୨୪ ଘଣ୍ଟାରେ ବିଭିନ୍ନ ଅଞ୍ଚଳରେ ବିଜୁଳି ଘଡ଼ଘଡ଼ି ସହିତ ବର୍ଷା
ଭୁବନେଶ୍ବର: ଉପକୂଳବର୍ତ୍ତୀ କିଛି ସ୍ଥାନରେ ହାଲୁକାରୁ ମଧ୍ୟମ ଧରଣର ବର୍ଷା ହୋଇଛି। ଆସନ୍ତା ୨୪ଘଣ୍ଟା ମଧ୍ୟରେ ରାଜ୍ୟର ବିଭିନ୍ନ ଅଞ୍ଚଳରେ ବିଜୁଳି ଘଡ଼ଘଡ଼ି ସହିତ ବର୍ଷା ହୋଇପାରେ। ବିଶେଷକରି କନ୍ଧମାଳ, ରାୟଗଡ଼ା, କୋରାପୁଟ, ମାଲକାନଗିରି, ଗଜପତି ଏବଂ ଗଞ୍ଜାମ ଜିଲାର କିଛି ଅଞ୍ଚଳରେ ବିଜୁଳି ଘଡ଼ଘଡ଼ି ସହିତ ବର୍ଷାର ସମ୍ଭାବନା ରହିଛି। ୧୯ତାରିଖରୁ ପାଗ ଶୁଖିଲା ରହିବ ବୋଲି ପାଣିପାଗ ବିଭାଗ ସ୍ପଷ୍ଟ କରିଛି। ପାଣିପାଗ ବିଶେଷଜ୍ଞ ବିଶ୍ବଜିତ୍ ସାହୁ କହିଛନ୍ତି, ଆସନ୍ତା ୨୧ତାରିଖ ବେଳକୁ ଏକ ଘୂର୍ଣ୍ଣିବଳୟ ସୃଷ୍ଟି ହୋଇ ୨୪ତାରିଖ ସୁଦ୍ଧା ବଙ୍ଗୋପସାଗରରେ ଲଘୁଚାପ କ୍ଷେତ୍ରରେ ପରିଣତ ହେବାର ସମ୍ଭାବନା ରହିଛି। ସମ୍ଭାବ୍ୟ ଲଘୁଚାପ ଅଧିକ ଘନୀଭୂତ ହେବାର ସମ୍ଭାବନା ଅଛି।
Powered by Froala Editor