଗତ ମାନ୍ୟତା ଅନ୍ୟ ରାଜ୍ୟରେ ସ୍ବତଃ ଲାଗୁ ହୋଇପାରିବ ନାହିଁ

ଓଡ଼ିଶା ହାଇକୋର୍ଟଙ୍କ ଗୁରୁତ୍ବପୂର୍ଣ୍ଣ ରାୟ: ଗୋଟିଏ ରାଜ୍ୟରେ ଥିବା ଜାତିଗତ ମାନ୍ୟତା ଅନ୍ୟ ରାଜ୍ୟରେ ସ୍ବତଃ ଲାଗୁ ହୋଇପାରିବ ନାହିଁ

2026-10-18 05:53:32
14589
Share:
Facebook
Twitter
E-Mail
WhatsApp
Telegram
ଓଡ଼ିଶା ହାଇକୋର୍ଟଙ୍କ ଗୁରୁତ୍ବପୂର୍ଣ୍ଣ ରାୟ:  ଗୋଟିଏ ରାଜ୍ୟରେ ଥିବା ଜାତିଗତ ମାନ୍ୟତା ଅନ୍ୟ ରାଜ୍ୟରେ ସ୍ବତଃ ଲାଗୁ ହୋଇପାରିବ ନାହିଁ

କଟକ: ରାଜ୍ୟ ବାହାରୁ ଆସିଥିବା ବ୍ୟକ୍ତିଙ୍କ ଜାତିଗତ ସ୍ଥିତି (କାଷ୍ଟ ଷ୍ଟାଟସ) ଏବଂ ଜମି ହସ୍ତାନ୍ତର ଅନୁମତି ପ୍ରସଙ୍ଗରେ ଓଡ଼ିଶା ହାଇକୋର୍ଟ ଏକ ଗୁରୁତ୍ବପୂର୍ଣ୍ଣ ରାୟ ପ୍ରଦାନ କରିଛନ୍ତି। ସମ୍ବିଧାନ ଅନୁଯାୟୀ ଅନୁସୂଚିତ ଜାତି (ଏସସି) ଓ ଅନୁସୂଚିତ ଜନଜାତି (ଏସଟି) ତାଲିକା ରାଜ୍ୟଭିତ୍ତିକ; ତେଣୁ ଗୋଟିଏ ରାଜ୍ୟରେ ଥିବା ଜାତିଗତ ମାନ୍ୟତା ଅନ୍ୟ ରାଜ୍ୟରେ ସ୍ବତଃ ଲାଗୁ ହୋଇପାରିବ ନାହିଁ। ଏପରିକି ଗୋଟିଏ ରାଜ୍ୟରେ ଅନୁସୂଚିତ ଜାତି (ଏସସି) ଭାବେ ମାନ୍ୟତା ପାଇଥିବା ସମ୍ପ୍ରଦାୟର ସମାନ ନାମ ଅନ୍ୟ ରାଜ୍ୟର ଅନୁସୂଚିତ ଜନଜାତି (ଏସଟି) ତାଲିକାରେ ଥିଲେ ମଧ୍ୟ ସମ୍ପୃକ୍ତ ବ୍ୟକ୍ତିଙ୍କୁ ସେଠାରେ ସ୍ୱତଃ ଏସ୍‌ଟି ବୋଲି ଗ୍ରହଣ କରାଯାଇପାରିବ ନାହିଁ ବୋଲି ଓଡ଼ିଶା ହାଇକୋର୍ଟ ସ୍ପଷ୍ଟ କରିଛନ୍ତି। ବିଚାରପତି ଜଷ୍ଟିସ୍‌ ଶଶିକାନ୍ତ ମିଶ୍ରଙ୍କ ପୀଠ ବିନୟ କୃଷ୍ଣ ଦାସଙ୍କ ଆବେଦନକୁ ଗ୍ରହଣ କରି ମୟୂରଭଞ୍ଜ ଅତିରିକ୍ତ ଜିଲାପାଳଙ୍କ ନିର୍ଦେଶକୁ ରଦ୍ଦ କରିଛନ୍ତି ଏବଂ ଆବେଦନକାରୀଙ୍କ ଜମି ଦଲିଲ ତିନିଦିନ ମଧ୍ୟରେ ପଞ୍ଜୀକରଣ କରିବାକୁ କୁଳିଅଣା ସବ୍‌-ରେଜିଷ୍ଟ୍ରାରଙ୍କୁ ଆଦେଶ ଦେଇଛନ୍ତି।

