ନବନିଯୁକ୍ତ ରାଜ୍ୟପାଳ ଭାବେ ବ୍ରଜମୋହନ ରାମଙ୍କ ଶପଥ ଗ୍ରହଣ
ଭୁବନେଶ୍ୱର: ନବନିଯୁକ୍ତ ରାଜ୍ୟପାଳ ବ୍ରଜମୋହନ ରାମ ଆଜି ଶପଥ ଗ୍ରହଣ କରିଛନ୍ତି। ଏହି ଅବସରରେ ହାଇକୋର୍ଟର ମୁଖ୍ୟ ବିଚାରପତି ତାଙ୍କୁ ଶପଥ ପାଠ କରାଇଥିଲେ। ଶପଥ ଗ୍ରହଣ ସମାରୋହରେ ରାଜ୍ୟର ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଉପସ୍ଥିତ ଥିଲେ। ନବନିଯୁକ୍ତ ରାଜ୍ୟପାଳଙ୍କ ଶପଥ ଗ୍ରହଣ ସହ ରାଜ୍ୟରେ ତାଙ୍କର ନୂତନ ଦାୟିତ୍ୱ ଆରମ୍ଭ ହୋଇଛି।
ଶ୍ରୀ ରାମ ବର୍ତ୍ତମାନର ରାଜ୍ୟପାଳ ହରିବାବୁ କମ୍ବପାଟିଙ୍କ ସ୍ଥାନ ନେବେ। ଗତ ସୋମବାର ରାଷ୍ଟ୍ରପତି ଭବନରୁ ବାହାରିଥିବା ବିଜ୍ଞପ୍ତି ଅନୁଯାୟୀ, ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ ୬ଟି ରାଜ୍ୟର ରାଜ୍ୟପାଳଙ୍କ ନିଯୁକ୍ତିକୁ ଅନୁମୋଦନ କରିଛନ୍ତି । କେରଳମ୍ର ରାଜ୍ୟପାଳ ରାଜେନ୍ଦ୍ର ବିଶ୍ୱନାଥ ଆର୍ଲେକରଙ୍କୁ ତାମିଲନାଡ଼ୁର ନୂଆ ରାଜ୍ୟପାଳ ଭାବେ ନିଯୁକ୍ତି ଦିଆଯାଇଥିବା ବେଳେ ସିକିମ ରାଜ୍ୟପାଳ ଓମ୍ ପ୍ରକାଶ ମାଥୁରଙ୍କୁ କେରଳମ୍ର ରାଜ୍ୟପାଳ ଭାବେ ନିଯୁକ୍ତି ଦିଆଯାଇଛି । ସେହିପରି ସୁଧା ଯାଦବଙ୍କୁ କର୍ଣ୍ଣାଟକ, ଧଲ ସିଂହ ବିଶେନଙ୍କୁ ଉତ୍ତରାଖଣ୍ଡ ଏବଂ ଦୁଶ୍ୟନ ଗୌତମଙ୍କୁ ସିକିମ୍ର ରାଜ୍ୟପାଳ ଭାବେ ନିଯୁକ୍ତି ଦିଆଯାଇଥିବା ରାଷ୍ଟ୍ରପତି ଭବନ ପକ୍ଷରୁ ବିଜ୍ଞପ୍ତିରେ ଉଲ୍ଲେଖ କରାଯାଇଛି।
ଓଡ଼ିଶାର ନୂତନ ରାଜ୍ୟପାଳ ବ୍ରଜ ମୋହନ ରାମ ପୂର୍ବରୁ ଝାଡଖଣ୍ଡ ପାଲାମୁରୁ ଏମପି ଥିଲେ । ବର୍ତ୍ତମାନ ସେ ଝାଡ଼ଖଣ୍ଡ ରାଜ୍ୟ ବିଜେପି ଅନୁସୂଚିତ ଜାତି ମୋର୍ଚ୍ଚା ଦାୟିତ୍ୱରେ ଅଛନ୍ତି । ବର୍ତ୍ତମାନ ରାଜ୍ୟପାଳ ହରିବାବୁ କମ୍ବପଟି ୨୦୨୫ ମସିହା ଜାନୁୟରୀ ମାସରେ ଓଡ଼ିଶା ରାଜ୍ୟପାଳ ଭାବେ ଶପଥ ନେଇଥିଲେ ।
Powered by Froala Editor