ମାମଲାର ବିବରଣୀ ଅନୁଯାୟୀ, ଝାଡ଼ଖଣ୍ଡର ବାସିନ୍ଦା ତଥା ବାରିପଦାରେ ବ୍ୟବସାୟ ସୂତ୍ରରେ ରହୁଥିବା ବିନୟ କୃଷ୍ଣ ଦାସ ମୟୂରଭଞ୍ଜ ଜିଲା କୁଳିଅଣା ତହସିଲ ଅନ୍ତର୍ଗତ ଗଙ୍ଗରାଜ ମୌଜାରେ ୧୪ ଡିସିମିଲ ଜମିର ମାଲିକ ଥିଲେ। ସେ ଝାଡ଼ଖଣ୍ଡରେ ‘ଭୂଇଆ’ ଜାତିର ହୋଇଥିବାରୁ ସେଠାରେ ଅନୁସୂଚିତ ଜାତି (ଏସସି) ଶ୍ରେଣୀଭୁକ୍ତ। ନିଜର ଚିକିତ୍ସା ଖର୍ଚ୍ଚ ଏବଂ ଋଣ ପରିଶୋଧ କରିବା ଲାଗି ସେ ଉକ୍ତ ଜମିକୁ ମାନସ ରଞ୍ଜନ ସେଠୀ ନାମକ ଜଣେ ବ୍ୟକ୍ତିଙ୍କୁ ୧୦ ଲକ୍ଷ ଟଙ୍କାରେ ବିକ୍ରି କରିବାକୁ ଚୁକ୍ତି କରି ୨୦୨୬ ମାର୍ଚ୍ଚ ୧୭ରେ କୁଳିଅଣା ସବ୍-ରେଜିଷ୍ଟ୍ରାରଙ୍କ ନିକଟରେ ସେଲ୍ ଡିଡ୍ ଦାଖଲ କରିଥିଲେ; ମାତ୍ର ସବ୍-ରେଜିଷ୍ଟ୍ରାର ଦଲିଲ ପଞ୍ଜୀକରଣ କରିବାକୁ ମନା କରିଦେଇଥିଲେ। ପରବର୍ତ୍ତୀ ସମୟରେ ମୟୂରଭଞ୍ଜ ଜିଲା ରେଜିଷ୍ଟ୍ରାର ୨୦୨୬ ଏପ୍ରିଲ ୨୩ରେ ଆବେଦନକାରୀଙ୍କୁ ଜଣାଇଥିଲେ ଯେ, ଓଡ଼ିଶାରେ ‘ଭୂଇଆ’ ଜାତି ଅନୁସୂଚିତ ଜନଜାତି (ଏସଟି) ତାଲିକାଭୁକ୍ତ; ତେଣୁ ଓଡ଼ିଶା ରେଗୁଲେସନ ୨/୧୯୫୬ ଅନୁଯାୟୀ ପ୍ରକୃତ କର୍ତ୍ତୃପକ୍ଷଙ୍କଠାରୁ ଅନୁମତି ବିନା ଏହି ଜମି ବିକ୍ରି ହୋଇପାରିବ ନାହିଁ। ଉକ୍ତ ନିଷ୍ପତ୍ତି ବିରୋଧରେ ଆବେଦନକାରୀ ହାଇକୋର୍ଟଙ୍କ ଦ୍ୱାରସ୍ଥ ହୋଇ ଯୁକ୍ତି ବାଢ଼ିଥିଲେ ଯେ ସେ ଝାଡ଼ଖଣ୍ଡର ଏସସି ହୋଇଥିବାରୁ ଏବଂ କ୍ରେତା ମଧ୍ୟ ଏସସି ବର୍ଗର ହୋଇଥିବାରୁ କୌଣସି ଅନୁମତିର ଆବଶ୍ୟକତା ନାହିଁ। ଅପରପକ୍ଷରେ ସରକାରୀ ପକ୍ଷ ଯୁକ୍ତି ଦର୍ଶାଇଥିଲେ ଯେ ଓଡ଼ିଶାରେ ‘ଭୂଇଆ’ ଜନଜାତି ଅନ୍ତର୍ଭୁକ୍ତ ହୋଇଥିବାରୁ ଏସଟି ଅନୁମତି ବାଧ୍ୟତାମୂଳକ। ହାଇକୋର୍ଟ ମାମଲାର ବିଚାର କରି କହିଛନ୍ତି ଯେ କୌଣସି ବ୍ୟକ୍ତି ରାଜ୍ୟ ବାହାରକୁ ସ୍ଥାନାନ୍ତରିତ ହେଲେ ତାଙ୍କ ଜାତିଗତ ସ୍ୱତନ୍ତ୍ର ଅଧିକାର ବା ମାନ୍ୟତା ସାଙ୍ଗରେ ଯାଇନଥାଏ। ଅନୁରୂପ ଭାବେ କେବଳ ନାମ ଏକା ଥିବା କାରଣରୁ ସେ ଓଡ଼ିଶାରେ ମଧ୍ୟ ମନକୁ ମନ ଅନୁସୂଚିତ ଜନଜାତି (ଏସଟି) ମଧ୍ୟ ହୋଇପାରିବେ ନାହିଁ, କାରଣ ରାଷ୍ଟ୍ରପତିଙ୍କ ଏସଟି ତାଲିକା କେବଳ ଓଡ଼ିଶାର ମୂଳ ବାସିନ୍ଦାଙ୍କ ପାଇଁ ଉଦ୍ଦିଷ୍ଟ; ପରିଣାମସ୍ବରୂପ ଆବେଦନକାରୀ ଓଡ଼ିଶା ଲାଗି ଏସସି କିମ୍ବା ଏସଟି କୌଣସି ବର୍ଗଭୁକ୍ତ ନୁହନ୍ତି। ଏହି ଆଧାରରେ ତାଙ୍କ କ୍ଷେତ୍ରରେ ରେଗୁଲେସନ ୨/୧୯୫୬ କିମ୍ବା ଓଏଲଆର ଆଇନର ଧାରା ୨୨ ଲାଗୁ ହେବ ନାହିଁ ଏବଂ ଜମି ବିକ୍ରି ପାଇଁ କୌଣସି ଅନୁମତି ଲୋଡ଼ା ନାହିଁ। 

Powered by Froala Editor

Tags highcourt

Related articles Odisha News Lens 4.1

  • ୫ ଦିନ ଭିତରେ ପ୍ରେସ୍ ସଚିବ କେଟି ଜାକାରିଆଙ୍କୁ ପଦରୁ ହଟାଇଲେ ଟ୍ରମ୍ପ
    ଦେଶ-ଦେଶାନ୍ତର

    ୫ ଦିନ ଭିତରେ ପ୍ରେସ୍ ସଚିବ କେଟି ଜାକାରିଆଙ୍କୁ ପଦରୁ ହଟାଇଲେ ଟ୍ରମ୍ପ

    13833
    Oct 18, 2026
  • ଟାରିଫ୍ ନିୟମ କୋହଳ: ଭାରତ ଉପରେ ଲାଗିବନି ୧୦୦ ପ୍ରତିଶତ ଶୁଳ୍କ
    ଦେଶ-ଦେଶାନ୍ତର

    ଟାରିଫ୍ ନିୟମ କୋହଳ: ଭାରତ ଉପରେ ଲାଗିବନି ୧୦୦ ପ୍ରତିଶତ ଶୁଳ୍କ

    14998
    Oct 17, 2026
  • ୭୫ ବର୍ଷ ବୃଦ୍ଧଙ୍କ ସହ ନିର୍ବନ୍ଧ କଲେ ୩୦ ବର୍ଷୀୟ ବ୍ଲଗର
    ଦେଶ-ଦେଶାନ୍ତର

    ୭୫ ବର୍ଷ ବୃଦ୍ଧଙ୍କ ସହ ନିର୍ବନ୍ଧ କଲେ ୩୦ ବର୍ଷୀୟ ବ୍ଲଗର

    13792
    Oct 17, 2026
  • ଏହି ପାଣି ପିଅନ୍ତୁ ରହିବ ପେଟ ଥଣ୍ଡା
    ବିଶେଷ

    ଏହି ପାଣି ପିଅନ୍ତୁ ରହିବ ପେଟ ଥଣ୍ଡା

    14222
    Oct 18, 2026
  • ‘ଆର୍ସି-୧୭’ରେ ରାମ ଚରଣଙ୍କ ସହ ସ୍କ୍ରିନ୍ ଶେୟାର୍ କରିବେ ସାରା ଅର୍ଜୁନ
    ମନୋରଞ୍ଜନ

    ‘ଆର୍ସି-୧୭’ରେ ରାମ ଚରଣଙ୍କ ସହ ସ୍କ୍ରିନ୍ ଶେୟାର୍ କରିବେ ସାରା ଅର୍ଜୁନ

    15564
    Oct 17, 2026
  •  ଦୁର୍ଗା ପୂଜା ମଣ୍ଡପରେ ଦଳାଚକଟାରେ ୧୯ ଜଣଙ୍କ ମୃତ୍ୟୁ, ୭ ଗିରଫ
    ଦେଶ-ଦେଶାନ୍ତର

    ଦୁର୍ଗା ପୂଜା ମଣ୍ଡପରେ ଦଳାଚକଟାରେ ୧୯ ଜଣଙ୍କ ମୃତ୍ୟୁ, ୭ ଗିରଫ

    13794
    Oct 18, 2026
  • ସେନାକୁ ବଡ଼ ଧରଣର ସଫଳତା: ଦୁଇ ଆତଙ୍କବାଦୀ ନିହତ
    ଦେଶ-ଦେଶାନ୍ତର

    ସେନାକୁ ବଡ଼ ଧରଣର ସଫଳତା: ଦୁଇ ଆତଙ୍କବାଦୀ ନିହତ

    14885
    Oct 17, 2026
  • ଇଣ୍ଟରନେଟ୍ ବ୍ୟବହାର ପ୍ରତ୍ୟେକ ବ୍ୟକ୍ତିଙ୍କର ଏକ ମୌଳିକ ଅଧିକାର: ସୁପ୍ରିମକୋର୍ଟ
    ଦେଶ-ଦେଶାନ୍ତର

    ଇଣ୍ଟରନେଟ୍ ବ୍ୟବହାର ପ୍ରତ୍ୟେକ ବ୍ୟକ୍ତିଙ୍କର ଏକ ମୌଳିକ ଅଧିକାର: ସୁପ୍ରିମକୋର୍ଟ

    13971
    Oct 17, 2026
  •  ୨୩ରେ ଇଡି କାର୍ଯ୍ୟାଳୟରେ ଉପସ୍ଥିତ ରହିବାକୁ ପିନାରାଇ ବିଜୟନ୍‌ଙ୍କୁ ଇଡି ସମନ
    ଦେଶ-ଦେଶାନ୍ତର

    ୨୩ରେ ଇଡି କାର୍ଯ୍ୟାଳୟରେ ଉପସ୍ଥିତ ରହିବାକୁ ପିନାରାଇ ବିଜୟନ୍‌ଙ୍କୁ ଇଡି ସମନ

    14974
    Oct 18, 2026

ଆପଣ ଆଗ୍ରହୀ ହୋଇପାରନ୍ତି

  • ଦେଶ-ଦେଶାନ୍ତର

    ୭୫ ବର୍ଷ ବୃଦ୍ଧଙ୍କ ସହ ନିର୍ବନ୍ଧ କଲେ ୩୦ ବର୍ଷୀୟ ବ୍ଲଗର

    13792
    Oct 17, 2026
  • ଦେଶ-ଦେଶାନ୍ତର

    ୨୩ରେ ଇଡି କାର୍ଯ୍ୟାଳୟରେ ଉପସ୍ଥିତ ରହିବାକୁ ପିନାରାଇ ବିଜୟନ୍‌ଙ୍କୁ ଇଡି ସମନ

    14974
    Oct 18, 2026
  • ମନୋରଞ୍ଜନ

    ‘ଆର୍ସି-୧୭’ରେ ରାମ ଚରଣଙ୍କ ସହ ସ୍କ୍ରିନ୍ ଶେୟାର୍ କରିବେ ସାରା ଅର୍ଜୁନ

    15564
    Oct 17, 2026

Advertisement

ସଂସ୍କୃତି

ରବୀନ୍ଦ୍ର ମଣ୍ଡପଠାରେ "ନୃତ୍ୟାଞ୍ଜଳୟ ଉତ୍ସବ-୨୦୨୨" ଅନୁଷ୍ଠିତ

ଭୁବନେଶ୍ୱର, ୧୫/୦୫ (ନି.ପ୍ର.): ସ୍ଥାନୀୟ ରବୀନ୍ଦ୍ର ମଣ୍ଡପଠାରେ "ନୃତ୍ୟାଞ୍ଜଳୟ ଉତ୍ସବ-୨୦୨୨" ଅନୁଷ୍ଠିତ ହୋଇଯାଇଛି । କାର୍ଯ୍ୟକ୍ରମରେ ମୁଖ୍ୟ ଅତିଥି ଭାବେ ଧର୍ମଶାଳା ବିଧାୟକ ସ୍ଵାଧୀନ ହିମାଂଶୁ ଶେଖର ସାହୁ, ପଦ୍ମଶ୍ରୀ ଗୁରୁ କୁମକୁମ ମହାନ୍ତି, ଓଡ଼ିଆ ଭାଷା, ସାହିତ୍ୟ ଓ ସଂସ୍କୃତି ବିଭାଗର ଉପ-ନିର୍ଦ୍ଦେଶିକା ଶ୍ରୀମ ...

  • ଓଡ଼ିଶାଲିଙ୍କ୍ସର ୮ମ ସ୍ଵନକ୍ଷତ୍ର, ଲୁହରେ ଭିଜାଇଲା ମହାପ୍ରଭୁ ଶ୍ରୀଜଗନ୍ନାଥଙ୍କ ଭକ୍ତି ଆଧାରିତ ନାଟକ ‘ଅଦୃଶ୍ୟ ଜଗନ୍ନାଥ‘

    17193
    Jun 25, 2025
  • ୨୯ ତମ ଓଏମ୍‌ସି. ଗୁରୁ କେଳୁଚରଣ ମହାପାତ୍ର ପୁରସ୍କାର ଉତ୍ସବ ଉଦ୍‍ଯାପିତ

    17888
    Sep 10, 2023
  • ୨୯ ତମ ଓଏମ୍‌ସି ଗୁରୁ କେଳୁଚରଣ ମହାପାତ୍ର ପୁରସ୍କାର ଉତ୍ସବର ଚତୁର୍ଥ ସଂଧ୍ୟାରେ କୁଚିପୁଡ଼ି ନୃତ୍ୟ ସାଙ୍ଗକୁ ତବଲା ବାଦରେ ଦର୍ଶକ ବିଭୋର

    17833
    Sep 09, 2023
  • କଥକ ଶାସ୍ତ୍ରୀୟ ନୃତ୍ୟ ସହିତ ହିନ୍ଦୁସ୍ଥାନୀ କଣ୍ଠ ସଙ୍ଗୀତରେ ଦର୍ଶକ ବିଭୋର

    18257
    Sep 06, 2023

ବିଶେଷ

  • ଏହି ପାଣି ପିଅନ୍ତୁ ରହିବ ପେଟ ଥଣ୍ଡା

    14222
    Oct 18, 2026
  • କୌଣସି କାରଣ ନଥାଇ ଘରେ ହେଉଛି କି ଝଗଡ଼ା, କରନ୍ତୁ ଏହି ଉପାୟ....

    15257
    Oct 16, 2026
  • ମୂଳାଷ୍ଟମୀ କାହିଁକି ହୁଏ ପାଳନ, କ'ଣ ରହିଛି ତାତ୍ପର୍ଯ୍ୟ ଜାଣନ୍ତୁ.....

    14687
    Oct 06, 2026
  • କେଶ ପାଇଁ ବ୍ୟବହାର କରନ୍ତୁ ଅଣ୍ଡା ତେଲ

    14786
    Oct 04, 2026
  • ଏମିତି ଘରକୁ ରଖନ୍ତୁ ଥଣ୍ଡା.....

    15788
    Sep 29, 2026

ବାଣିଜ୍ୟ

ପ୍ରକଳ୍ପ ସଙ୍ଗମ ଅଧୀନରେ ୩୩ଟି ଗ୍ରାମରେ କୃଷି ଯାନ୍ତ୍ରିକୀକରଣକୁ ପ୍ରୋତ୍ସାହିତ କରୁଛି ବେଦାନ୍ତ ଆଲୁମିନିୟମ୍

କଳାହାଣ୍ଡିରେ ୩୩୮ଟି ବିଦ୍ୟୁତ୍ ଚାଳିତ ସ୍ପ୍ରେୟର ବଣ୍ଟନ ମାଧ୍ୟମରେ କୃଷି ଯାନ୍ତ୍ରିକୀକରଣକୁ ଆଗକୁ ବଢ଼ାଉଛି ପ୍ରକଳ୍ପ ସଙ୍ଗମ

ଭୁବନେଶ୍ୱର;୧୬, ୨୦୨୬: ସ୍ଥାୟୀ ଗ୍ରାମୀଣ ବିକାଶ ପ୍ରତି ନିଜର ପ୍ରତିବଦ୍ଧ ...

  • କଳାହାଣ୍ଡି ଓ ରାୟଗଡ଼ାରେ ନିର୍ଭରଯୋଗ୍ୟ ଆଲୋକ ଓ ପାନୀୟ ଜଳ ବ୍ୟବସ୍ଥା ପାଇଁ ବେଦାନ୍ତ ଆଲୁମିନିୟମ୍ ଦ୍ୱାରା ସୌର ଭିତ୍ତିଭୂମି ସ୍ଥାପନ

    14620
    Oct 15, 2026
  • BSE ସେନ୍‌ସେକ୍ସ ୧୧୦୯ ପଏଣ୍ଟ ବଢ଼ିଲା

    13987
    Oct 14, 2026
  • ବେଦାନ୍ତ ଆଲୁମିନିୟମ ୧୦୦ରୁ ଅଧିକ ଏସ୍ଏଚ୍‍ଜି ମହିଳାମାନଙ୍କୁ ଲାଞ୍ଜିଗଡ଼ରେ ମାଣ୍ଡିଆ ଭିତ୍ତିକ ଉଦ୍ୟୋଗୀ ସୁବିଧା ଯୋଗାଇ ଦେଇଛି

    15105
    Oct 09, 2026
  • ଡଲାର ତୁଳନାରେ ଟଙ୍କା ବିନିମୟ ଦୁର୍ବଳ

    15814
    Oct 08, 2026

ଅନଲାଇନ୍ ସଂଯୋଗ

  • 67944
    Followers
  • 227640
    Likes
  • 54300
    Subscribers

Subscribe to our Newsletter

Sign up to receive email updates and to hear what's going on with our magazine!

logo

ଆଜିକାଲି, ମୁଦ୍ରିତ ଖବରକାଗଜ ପଢିବା ପାଇଁ ଲୋକଙ୍କ ପାଖରେ ପର୍ଯ୍ୟାପ୍ତ ସମୟ ନାହିଁ, ଯାହା ଗତକାଲିର ସାଧାରଣ ଘଟଣାକୁ କଭର୍ କରିଥାଏ, ତେଣୁ ସର୍ବଶେଷ ଖବର ପାଇବା ପାଇଁ ସେମାନେ ସର୍ବଦା ୱେବ୍ ପୋର୍ଟାଲ୍ କିମ୍ବା ଇଲେକ୍ଟ୍ରୋନିକ୍ ମିଡିଆ ଅନୁସରଣ କରିବାକୁ ଆଗ୍ରହୀ ଅଟନ୍ତି |

ଆମର ଅନଲାଇନ୍ ନ୍ୟୁଜ୍ ପୋର୍ଟାଲ୍ ସମଗ୍ର ବିଶ୍ୱରେ ସର୍ବଶେଷ ଅଦ୍ୟତନ, ସାମ୍ପ୍ରତିକ ଘଟଣା ସହିତ ଲୋକଙ୍କୁ ଶିକ୍ଷା ଏବଂ ସୂଚନା ଦେବାରେ ଏକ ପ୍ରମୁଖ ଭୂମିକା ଗ୍ରହଣ କରିଥାଏ |

  • ଖବର

  • ୫ ଦିନ ଭିତରେ ପ୍ରେସ୍ ସଚିବ କେଟି ଜାକାରିଆଙ୍କୁ ପଦରୁ ହଟାଇଲେ ଟ୍ରମ୍ପ

    13833
    Oct 18, 2026
  • ଦୁର୍ଗା ପୂଜା ମଣ୍ଡପରେ ଦଳାଚକଟାରେ ୧୯ ଜଣଙ୍କ ମୃତ୍ୟୁ, ୭ ଗିରଫ

    13794
    Oct 18, 2026
  • ସେନାକୁ ବଡ଼ ଧରଣର ସଫଳତା: ଦୁଇ ଆତଙ୍କବାଦୀ ନିହତ

    14885
    Oct 17, 2026

About Us

  • Bhubaneswar, Odisha, India
  • 0 00000 000 00
  • odishanewslens@gmail.com

Follow us

  • Home
  • Contact Us
  • About Us
© Copyright Odisha News Lens 4.1. All rights reserved. in association with Konect.In